ସୁଶାନ୍ତଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ନବୀନ

ଭୁବନେଶ୍ୱର,୪।୩: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର ହୋଇପଡ଼ିଛନ୍ତି। ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ସୁଶାନ୍ତଙ୍କ ଭେଟିବା ପାଇଁ ନବୀନ ମଙ୍ଗଳବାର ହସ୍ପିଟାଲରେ ପହଞ୍ଚିଛନ୍ତି। ହସ୍ପିଟାଲରେ ପହଞ୍ଚି ସେ ସୁଶାନ୍ତଙ୍କୁ ଭେଟିଛନ୍ତି।

ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା ସେ ରାୟପୁରର ଏକ ଡାକ୍ତରଖାନାରେ ଚିକିତ୍ସିତ ହେବା ପରେ ସୋହେଲାସ୍ଥିତ ବାସଭବନକୁ ଫେରିଥିଲେ। ମାତ୍ର ପୁଣି ସେ ଅସୁସ୍ଥତା ଅନୁଭବ କରିବାରୁ ଦୁଇଦିନ ତଳେ ବରଗଡ଼ର ଏକ ଘରୋଇ ନର୍ସିଂହୋମରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ସ୍ବାସ୍ଥ୍ୟାବସ୍ଥାରେ ସୁଧାର ନ ଆସିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୋମବାର ଏହା ଜାଣି ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁଶାନ୍ତଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହିତ କଥା ହୋଇଥିଲେ। ଏହାସହ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝି ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ବରଗଡ଼ ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ମାଟି ଚୋରାଚାଲାଣ, ହାତ ବାନ୍ଧି ବସିଛି ଖଣି ବିଭାଗ, ଜିଲାପାଳଙ୍କୁ…

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ)- ବରଗଡ଼ ତହସିଲ ଅନ୍ତର୍ଗତ କଟାପାଲି, ବରଗାଁ ଅଞ୍ଚଳରେ ଅବାଧରେ ମାଟି ଚୋରାଚାଲାଣ ହେଉଛି। ଅଭିଯୋଗ ସତ୍ତ୍ୱେ ସ୍ଥାନୀୟ ଖଣି ବିଭାଗର ଅଧିକାରୀମାନେ କାର୍ଯ୍ୟାନୁଷ୍ଠାନ ନେବା…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri