ନବୀନ କରିଥିଲେ ପ୍ରଶ୍ନ, ଚମକାଇଲା ମୁଖ୍ୟମନ୍ତ୍ରୀଙ୍କ ଜବାବ

ଭୁବନେଶ୍ୱର,୩୧।୮: ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଇଛନ୍ତି କଡ଼ା ଜବାବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗ ନେଇ ନବୀନ ପ୍ରଶ୍ନ ଉଠାଇଥିବାବେଳେ ମୋହନଙ୍କ ଜବାବ ସମସ୍ତଙ୍କୁ ତାଜୁବ କରିଦେଇଛି।

ଗୃହ ବିଭାଗ ଖର୍ଚ୍ଚଦାବିକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୋହନ ସରକାରଙ୍କୁ କଡ଼ା ବିରୋଧ କରିଥିଲେ। ନବୀନ ବାଲେଶ୍ବର ଏବଂ ଜଟଣୀରେ ସାମ୍ପ୍ରଦାୟିକ ହିଂସା କଥା ଉଠାଇ ମୋହନ ସରକାରଙ୍କୁ ଟାର୍ଗେଟ କରିଥିଲେ। ରଥଯାତ୍ରା ସମୟରେ ନାନା ଅବ୍ୟବସ୍ଥା, ମହାପ୍ରଭୁ ବଳଭଦ୍ର ତଳେ ପଡ଼ିଯିବା କଥା ଉଠାଇଥିଲେ ନବୀନ। ଏଥିସହିତ ଚିକିଟି ମଦ ମୃତ୍ୟୁ ଏବଂ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇଥିଲେ। ସେ କହିଥିଲେ, ମୋ’ ସରକାରରେ ଆଇନ ବିଶୃଙ୍ଖଳା ହୋଇନି, ଏସବୁ ଘଟଣା ଚିନ୍ତାଜନକ ଅଟେ। ଯେକୌଣସି ପରିସ୍ଥିତିରେ ଓଡ଼ିଶାରେ ଶାନ୍ତି ବଜାୟ ରହିବା ଦରକାର ବୋଲି ନବୀନ କହିଥିଲେ।

ଯାହାର କଡ଼ା ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ପ୍ରସଙ୍ଗରେ ଜବାବ ରଖି ମୋହନ ମାଝି କହିଛନ୍ତି, ବିରୋଧୀଦଳ ନେତା ପ୍ରଶ୍ନ କରି ଉତ୍ତର ଶୁଣିବାକୁ ଗୃହରେ ଉପସ୍ଥିତ ରହୁ ନାହାନ୍ତି। ବୋଧହୁଏ ତାଙ୍କର ବିଧାନସଭା ଠୁ ଅନ୍ୟକିଛି ଗୁରୁତ୍ୱପୂର୍ଣ୍ଣ କାମ ଥିବ। ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଠିକ ଅଛି, ଶାନ୍ତି ବଜାୟ ରହିଛି। ୮୧ ଦିନ ସରକାରରେ ଅପରାଧିକ ସ୍ଥିତି ନେଇ ୨ରୁ ୩ଥର ସମୀକ୍ଷା କରିଛି।

ନବୀନଙ୍କୁ ଟାର୍ଗେଟ କରି ମୋହନ କହିଛନ୍ତି, ପୂର୍ବତନ ମୁଖ୍ୟମନ୍ତ୍ରୀ ଆଇନଶୃଙ୍ଖଳାକୁ କେବେ ଧ୍ୟାନ ଦେଇନାହାନ୍ତି। ପୂର୍ବ ସରକାରରେ ଅପରାଧୀଙ୍କ ମନରେ ଡର କି ଭୟ ନଥିଲା। ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ପୋଲିସକୁ ତା କାମ କରିବାକୁ ଦିଆଯାଇ ନ ଥିଲା। ଆମ ସରକାର ଖୁବ୍‌ଶୀଘ୍ର ସ୍ବତନ୍ତ୍ର ଅଦାଲତ କରିବାକୁ ନିଷ୍ପତ୍ତି ନେବାକୁ ଯାଉଛି ବୋଲି ମୋହନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?