ଜି୨୦ ସର୍ବଦଳୀୟ ବୈଠକରେ ନବୀନ

ନୂଆଦିଲ୍ଲୀ,୬।୧୨:ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଣନୀତି ପ୍ରସ୍ତୁତି ସର୍ବଦଳୀୟ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ଭାରତ ୨୦ ରାଷ୍ଟ୍ରସମୂହକୁ ନେଇ ଗଠିତ ଜି୨୦ର ଅଧ୍ୟକ୍ଷତା ଗ୍ରହଣ କରିଥିବାରୁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି।
ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ରଣନୀତି ପ୍ରସ୍ତୁତି ବୈଠକରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜି୨୦ ଲୋଗୋକୁ ନେଇ ଆପତ୍ତି ଉଠାଇଛନ୍ତି। ଲୋଗୋରେ ଥିବା ‘ପଦ୍ମ’ ଭାଜପାର ନିର୍ବାଚନୀ ଚିହ୍ନ ହୋଇଥିବାରୁ ଏହାକୁ ହଟାଇ ଭିନ୍ନ ଏକ ଜାତୀୟ ପ୍ରତୀକ ରଖିବାକୁ ସେ ପ୍ରସ୍ତାବ ଦେଇଛନ୍ତି। ବୈଠକରେ ଯୋଗଦେଇଥିବା ଅନ୍ୟ ମୁଖ୍ୟମନ୍ତ୍ରୀମାନେ ହେଲେ ପ୍ରେମ୍‌ ସିଂ ତମାଙ୍ଗ(ସିକିମ), ଏକନାଥ ଶିନ୍ଦେ (ମହାରାଷ୍ଟ୍ର), ଅରବିନ୍ଦ କେଜ୍‌ରିଓ୍ବାଲ(ଦିଲ୍ଲୀ), ଜଗନମୋହନ ରେଡ୍ଡୀ(ଆନ୍ଧ୍ରପ୍ରଦେଶ), ଏମ୍‌.କେ. ଷ୍ଟାଲିନ(ତାମିଲନାଡୁ)। ସେହିପରି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ.ଡି. ଦେବେଗୌଡ଼ା, ସିପିଆଇ(ଏମ୍‌) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ସିପିଆଇ ସାଧାରଣ ସମ୍ପାଦକ ଡି. ରାଜା, ତେଲୁଗୁ ଦେଶମ ପାର୍ଟି ମୁଖ୍ୟ ଚନ୍ଦ୍ରାବାବୁ ନାଇଡୁ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ। କେନ୍ଦ୍ର ସରକାରଙ୍କ ପକ୍ଷରୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌, ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ ପୀୟୂଷ ଗୋୟଲ ଉପସ୍ଥିତ ଥିଲେ। ଚଳିତ ମାସରୁ ଭାରତ ଆନୁଷ୍ଠାନିକ ଭାବେ ଜି୨୦ର ଅଧ୍ୟକ୍ଷତା ଗ୍ରହଣ କରିଥିବାବେଳେ ବର୍ଷକ ମଧ୍ୟରେ ୨୦୦ରୁ ଊର୍ଦ୍ଧ୍ୱ ପ୍ରସ୍ତୁତି ବୈଠକ କରିବାକୁ ଯୋଜନା ରହିଛି। ଆସନ୍ତାବର୍ଷ ସେପ୍ଟେମ୍ବର ୯ ଓ ୧୦ରେ ନୂଆଦିଲ୍ଲୀରେ ଜି୨୦ ରାଷ୍ଟ୍ରମୁଖ୍ୟ ଓ ପ୍ରତିନିଧିମାନଙ୍କ ସମ୍ମିଳନୀ ଅନୁଷ୍ଠିତ ହେବ। ଜି୨୦ ରାଷ୍ଟ୍ରଗୋଷ୍ଠୀରେ ଆର୍ଜେଣ୍ଟିନା, ଅଷ୍ଟ୍ରେଲିଆ, ବ୍ରାଜିଲ, କାନାଡ଼ା, ଚାଇନା, ଫ୍ରାନ୍ସ, ଜର୍ମାନୀ, ଭାରତ, ଇଣ୍ଡୋନେସିଆ, ଇଟାଲୀ, ଜାପାନ, କୋରିଆ, ମେକ୍ସକୋ, ରୁଷିଆ, ସାଉଦି ଆରବ, ଦକ୍ଷିଣ ଆଫ୍ରିକା, ତୁର୍କୀ, ବ୍ରିଟେନ, ଆମେରିକା ଏବଂ ୟୁରୋପୀୟ ସଂଘ ସଦସ୍ୟ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଏକରର ଫାର୍ମହାଉସ କୋଟି କୋଟି ଟଙ୍କାର ସମ୍ପତ୍ତି: କାହା ପାଇଁ କ’ଣ ଛାଡ଼ିଯାଇଛନ୍ତି ନାନା? ଜାଣିଲେ ଆଶ୍ଚର୍ଯ୍ୟ ହେବେ

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ବିୟୋଗରେ ଚଳଚ୍ଚିତ୍ର ଜଗତ ଶୋକାକୁଳ ହୋଇପଡ଼ିଛି। ଗୁରୁବାର ସକାଳେ (ଅକ୍ଟୋବର ୮) ଗୋଆସ୍ଥିତ ବାସଭବନରେ ୭୫ ବର୍ଷ ବୟସରେ…

ଘଡ଼ଘଡ଼ି ସହ ଛେଚିବ ବର୍ଷା: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୮ା୧୦(ସୌମ୍ୟରଞ୍ଜନ ରାଉତ):ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ ଆସନ୍ତା ୨ରୁ…

ଏହି କ୍ରିକେଟର୍‌ଙ୍କୁ ହୃଦୟରୁ ପସନ୍ଦ କରୁଥିଲେ ନାନା ପାଟେକର: ଆଉଟ୍‌ ହେଲେ ଖାଉ ନ ଥିଲେ…

ମୁମ୍ବାଇ,୮।୧୦: ବଲିଉଡ୍‌ର ଲୋକପ୍ରିୟ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ପରଲୋକରେ ସିନେମା ଜଗତରେ ଶୋକର ଛାୟା ଖେଳିଯାଇଛି। ନାନା ପାଟେକର…

ଇଣ୍ଡିଆ ମେଣ୍ଟର ଓଡ଼ିଶା ବନ୍ଦର ପ୍ରଭାବ: ଦାରିଙ୍ଗବାଡ଼ିରେ ରାସ୍ତା ଅବରୋଧ

ଦାରିଙ୍ଗବାଡ଼ି, ୮।୧୦ (ଅରୁଣ ସାହୁ): ବିଭିନ୍ନ ଦାବି ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ କନ୍ଧମାଳ ଜିଲାର ଦାରିଙ୍ଗବାଡ଼ି ବ୍ଲକରେ ଦେଖିବାକୁ ମିଳିଛି।…

ଅମଳ ପୂର୍ବରୁ ଚାଷୀମୁଣ୍ଡରେ ଚଡ଼କ: ଧାନ ଫସଲରେ ରୋଗପୋକ, ମଉଳି ଯାଉଛି ଅମଳ ଆଶା

ବରଗଡ଼,୮ା୧୦(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି ବୋଲି କୁହାଯାଏ। ହେଲେ ଏଠାରେ ଧାନଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ସମସ୍ୟା ଏଠାରେ ସାଧାରଣରେ…

ବରଗଡ଼ରେ ବନ୍ଦକୁ ସ୍ବତଃସ୍ଫୂର୍ତ୍ତ ସମର୍ଥନ: ଗାଡ଼ି ଚଳାଚଳ ଠପ୍‌

ବରଗଡ଼,୮।୧୧(ପ୍ରେମାନନ୍ଦ ଖମାରୀ): ଗୁରୁବାର ଓଡ଼ିଶା ବନ୍ଦ ଡାକରାକୁ ବରଗଡ଼ରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ସକାଳୁ ଦୋକାନ, ବଜାର ବନ୍ଦ ରହିଛି । ଗାଡ଼ି ଚଳାଚଳ ଠପ ପଡିଥିବା…

ନାନା ପାଟେକରଙ୍କ ଦେହାନ୍ତର ସାତ ଦିନ ପୂର୍ବରୁ ଏକ ଟୁଇଟ କରିଥିଲେ ପରେଶ ରାୱଲ; କ’ଣ ଥିଲା ସେଥିରେ?ଯାହା ଏବେ ହେଉଛି ଭାଇରାଲ

ମୁମ୍ବାଇ,୮।୧୦: ବରିଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ସକାଳେ ଗୋଆସ୍ଥିତ ବାସଭବନରେ ଏହି ଲୋକପ୍ରିୟ ଅଭିନେତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ି ଯାଇଥିଲା ଏବଂ…

ନାନା ପାଟେକରଙ୍କ ପତ୍ନୀ କିଏ? ଛାଡ଼ପତ୍ର ନ ନେଇ ୩୫ ବର୍ଷ ଧରି ଅଲଗା ରହିବାର କାରଣ କହିଥିଲେ…

ମୁମ୍ବାଇ,୮।୧୦: ବଲିଉଡର ବରିଷ୍ଠ ଅଭିନେତା ନାନା ପାଟେକର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି। ୮ ଅକ୍ଟୋବର ୨୦୨୬ରେ ଗୋଆସ୍ଥିତ ତାଙ୍କ ବାସଭବନରେ ତାଙ୍କୁ ହୃଦଘାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?