‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ ଖୁବ ବର୍ଷିଛନ୍ତି। ”ଜଣେ ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଥିବା ସାଙ୍ଘାତିକ ଅଭିଯୋଗ ସେ ଲଗାଇଛନ୍ତି।

ଧର୍ମେନ୍ଦ୍ର କହିଛନ୍ତି, ”ନବୀନ ବାବୁଙ୍କୁ ଓଡ଼ିଶାରେ ଲୋକ ମିଳିଲେନି, ଜଣେ ଭଡ଼ାଟିଆକୁ ଆଣି ନେତା କରିଛନ୍ତି। ଏହାବ୍ୟତୀତ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ପର୍ଯ୍ୟଟକ କହି ଅପମାନିତ କରିଛନ୍ତି ବୋଲି ଧର୍ମେନ୍ଦ୍ର କହିଛନ୍ତି। ପ୍ରଧାନମନ୍ତ୍ରୀ ସବୁ ରାଜ୍ୟକୁ ନମ୍ବର ୱାନ୍‌ କରିବେ, ମୋଦି ଗ୍ୟାରେଣ୍ଟି ସାହାଯ୍ୟରେ ଭାଜପା ୨୧ ଲୋକସଭା ଜିତିବ ଏବଂ ଓଡ଼ିଶାରେ ସରକାର ଗଠନ କରିବ ବୋଲି ସେ କହିଛନ୍ତି।

ତେବେ ଶନିବାର ଧର୍ମେନ୍ଦ୍ର ପ୍ରଧାନ, ଅପରାଜିତା ଷଡ଼ଙ୍ଗୀ, ବୈଜୟନ୍ତ ପଣ୍ଡା ଏବଂ ମନମୋହନ ସାମଲ ଆଦି ଭାଜପାର ବରିଷ୍ଠ ନେତୃତ୍ୱ ଶନିବାର ବାଲେଶ୍ୱରରେ ଲୋକ ସଭା ପ୍ରାର୍ଥୀ ପ୍ରତାପ ଷଡ଼ଙ୍ଗୀଙ୍କ ପାଇଁ ରୋଡ ଶୋ କରିବା ସହିତ ତାଙ୍କ ପାଇଁ ଭୋଟ ଭିକ୍ଷା କରିଥିଲେ।

ଏହି ଅବସରରେ ଅପରାଜିତା କହିଥିଲେ, ଓଡ଼ିଶାରେ ଆଉଟସୋର୍ସ ସରକାର ଚାଲିଛି, ଆଉ ଜଣେ ସରକାର ଚଳାଉଛନ୍ତି। ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ ରୋଡ୍‌ ସୋ’ରେ ଲୋକ ନଥିଲେ। କାରଣ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀଙ୍କ ସହ ସାନ ବାବୁ ଯାଇଥିଲେ। ତେବେ ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ କେହି ଦଳୀୟ ପ୍ରାର୍ଥୀ ନଥିବା ନେଇ ଅପରାଜିତା ପ୍ରଶ୍ନ ଉଠହାଇଛନ୍ତି। ଏବଂ ପ୍ରଶ୍ନ କରିଛନ୍ତି କ’ଣ ପ୍ରାର୍ଥୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଭରସା ନାହିଁ। ଆମ ଭାଷାରେ ଯିଏ କହୁନି, ସେ କଣ ଆମ ସଂସ୍କୃତି, ସଭ୍ୟତା ବୁଝିବେ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri