ନବୀନ ବାବୁ ଆମକୁ ସମର୍ଥନ କରୁଛନ୍ତି: କାହିଁକି ଏମିତି କହିଲେ ଜୁଏଲ ଓରାମ

ଭୁବନେଶ୍ୱର,୮।୯:ଉପରାଷ୍ଟ୍ରପତି ନିର୍ବାଚନରେ ଭୋଟିଂରୁ ବିଜେଡି ବିରତ ରହିବ ବୋଲି ଚର୍ଚ୍ଚା ହେଉଛି। ଭୋଟିଂରୁ ବିଜେଡିର ବିରତ ନିଷ୍ପତ୍ତି ନେଇ ଭାଜପାର ବରିଷ୍ଠ ନେତା ଜୁଏଲ ଓରାମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଉପରାଷ୍ଟ୍ରପତି ନିର୍ବାଚନରେ ବିରତ ରହିବା ଅର୍ଥ ଆମକୁ ସପୋର୍ଟ କରିବା। ନବୀନ ବାବୁ ଆମକୁ ପରୋକ୍ଷରେ ସମର୍ଥନ କରୁଛନ୍ତି।
ସୂଚନାଯୋଗ୍ୟ, ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ୪ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଏହି ଅବସରରେ ସେ ବିମାନବନ୍ଦରଠାରେ ଗଣମାଧ୍ୟମକୁ କହିଛନ୍ତି ଯେ, ଉପରାଷ୍ଟ୍ରପତି ନିର୍ବାଚନ ନେଇ ଦିଲ୍ଲୀ ଗସ୍ତ କରୁଛନ୍ତି। ଏହି ସମୟରେ ଦଳୀୟ ଏମ୍‌ପିଙ୍କ ସହିତ ସେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।
ଶନିବାର ବିଜେଡି ପକ୍ଷରୁ ଅନୁଷ୍ଠିତ ପିଏସି ବୈଠକରେ ଉପରାଷ୍ଟ୍ରପତି ନିର୍ବାଚନ ସଂକ୍ରାନ୍ତରେ ଦଳର ବରିଷ୍ଠ ନେତାଙ୍କ ମତାମତ ଲୋଡାଯାଇଥିଲା। ନେତାମାନେ ନିଜ ନିଜର ମତ ପ୍ରକାଶ କରିଥିଲେ ହେଁ କୌଣସି ନିର୍ଦିଷ୍ଟ ନିଷ୍ପତ୍ତି ନିଆଯାଇ ନ ଥିଲା। ଦିନକ ପରେ ଉପରାଷ୍ଟ୍ରପତି ନିର୍ବାଚନ। ମହାରାଷ୍ଟ୍ରର ରାଜ୍ୟପାଳ ଥିବା ସି ପି ରାଧାକ୍ରିଷ୍ଣନଙ୍କୁ ଏନ୍‌ଡିଏ ପ୍ରାର୍ଥୀ କରିଥିବା ବେଳେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ସୁଦର୍ଶନ ରେଡ୍ଡିଙ୍କୁ ‘ଇଣ୍ଡିଆ’ ମେଣ୍ଟ ପ୍ରାର୍ଥୀ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପ୍ରାଇମ ଡେ’ର ୧୦ମ ସଂସ୍କରଣ

ଭୁବନେଶ୍ୱର,୨୧।୬: ଆସନ୍ତା ଜୁଲାଇ ୪ରୁ ଆମାଜନ ଇଣ୍ଡିଆ ପକ୍ଷରୁ ପ୍ରାଇମ ଡେ’-୨୦୨୬ର ୧୦ମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି । ଏହା ୪ ଜୁଲାଇ ରାତି ୧୨ଟାରୁ…

ପୋଲାଣ୍ଡର ସର୍ବୋଚ୍ଚ ସମ୍ମାନ ଫେରାଇଲେ ଜେଲେନସ୍କି, ରାଷ୍ଟ୍ରପତି କରୋଲ ନାଭ୍ରୋକିଙ୍କ ଘୋଷଣା ପରେ…

କ୍ୱିଭ,୨୧।୬: ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଶନିବାର ପୋଲାଣ୍ଡର ସର୍ବୋଚ୍ଚ ନାଗରିକ ସମ୍ମାନ, ହ୍ବାଇଟ ଇଗଲ ଅର୍ଡର ଫେରାଇ ଦେଇଛନ୍ତି। ପୋଲାଣ୍ଡ ଅଧିକାରୀ କାରୋଲ ନାୱରୋକିଙ୍କ ଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri