ବାଲିଯାତ୍ରା ପଥୋତ୍ସବରେ ନବୀନ ବନ୍ଦନା

କଟକ ଅଫିସ,୧୭ା୧୧:ପୁରୀରେ ହବିଷିଆଳିଙ୍କ ଦ୍ୱାରା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବନ୍ଦନା ଗାନ କରାଯାଇଥିଲା। ସେତେବେଳେ ଏହା ବିଭିନ୍ନ ମହଲରେ ଚର୍ଚ୍ଚାର ବିଷୟ ହୋଇଥିଲା। ଏବେ ଏହି ନବୀନ ବନ୍ଦନାର ପୁନରାବୃତ୍ତି ଘଟିଛି କଟକ ବାଲିଯାତ୍ରାରେ, ଯାହାକୁ ନେଇ ପୁଣି ଥରେ ରାଜ୍ୟରେ ଚର୍ଚ୍ଚା ହେବାରେ ଲାଗିଛି।
ସବୁଦିନ ଭଳି ବୁଧବାର ସକାଳେ ବାଲିଯାତ୍ରାର ପଥୋତ୍ସବ ଅନୁଷ୍ଠିତ ହୋଇଥିଲା। ଅକ୍ଷୟ ମହାନ୍ତି ମଞ୍ଚରେ ଚାଲିଥିଲା ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ। ଠିକ୍‌ ସେହି ସମୟରେ ମଞ୍ଚରେ ଚଢ଼ି ଯାଇଥିଲେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଅବିନାଶ ମହାନ୍ତି। ସେଠାରେ ଛିଡ଼ା ହୋଇ ଗାଇଥିଲେ ‘ହେ ନବୀନ ବାବୁ ଆମେ ତମ ଫ୍ୟାନ୍‌’। ଗତ ନିର୍ବାଚନ ପ୍ରଚାରବେଳେ ଏହି ଗୀତ ପ୍ରସ୍ତୁତ ହୋଇଥିଲା। ତେବେ ଅବିନାଶ ଏହି ଗୀତ ଗାଉଥିବା ସମୟରେ ସେଠାରେ କଟକ ଜିଲାପାଳ, ଉପଜିଲାପାଳ, ଅତିରିକ୍ତ ଜିଲାପାଳ, ଜିଲା ସଂସ୍କୃତି ବିଭାଗ ଅଧିକାରୀଙ୍କ ସମେତ ବହୁ ସରକାରୀ ଅଧିକାରୀ ଓ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ। ହେଲେ କେହି ଜଣେ ଏହାର ପ୍ରତିବାଦ କରି ନ ଥିଲେ। ଐତିହାସିକ ବାଲିଯାତ୍ରା ସହ କଟକ ସମେତ ସାରା ଓଡ଼ିଶାର ଭାବାବେଗ ଜଡ଼ିତ। ଏହା କୌଣସି ରାଜନୈତିକ ଦଳର କାର୍ଯ୍ୟକ୍ରମ ନୁହେଁ। କଟକ ଜିଲା ପ୍ରଶାସନ ଓ କଟକ ମହାନଗର ନିଗମ(ସିଏମ୍‌ସି)ର ମିଳିତ ଆନୁକୂଲ୍ୟରେ ପ୍ରତିବର୍ଷ ବାଲିଯାତ୍ରା ହୋଇଆସୁଛି। ଦଳ, ମତ, ସମ୍ପ୍ରଦାୟ ନିର୍ବିଶେଷରେ ସବୁବର୍ଗର ଲୋକେ ବାଲିଯାତ୍ରାରେ ସାମିଲ ହେଉଛନ୍ତି। ଏସବୁ ସତ୍ତ୍ୱେ ମଞ୍ଚରେ ନବୀନ ବନ୍ଦନା ପରିବେଷଣକୁ ବିଭିନ୍ନ ମହଲରେ ନାପସନ୍ଦ କରାଯାଇଛି।
ଏ ସମ୍ପର୍କରେ ଜିଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି, ଏହା ହେଉଛି ଗାୟକଙ୍କ ପର୍ସନାଲ ଚଏସ। ଜଣେ ଗାୟକ କ’ଣ ଗାଇବ ସେଥିରେ ତାଙ୍କ ସ୍ବାଧୀନତା ଥାଏ। ସେ ରାଜନୈତିକ ଦଳର କର୍ମକର୍ତ୍ତା ନେଇ ମୋ’ ପାଖରେ ଖବର ନାହିଁ। ଏ ବାବଦରେ ଆଗକୁ ଧ୍ୟାନ ଦିଆଯିବ ବୋଲି ସେ କହିଛନ୍ତି। ଅପରପକ୍ଷେ ସିଏମ୍‌ସି ମେୟର ସୁବାସ ସିଂ କହିଛନ୍ତି, ଏଭଳି ଗୀତ ଗାଇବାକୁ କେହି ପ୍ରୋତ୍ସାହନ ଦେଉନାହାନ୍ତି। ଯେମିତି ଆଗକୁ ଏହାର ପୁନରାବୃତ୍ତି ନହେବ, ସେଥିପ୍ରତି ଦୃଷ୍ଟି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri