ନେତାଜୀ ଜୟନ୍ତୀ ପାଳନ କମିଟି ସଦସ୍ୟ ହେଲେ ନବୀନ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କମିଟିର ଅଧ୍ୟକ୍ଷ ଥିବାବେଳେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ପୂର୍ବତନ ପ୍ରଧାନମନ୍ତ୍ରୀ, ପୂର୍ବତନ ଲୋକସଭା ବାଚସ୍ପତି ଓ ପ୍ରତିଷ୍ଠିତ ରାଜନେତା ସଦସ୍ୟ ରହିଛନ୍ତି। ନବୀନ ପଟ୍ଟନାୟକଙ୍କ ସମେତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ୍‌ ସାଙ୍ଗ୍‌ମା, ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନାଫ୍ୟୁ ରିଓ, ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ, ମିଜୋରାମ୍‌ ମୁଖ୍ୟମନ୍ତ୍ରୀ ଜୋରାମ୍‌ ଥାଙ୍ଗା, ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବ ପ୍ରମୁଖ ସଦସ୍ୟ ଅଛନ୍ତି। ଏମାନଙ୍କ ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେଗୌଡ଼ା, ମନମୋହନ ସିଂହ, ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ପ୍ରମୁଖ କମିଟିରେ ରହିଛନ୍ତି। ଦେଶର ପ୍ରମୁଖ ବ୍ୟକ୍ତିବିଶେଷଙ୍କ ସମେତ ବରିଷ୍ଠ ଐତିହାସିକ, ଲେଖକ, ବିଶେଷଜ୍ଞ, ସୁଭାଷ ଚନ୍ଦ୍ର ବୋଷଙ୍କ ପରିବାର ସଦସ୍ୟ ଓ ଆଜାଦ ହିନ୍ଦ୍‌ ଫୌଜର ବିଶିଷ୍ଟ କର୍ମକର୍ତ୍ତାମାନେ ମଧ୍ୟ ଏଥିରେ ସଦସ୍ୟ ଅଛନ୍ତି। କମିଟି ଜାନୁୟାରୀ ୨୩ରୁ କାର୍ଯ୍ୟକ୍ଷମ ହେବାସହ ନେତାଜୀଙ୍କ ବର୍ଷବ୍ୟାପୀ ହେବାକୁ ଥିବା ଜନ୍ମୋତ୍ସବ କାର୍ଯ୍ୟକ୍ରମର ତଦାରଖ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?