ନେତାଜୀ ଜୟନ୍ତୀ ପାଳନ କମିଟି ସଦସ୍ୟ ହେଲେ ନବୀନ

ଭୁବନେଶ୍ୱର, ୧୦।୧ (ବ୍ୟୁରୋ): ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଏହି କମିଟିରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କମିଟିର ଅଧ୍ୟକ୍ଷ ଥିବାବେଳେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ପୂର୍ବତନ ପ୍ରଧାନମନ୍ତ୍ରୀ, ପୂର୍ବତନ ଲୋକସଭା ବାଚସ୍ପତି ଓ ପ୍ରତିଷ୍ଠିତ ରାଜନେତା ସଦସ୍ୟ ରହିଛନ୍ତି। ନବୀନ ପଟ୍ଟନାୟକଙ୍କ ସମେତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମେଘାଳୟ ମୁଖ୍ୟମନ୍ତ୍ରୀ କନ୍‌ରାଡ୍‌ ସାଙ୍ଗ୍‌ମା, ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନାଫ୍ୟୁ ରିଓ, ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ, ମିଜୋରାମ୍‌ ମୁଖ୍ୟମନ୍ତ୍ରୀ ଜୋରାମ୍‌ ଥାଙ୍ଗା, ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ କୁମାର ଦେବ ପ୍ରମୁଖ ସଦସ୍ୟ ଅଛନ୍ତି। ଏମାନଙ୍କ ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ, ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର, ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌ଡି ଦେବେଗୌଡ଼ା, ମନମୋହନ ସିଂହ, ଲୋକସଭା ବାଚସ୍ପତି ଓମ୍‌ ବିର୍ଲା, ରାଜ୍ୟସଭାର ଉପାଧ୍ୟକ୍ଷ ହରିବଂଶ ନାରାୟଣ ସିଂ ପ୍ରମୁଖ କମିଟିରେ ରହିଛନ୍ତି। ଦେଶର ପ୍ରମୁଖ ବ୍ୟକ୍ତିବିଶେଷଙ୍କ ସମେତ ବରିଷ୍ଠ ଐତିହାସିକ, ଲେଖକ, ବିଶେଷଜ୍ଞ, ସୁଭାଷ ଚନ୍ଦ୍ର ବୋଷଙ୍କ ପରିବାର ସଦସ୍ୟ ଓ ଆଜାଦ ହିନ୍ଦ୍‌ ଫୌଜର ବିଶିଷ୍ଟ କର୍ମକର୍ତ୍ତାମାନେ ମଧ୍ୟ ଏଥିରେ ସଦସ୍ୟ ଅଛନ୍ତି। କମିଟି ଜାନୁୟାରୀ ୨୩ରୁ କାର୍ଯ୍ୟକ୍ଷମ ହେବାସହ ନେତାଜୀଙ୍କ ବର୍ଷବ୍ୟାପୀ ହେବାକୁ ଥିବା ଜନ୍ମୋତ୍ସବ କାର୍ଯ୍ୟକ୍ରମର ତଦାରଖ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି।...

ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୩।୪: ଆଜି ପାରଳାଖେମୁଣ୍ଡି ପାଲଟିଛି ରାଜ୍ୟର ଉତ୍ତପ୍ତ ସହର। ସହରରେ ତାପମାତ୍ରା ୪୨.୮ ଡିଗ୍ରୀ ରେକର୍ଡ କରାଯାଇଛି। ଏଥିସହ ୧୭ଟି ସହର ତାପମାତ୍ରା ୪୦ ଡିଗ୍ରୀ...

ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲା: ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ,୨୩ା୪ (କାର୍ତ୍ତିକ ସାହୁ): ବରଗଡ଼ ଜିଲା ଭେଡେନ୍‌ ଥାନା ହାଜତ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ପାଇଁ ରୁଜୁ ମାମଲାରେ ହାଇକୋର୍ଟ ମୃତକ ମାଖୁନ୍‌ ବାଗ୍‌ଙ୍କ...

ଜାତୀୟ ଧାନ ଗବେଷଣା ଅନୁଷ୍ଠାନର ୭୯ତମ ପ୍ରତିଷ୍ଠା ଦିବସ: ପ୍ରଯୁକ୍ତି ବିଦ୍ୟାର ବିକାଶ ଉତ୍ପାଦନ ବୃଦ୍ଧିରେ ସାହାଯ୍ୟ କରିଛି’

କଟକ,୨୩ା୪ (କାର୍ତ୍ତିକ ସାହୁ) ବିଦ୍ୟାଧରପୁରସ୍ଥିତ ଜାତୀୟ ଧାନ ଗବେଷଣା ଅନୁଷ୍ଠାନ(ଏନ୍‌ଆର୍‌ଆର୍‌ଆଇ)ର ୭୯ତମ ପ୍ରତିଷ୍ଠା ଦିବସ ଏବଂ ଧାନ ଦିବସ ପ୍ଲାଟିନମ୍‌ ଜୁବୁଲି ସମ୍ମିଳନୀ କକ୍ଷରେ ମଙ୍ଗଳବାର...

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି...

ଷ୍ଟାର ପ୍ରଚାରକ ଲିଷ୍ଟରେ ନାହିଁ ୩ ତାରକାଙ୍କ ନାମ

ଭୁବନେଶ୍ୱର,୨୩।୪: ଭାଜପା ଷ୍ଟାର ପ୍ରଚାରକ ତାଲିକାରେ ସ୍ଥାନ ପାଇଲେନି ୩ ଓଲିଉଡ ଷ୍ଟାର । ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିବା ଓଲିଉଡ ଷ୍ଟାରଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri