ରାଜ୍ୟ ସରକାରଙ୍କୁ ବଡ଼ ଅନୁରୋଧ କଲେ ନବୀନ; ପ୍ରକାଶ କଲେ ଦୁଃଖ

ଭୁବନେଶ୍ୱର,୧୩।୮: ବାଂଲାଦେଶରେ ଦେଖା ଦେଇଥିବା ଅଶାନ୍ତିକର ସ୍ଥିତି କାରଣରୁ ଏହାର ପ୍ରଭାବ ପଡୋଶୀ ଦେଶ ତଥା ଭାରତ ଉପରେ ପଡିଛି। ସେଠାରେ ବସବାସ କରୁଥିବା ଅଳ୍ପ ସଂଖ୍ୟକ ହିନ୍ଦୁମାନଙ୍କ ଉପରେ ଆକ୍ରମଣ ହେଉଥିବାର ଖବର ଆସିବା ମଧ୍ୟରେ ସେଠାରୁ ଅନେକ ବାଂଲାଦେଶୀ ଭାରତରେ ଅନୁପ୍ରବେଶ କରିବାର ସ୍ଥିତି ଉପୁଜିଛି। ଯାହାକୁନେଇ ସରକାର ସତର୍କ ଥିବା ବେଳେ ଲୋକମାନଙ୍କ ମଧ୍ୟରେ ମଧ୍ୟ ପ୍ରତିକ୍ରିୟା ପ୍ରକାଶ ପାଇଛି।

ଏହି କ୍ରମରେ ଓଡ଼ିଶା ଏକ ସମୁଦ୍ର କୁଳିଆ ରାଜ୍ୟ ହୋଇଥିବାରୁ ସମୁଦ୍ରପଥ ଦେଇ ବାଂଲାଦେଶୀମାନେ ଓଡ଼ିଶାରେ ପ୍ରବେଶ କରିବାର ଭୟ ରହିଛି। ତେବେ ପୂର୍ବରୁ ମଧ୍ୟ ଅନେକ ବାଂଲାଦେଶୀ ଓଡ଼ିଶାରେ ଆସି ବସବାସ କରୁଥିବା ବେଳେ ଅନେକ ପଶ୍ଚିମବଙ୍ଗର ଲୋକେ ଓଡ଼ିଶାରେ ବ୍ୟବସାୟ କରୁଛନ୍ତି। ଏଭଳି ସ୍ଥିତିରେ ଲୋକମାନେ ଅନେକ ସ୍ଥାନରେ ବାଂଲାଦେଶୀ ମାନଙ୍କୁ ଚିହ୍ନଟ କରିବା ସହିତ ଅନେକ ସ୍ଥାନରେ ଦ୍ଵନ୍ଦାତ୍ମକ ପରିସ୍ଥିତି କାରଣରୁ ସେମାନଙ୍କୁ ମାଡ଼ ମଧ୍ୟ ମରୁଥିବାର ଖବର ଆସୁଛି। ଏହାରି ମଧ୍ୟରେ ରାଜ୍ୟରେ ଏପ୍ରକାର ସ୍ଥିତିକୁ ନେଇ ବିଶୃଙ୍ଖଳା ବା ଅଶାନ୍ତି ବଢିଥିବା କହି ପ୍ରତିକ୍ରିୟା ଦେଇଛନ୍ତି।

ନବୀନ କହିଛନ୍ତି ”ଏକ ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଏହା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ ସାମ୍ପ୍ରଦାୟିକ ସୌହାର୍ଦ୍ଦ୍ୟ, ଶାନ୍ତି ଓ ସହଭାଗିତା ଯୁଗ ଯୁଗ ଧରି ରହି ଆସିଛି। କିନ୍ତୁ ଚିନ୍ତାର ବିଷୟ ଯେ ଏବେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ସାମାଜିକ ବିଶୃଙ୍ଖଳା ଘଟୁଥିବାର ଖବର ଆସୁଛି। ଅନେକ ଗୋଷ୍ଠୀ ଓ ପୀଡ଼ିତ ନାଗରିକ ମୋତେ ଭେଟି ସେମାନଙ୍କ ଦୁଃଖ ଜଣାଉଛନ୍ତି। ସେମାନେ ଆକ୍ରମଣ ଓ ବିଦ୍ବେଷର ଶିକାର ହେଉଥିବା ଦୁଃଖର କଥା।

ମୁଁ ସମସ୍ତ ସମ୍ପ୍ରଦାୟକୁ ନିବେଦନ କରୁଛି, ଯେ ସେମାନେ ଓଡ଼ିଶାର ଭାବମୂର୍ତ୍ତି ତଥା ଗରିମା ରକ୍ଷା କରନ୍ତୁ। ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ ଭାବେ ଲୋକଙ୍କ ଧନ, ଜୀବନର ସୁରକ୍ଷା ସହ ଆଇନଶୃଙ୍ଖଳା ବଜାୟ ରଖିବା ଦିଗରେ କାମ କରନ୍ତୁ।

ଏକ ସଦଭାବପୂର୍ଣ ରାଜ୍ୟ ଭାବରେ ଓଡ଼ିଶାର ପ୍ରତିଛବି ହିଁ ଆମ ରାଜ୍ୟକୁ ନିବେଶକଙ୍କୁ ଆକୃଷ୍ଟ କରିଆସିଛି ଏବଂ ଆମେ ଆମ ଆର୍ଥିକ ଭିତ୍ତିଭୂମି ସୁଦୃଢ଼ କରିପାରିଛୁ। ଆନନ୍ଦର କଥା, ଆମେ ୬୦ ପ୍ରତିଶତରୁ ଅଧିକ ଲୋକଙ୍କୁ ଦାରିଦ୍ର୍ୟରୁ ମୁକ୍ତ କରିପାରିଛୁ। ମୁଁ ରାଜ୍ୟ ସରକାରଙ୍କୁ ଏବଂ ସମସ୍ତ ସରକାରୀ ଅଧିକାରୀଙ୍କୁ ଅନୁରୋଧ କରୁଛି କି ରାଜ୍ୟର ସବୁ ବର୍ଗର ଲୋକଙ୍କ ସୁରକ୍ଷା ପାଇଁ ଯଥା ସମ୍ଭବ ସମସ୍ତ ପ୍ରକାରର ପଦକ୍ଷେପ ନିଅନ୍ତୁ। କାରଣ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ହେଉଛି ଏକ ପ୍ରଗତିଶୀଳ ସମାଜର ମୂଳଭିତ୍ତି। ଯେଉଁଠି ଶାନ୍ତିଥାଏ, ସେଇଠି ହିଁ ପ୍ରଗତି ସମ୍ଭବ ହୁଏ।”


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri