ପର ମୁଣ୍ଡରେ ଦୋଷ ଦେଇ ଖସି ପାରିବେନି ନବୀନ: ପ୍ରତାପ ଷଡ଼ଙ୍ଗୀ

ଭୁବନେଶ୍ୱର,୬।୬: ରାଜ୍ୟରେ ଖୁବ୍‌ଶୀଘ୍ର ଭାଜପା ସରକାର ଗଢିବାକୁ ଯାଉଛି। ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ନୁଆଦିଲ୍ଲୀରେ ଆଲୋଚନା ଚାଲିଛି। ଏସବୁ ଭିତରେ ଭାଜପାର ବରିଷ୍ଠ ନେତା ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଷଡଙ୍ଗୀ ବିଜେଡି ଉପରେ ବର୍ଷୀଛନ୍ତି। ସେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ୍‌ କରିଛନ୍ତି। ପର ମୁଣ୍ଡରେ ଦୋଷ ଦେଇ ନବୀନ ଖସି ପାରିବେନି ବୋଲି କହିଛନ୍ତି ପ୍ରତାପ ଷଡ଼ଙ୍ଗୀ। ପାଣ୍ଡିଆନ କିଏ, ତାଙ୍କୁ ନିଯୁକ୍ତି କିଏ ଦେଇଥିଲା ପଚାରିଲେ ପ୍ରତାପ ଷଡଙ୍ଗୀ ପ୍ରଶ୍ନ କରିଛନ୍ତି।
ପ୍ରତାପ କହିଛନ୍ତି, ଜଣେ ସରକାରୀ ଚାକର ନେତାଙ୍କୁ ନଚାଇଲା, ନବୀନ କେମିତି ଜାଣିପାରିଲେନି ଜାଣିପାରିଲେନି। ଶକୁନି ଠାରୁ ଦୁର୍ଯ୍ୟୋଧନ ବେଶୀ ଦାୟୀ, ନବୀନ ଖସି ପାରିବେନି। ଦୁର୍ନୀତିର ତଦନ୍ତ ହେବ। କେଡ଼େ କେଡ଼େ ଲୋକ ଜେଲ ଯାଉଛନ୍ତି, ସେଥିରେ ଆଉ ସନ୍ଦେହ ନାହିଁ।
ସୂଚନାଯୋଗ୍ୟ,ଓଡ଼ିଶାରେ ଦୀର୍ଘ ୨୪ବର୍ଷ ଶାସନରେ ରହିବା ପରେ ମଙ୍ଗଳବାର ବିଜୁ ଜନତା ଦଳ (ବିଜେଡି) ସରକାରର ପତନ ଘଟିଛି। ୨୦୨୪ ନିର୍ବାଚନରେ ଓଡ଼ିଶା ବିଧାନସଭାର ୧୪୭ ଆସନ ମଧ୍ୟରୁ ଭାରତୀୟ ଜନତା ପାର୍ଟି (ଭାଜପା) ଏକାକୀ ୭୮ ଆସନ ପାଇ ବହୁମତ ହାସଲ କରିଛି। ବିଜେଡିକୁ କେବଳ ୫୧ ଆସନରେ ସନ୍ତୁଷ୍ଟ ହେବାକୁ ପଡ଼ିଥିବା ବେଳେ କଂଗ୍ରେସ ୧୪ଟି , ସ୍ବାଧୀନ ୩ଟି ଏବଂ ସିପିଆଇ(ଏମ୍‌) ଗୋଟିଏ ଆସନ ପାଇଛନ୍ତି। ୨୦୧୯ରେ ଭାଜପା ୨୩ ଆସନ ପାଇଥିବା ବେଳେ ଚଳିତ ନିର୍ବାଚନରେ ଅଧିକ ୫୫ ଆସନ ପାଇବା ଓଡ଼ିଶାରେ ପଦ୍ମର ସୁଅ ବହିଛି।
ସେହିଭଳି ରାଜ୍ୟର ୨୧ ଲୋକ ସଭା ଆସନ ମଧ୍ୟରୁ ଭାଜପା ୨୦ଟି ସଂସଦୀୟ କ୍ଷେତ୍ରରେ ବିଜୟଲାଭ କରିଥିବା ବେଳେ କଂଗ୍ରେସ ଗୋଟିଏ ସିଟ୍‌ ଜିତିଛି। ୨୦୧୯ ନିର୍ବାଚନରେ ଭାଜପା ୮ଟି ଆସନ ପାଇଥିବା ବେଳେ ଏଥର ଅଧିକ ୧୨ ଆସନ ଜିତିବା ଓଡ଼ିଶାର ରାଜନୈତିକ ପାଣିପାଗକୁ ସମ୍ପୂର୍ଣ୍ଣ ବଦଳାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri