ବିଜୁବାବୁଙ୍କ ଜନ୍ମ ଉତ୍ସବ ପାଳନକୁ ଆସିଲେନି ନବୀନ, କାଢ଼ି ନିଆଗଲା ଚୌକି

ଭୁବନେଶ୍ୱର,୫ା୩: ମାର୍ଚ୍ଚ ୫ ଅର୍ଥାତ୍‌ ଆଜି(ବୁଧବାର) ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ। ଏହି ଅବସରରେ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା କରିବେ ନା ପ୍ରତ୍ୟାଖ୍ୟାନ କରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ତେବେ ସତକୁ ସତ ନବୀନ ଆଜି ସରକାର ଆୟୋଜନ କରିଥିବା ବିଜୁବାବୁଙ୍କ ଜନ୍ମ ଉତ୍ସବରେ ଯୋଗ ଦେଇନାହାନ୍ତି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ବିଜେଡି ନେତା ପ୍ରଫୁଲ୍ଲ ଘଡ଼େଇ ଯୋଗ ଦେଇଥିଲେ। ତେବେ ନବୀନ ବସିବା ପାଇଁ ରଖାଯାଇଥିବା ଚୌକିକୁ କାଢ଼ି ନିଆଯାଇଛି।

ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଥିଲେ। ଏଥିରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ମୋହନ ନବୀନଙ୍କୁ ଅନୁରୋଧ କରିଥିଲେ। ଚିଠିରେ ମୋହନ ଲେଖିଥିଲେ, ଆପଣଙ୍କୁ ମୋର ସାଦର ନମସ୍କାର। ଆସନ୍ତା ମାର୍ଚ୍ଚ ୫ ତାରିଖରେ ରାଜ୍ୟ ସରକାର ଓ ମହାନ ବରପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରୁଛନ୍ତି । ଏଥିପାଇଁ ସ୍ଥାନୀୟ ଜୟଦେବ ଭବନଠାରେ ୫ ତାରିଖ ସନ୍ଧ୍ୟା ୭ଟାରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛି। ଆପଣଙ୍କର ଗରମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନ କରିବ । ତେବେ ସବୁ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ନବୀନ ଆଜି ଏହି ଉତ୍ସବକୁ ଆସିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri