ଆସିଲେନି ନବୀନ ସିଧା ଶୁଣାଇଦେଲେ ମୋହନ, କହିଲେ ସଂଧ୍ୟାରେ ସେ ଆସନ୍ତି ନାହିଁ…

ଭୁବନେଶ୍ୱର,୬।୩: ପ୍ରବାଦପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ପଟ୍ଟନାୟକ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରିଥିଲେ। ନବୀନ ମୋହନଙ୍କ ନିମନ୍ତ୍ରଣ ରକ୍ଷା କରିବେ ନା ପ୍ରତ୍ୟାଖ୍ୟାନ କରିବେ ତାହା ଉପରେ ସମସ୍ତଙ୍କ ନଜର ଥିଲା। ତେବେ ସତକୁ ସତ ନବୀନ ସରକାର ଆୟୋଜନ କରିଥିବା ବିଜୁବାବୁଙ୍କ ଜନ୍ମ ଉତ୍ସବରେ ଯୋଗ ଦେଇ ନ ଥିଲେ। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ବିଜେଡି ନେତା ପ୍ରଫୁଲ୍ଲ ଘଡ଼େଇ ଯୋଗ ଦେଇଥିଲେ। ତେବେ ନବୀନ ବସିବା ପାଇଁ ରଖାଯାଇଥିବା ଚୌକିକୁ କାଢ଼ି ନିଆଯାଇଥିଲା।

ତେବେ ବିଜୁ ଜୟନ୍ତୀ ସମାରୋହରେ ଆସି ନଥିବାରୁ ନବୀନଙ୍କୁ ମୋହନ ମାଝୀ ଟାର୍ଗେଟ କରିଥିଲେ। ସେ କହିଥିଲେ, ଆମେ ନବୀନଙ୍କୁ ଡାକିଥିଲୁ, ସେ ଆସିଲେ ନାହିଁ। ଶୁଣିଥିଲି ସଂଧ୍ୟା ସମୟରେ ସେ ଆସନ୍ତି ନାହିଁ। ୨୦୨୦ ମସିହାରୁ ସଂଧ୍ୟାରେ ସେ କୁଆଡ଼େ ଯାଆନ୍ତି ନାହିଁ। ବିଧାନସଭାକୁ ମଧ୍ୟ ଆସି ନାହାନ୍ତି।

ସୂଚନାଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଥିଲେ। ଏଥିରେ ବିଶିଷ୍ଟ ଅତିଥି ଭାବେ ଯୋଗ ଦେବାକୁ ମୋହନ ନବୀନଙ୍କୁ ଅନୁରୋଧ କରିଥିଲେ। ଚିଠିରେ ମୋହନ ଲେଖିଥିଲେ, ଆପଣଙ୍କୁ ମୋର ସାଦର ନମସ୍କାର। ଆସନ୍ତା ମାର୍ଚ୍ଚ ୫ ତାରିଖରେ ରାଜ୍ୟ ସରକାର ଓ ମହାନ ବରପୁତ୍ର ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳନ କରୁଛନ୍ତି । ଏଥିପାଇଁ ସ୍ଥାନୀୟ ଜୟଦେବ ଭବନଠାରେ ୫ ତାରିଖ ସନ୍ଧ୍ୟା ୭ଟାରେ ଏକ ରାଜ୍ୟସ୍ତରୀୟ ସଭାର ଆୟୋଜନ କରାଯାଇଛ। ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବରେ ଯୋଗ ଦେବା ପାଇଁ ମୁଁ ଆପଣଙ୍କୁ ଅନୁରୋଧ କରୁଛ। ଆପଣଙ୍କର ଗରମାମୟ ଉପସ୍ଥିତି ଏହି କାର୍ଯ୍ୟକ୍ରମର ଶୋଭା ବର୍ଦ୍ଧନ କରିବ । ତେବେ ସବୁ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ନବୀନ ଆଜି ଏହି ଉତ୍ସବକୁ ଆସିନାହାନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଭୟାବହ ଅଗ୍ନିକାଣ୍ଡ: ପିଚୁ କାରଖାନାରେ ଲାଗିଲା ନିଆଁ

ସମ୍ବଲପୁର,୧୯।୩(ପ୍ରମୋଦ ବହିଦାର): ସମ୍ବଲପୁର ସହର ଉପକଣ୍ଠରେ ଥିବା ଏକ ପିଚୁ କାରଖାନାରେ ଆଜି ସକାଳୁ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି। କାରଖାନା ପରିସରରେ ହଠାତ ନିଆଁ ଲାଗିଯିବାରୁ…

HDFC ଓ PNB ବ୍ୟାଙ୍କର ୟୁଜର୍ସଙ୍କ ପାଇଁ ବଡ଼ ଖବର, ଏପ୍ରିଲ ୧ରୁ ବଦଳିଯିବ…

ନୂଆଦିଲ୍ଲୀ,୧୯।୩: ମାର୍ଚ୍ଚ ମାସର ଅଧାରୁ ଅଧିକ ସମୟ ବିତିଗଲାଣି, ଏବଂ ଆଉ କିଛି ଦିନ ପରେ ଏପ୍ରିଲ ମାସ ଆରମ୍ଭ ହେବାକୁ ଯାଉଛି। ୧ ଏପ୍ରିଲରୁ, ଦେଶର…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

୪ ଦିନରେ ୨ ଲକ୍ଷରୁ ଉର୍ଦ୍ଧ୍ୱ କଇଁଛଙ୍କ ଅଣ୍ଡାଦାନ: ସୁରକ୍ଷା ବ୍ୟବସ୍ଥା କଡାକଡି

ଗଞ୍ଜାମ,୧୯।୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଋଷିକୁଲ୍ୟା ମୁହାଁଣ ବେଳାଭୂମିର ବିସ୍ତିର୍ଣ୍ଣ ବାଲୁକା ଶଯ୍ୟାରେ ଚତୁର୍ଥ ରାତ୍ର ସୁଦ୍ଧା ୨ ଲକ୍ଷରୁ ଉର୍ଦ୍ଧ୍ୱ ସାମୁଦ୍ରିକ…

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?

ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍‌ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri