ନବୀନ ନିବାସରେ ଦ୍ରୌପଦୀଙ୍କ ମଧ୍ୟାହ୍ନ ଭୋଜନ; ପରସାଗଲା ଓଡ଼ିଆ ଖାଦ୍ୟ

ଭୁବନେଶ୍ୱର,୮ା୭(ବ୍ୟୁରୋ)- ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ଏମ୍‌ପି ଓ ବିଧାୟକମାନଙ୍କୁ ଭେଟି ନିଜ ସପକ୍ଷରେ ଭୋଟ ନେଇ ଆଲୋଚନା କରିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁ ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯିବା ପରେ ରାଜ୍ୟ ଅତିଥି ଭବନକୁ ପାଛୋଟି ନିଆଯାଇଥିଲା। ସେଠାରେ ସେ କିଛି ସମୟ ବିଶ୍ରାମ କରିବା ପରେ ବିଧାନସଭାର ସମ୍ମିଳନୀ କକ୍ଷରେ ଏବଂ ପରେ ସେ ରାଜ୍ୟ ଅତିଥି ଭବନରେ ଭାଜପା ବିଧାୟକ ଓ ଏମ୍‌ପିଙ୍କ ସହ ଆଲୋଚନା କରିଥିଲେ। ଏହାପରେ ମଧ୍ୟାହ୍ନରେ ସେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରାୟ ୩୦ ମିନିଟ ଆଲୋଚନା କରିଛନ୍ତି।

ଫେରିଯିବା ପୂର୍ବରୁ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନରେ ମଧ୍ୟାହ୍ନଭୋଜନରେ ଭାତ, ଡାଲି, ଆଳୁଚକଟା, ବଡ଼ିଚୂରା, ବାଇଗଣ ଭଜା ଆଦି ଓଡ଼ିଆ ଖାଦ୍ୟରେ ଆପ୍ୟାୟିତ କରିଛନ୍ତି । ମଧ୍ୟାହ୍ନଭୋଜନରେ ଶୁଦ୍ଧ ଶାକାହାର ଓ ସମ୍ପୂର୍ଣ୍ଣ ଓଡ଼ିଆ ଖାଦ୍ୟ ଥିଲା ବୋଲି ଜଣାପଡ଼ିଛି । ଦ୍ରୌପଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଗଜେନ୍ଦ୍ର ସିଂ ଶେଖାୱତ ମଧ୍ୟ ନବୀନ ନିବାସ ଯାଇଥିଲେ ।

ବିଜେଡି ସୁପ୍ରିମୋଙ୍କ ସହ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁ ଓ କେନ୍ଦ୍ରମନ୍ତ୍ରୀ ଶେଖାୱତଙ୍କ ସମେତ ପୁରୀ ବିଜେଡି ଏମ୍‌ପି ପିନାକୀ ମିଶ୍ର ମଧ୍ୟ ମଧ୍ୟାହ୍ନଭୋଜନ କରିଥିଲେ । ମୁର୍ମୁ ନବୀନ ନିବାସରୁ ସିଧାସଳଖ ବିମାନବନ୍ଦର ଯାଇଥିଲେ ଓ ସ୍ବତନ୍ତ୍ର ବିମାନରେ ଲକ୍ଷ୍ନୌ ଅଭିମୁଖେ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri