ନବୀନ ନିବାସରେ ଦ୍ରୌପଦୀଙ୍କ ମଧ୍ୟାହ୍ନ ଭୋଜନ; ପରସାଗଲା ଓଡ଼ିଆ ଖାଦ୍ୟ

ଭୁବନେଶ୍ୱର,୮ା୭(ବ୍ୟୁରୋ)- ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟର ଏମ୍‌ପି ଓ ବିଧାୟକମାନଙ୍କୁ ଭେଟି ନିଜ ସପକ୍ଷରେ ଭୋଟ ନେଇ ଆଲୋଚନା କରିଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁ ସ୍ବତନ୍ତ୍ର ବିମାନରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯିବା ପରେ ରାଜ୍ୟ ଅତିଥି ଭବନକୁ ପାଛୋଟି ନିଆଯାଇଥିଲା। ସେଠାରେ ସେ କିଛି ସମୟ ବିଶ୍ରାମ କରିବା ପରେ ବିଧାନସଭାର ସମ୍ମିଳନୀ କକ୍ଷରେ ଏବଂ ପରେ ସେ ରାଜ୍ୟ ଅତିଥି ଭବନରେ ଭାଜପା ବିଧାୟକ ଓ ଏମ୍‌ପିଙ୍କ ସହ ଆଲୋଚନା କରିଥିଲେ। ଏହାପରେ ମଧ୍ୟାହ୍ନରେ ସେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରାୟ ୩୦ ମିନିଟ ଆଲୋଚନା କରିଛନ୍ତି।

ଫେରିଯିବା ପୂର୍ବରୁ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ତାଙ୍କ ବାସଭବନରେ ମଧ୍ୟାହ୍ନଭୋଜନରେ ଭାତ, ଡାଲି, ଆଳୁଚକଟା, ବଡ଼ିଚୂରା, ବାଇଗଣ ଭଜା ଆଦି ଓଡ଼ିଆ ଖାଦ୍ୟରେ ଆପ୍ୟାୟିତ କରିଛନ୍ତି । ମଧ୍ୟାହ୍ନଭୋଜନରେ ଶୁଦ୍ଧ ଶାକାହାର ଓ ସମ୍ପୂର୍ଣ୍ଣ ଓଡ଼ିଆ ଖାଦ୍ୟ ଥିଲା ବୋଲି ଜଣାପଡ଼ିଛି । ଦ୍ରୌପଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ଗଜେନ୍ଦ୍ର ସିଂ ଶେଖାୱତ ମଧ୍ୟ ନବୀନ ନିବାସ ଯାଇଥିଲେ ।

ବିଜେଡି ସୁପ୍ରିମୋଙ୍କ ସହ ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ମୁର୍ମୁ ଓ କେନ୍ଦ୍ରମନ୍ତ୍ରୀ ଶେଖାୱତଙ୍କ ସମେତ ପୁରୀ ବିଜେଡି ଏମ୍‌ପି ପିନାକୀ ମିଶ୍ର ମଧ୍ୟ ମଧ୍ୟାହ୍ନଭୋଜନ କରିଥିଲେ । ମୁର୍ମୁ ନବୀନ ନିବାସରୁ ସିଧାସଳଖ ବିମାନବନ୍ଦର ଯାଇଥିଲେ ଓ ସ୍ବତନ୍ତ୍ର ବିମାନରେ ଲକ୍ଷ୍ନୌ ଅଭିମୁଖେ ଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri