ରଥଟଣା ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ନବୀନ, କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୬: ରଥଟଣା ବିଳମ୍ବକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ ଆଙ୍ଗୁଳି ଦେଖାଉନୁ, ଆମ ରାଜ୍ୟର ସବୁଠାରୁ ପବିତ୍ର ପର୍ବ ସମୟରେ ଏପରି ଘଟଣାକୁ ନେଇ ଚିନ୍ତିତ ଅଛୁ।

ଗତ ବର୍ଷର ଘଟଣା ମଧ୍ୟ ମନେ ପକାଇଛନ୍ତି ନବୀନ। କହିଛନ୍ତି, ଗତବର୍ଷ ଆଡ଼ପ ବିଜେ ପହଣ୍ଡି ସମୟର ଅଘଟଣ ଭୁଲିଯିବା ଆମ ପାଇଁ ବି କଷ୍ଟକର। କାଲି ସନ୍ଧ୍ୟା ୭ଟା ୪୫ ପର୍ଯ୍ୟନ୍ତ ସିଂହଦ୍ୱାରରେ ନନ୍ଦିଘୋଷ ଠିଆ ହୋଇଥିବାର ଦେଖିବାକୁ ପାଇଥିଲୁ। ଦିନ ଶେଷ ହେବା ପୂର୍ବରୁ କେବଳ କିଛି ମିଟର ଆଗକୁ ଗଡ଼ିଥିଲା ରଥ। ବିଶ୍ୱରୁ ଆସିଥିବା ଲକ୍ଷାଧିକ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଭାବରେ ହତାଶ ତଥା ଭ୍ରମିତ କରିଛି ବୋଲି ନବୀନ କହିଛନ୍ତି। ସେ କହିଛନ୍ତି, ଭିଡ଼ ପରିଚାଳନାରେ ଅବହେଳା ଯୋଗୁ ଶହଶହ ଭକ୍ତ ଆହତ ମଧ୍ୟ ହୋଇଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧିରେ ଧିରେ ସୁସ୍ଥ ହେଉଛନ୍ତି। ଗୁରୁବାର ମେଡିକାଲ ବେଡରୁ ସେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ତେବେ ଶୁକ୍ରବାର ସେ ରଥଯାତ୍ରା ଦେଖୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଏହି ଭିଡିଓ ପାଣ୍ଡିଆନ ଶେୟାର କରିଛନ୍ତି।

ଭିଡିଓ ଜାରି କରି କହିଥିଲେ, ଜୟ ଜଗନ୍ନାଥ, ଏବଂ ସମସ୍ତଙ୍କୁ ଏହି ପବିତ୍ର ଉତ୍ସବରେ ଆନନ୍ଦ ଓ ସମୃଦ୍ଧି କାମନା କରିଛନ୍ତି। ନବୀନଙ୍କ ଏହି ଶୁଭେଚ୍ଛା ବାର୍ତ୍ତା ତାଙ୍କ ସୁସ୍ଥତାର ସୂଚନା ଦେବା ସହ ଲୋକଙ୍କ ମନରେ ଉତ୍ସାହ ସୃଷ୍ଟି କରିଛି।

ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ନିକଟରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଆର୍ଥ୍ରାଇଟିସର ଅସ୍ତ୍ରୋପଚାର କରିଥିଲେ। ଜୁନ ୨୨ରେ ତାଙ୍କର ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ ହୋଇଥିଲା ଏବଂ ସେ ବର୍ତ୍ତମାନ ଆଇସିୟୁରୁ ଏକ ବ୍ୟକ୍ତିଗତ କକ୍ଷକୁ ସ୍ଥାନାନ୍ତରିତ ହୋଇଛନ୍ତି, ଯାହା ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତିର ସଙ୍କେତ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri