ରଥଟଣା ବିଳମ୍ବକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ନବୀନ, କହିଦେଲେ ଏହି ବଡ଼ କଥା…

ଭୁବନେଶ୍ୱର,୨୮ା୬: ରଥଟଣା ବିଳମ୍ବକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥଟଣାରେ ଅତ୍ୟଧିକ ବିଳମ୍ବ ହେବାରୁ ନବୀନ କ୍ଷୋଭ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆମେ ବିଳମ୍ବ ପାଇଁ ପ୍ରଶାସନକୁ ଆଙ୍ଗୁଳି ଦେଖାଉନୁ, ଆମ ରାଜ୍ୟର ସବୁଠାରୁ ପବିତ୍ର ପର୍ବ ସମୟରେ ଏପରି ଘଟଣାକୁ ନେଇ ଚିନ୍ତିତ ଅଛୁ।

ଗତ ବର୍ଷର ଘଟଣା ମଧ୍ୟ ମନେ ପକାଇଛନ୍ତି ନବୀନ। କହିଛନ୍ତି, ଗତବର୍ଷ ଆଡ଼ପ ବିଜେ ପହଣ୍ଡି ସମୟର ଅଘଟଣ ଭୁଲିଯିବା ଆମ ପାଇଁ ବି କଷ୍ଟକର। କାଲି ସନ୍ଧ୍ୟା ୭ଟା ୪୫ ପର୍ଯ୍ୟନ୍ତ ସିଂହଦ୍ୱାରରେ ନନ୍ଦିଘୋଷ ଠିଆ ହୋଇଥିବାର ଦେଖିବାକୁ ପାଇଥିଲୁ। ଦିନ ଶେଷ ହେବା ପୂର୍ବରୁ କେବଳ କିଛି ମିଟର ଆଗକୁ ଗଡ଼ିଥିଲା ରଥ। ବିଶ୍ୱରୁ ଆସିଥିବା ଲକ୍ଷାଧିକ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଭାବରେ ହତାଶ ତଥା ଭ୍ରମିତ କରିଛି ବୋଲି ନବୀନ କହିଛନ୍ତି। ସେ କହିଛନ୍ତି, ଭିଡ଼ ପରିଚାଳନାରେ ଅବହେଳା ଯୋଗୁ ଶହଶହ ଭକ୍ତ ଆହତ ମଧ୍ୟ ହୋଇଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଧିରେ ଧିରେ ସୁସ୍ଥ ହେଉଛନ୍ତି। ଗୁରୁବାର ମେଡିକାଲ ବେଡରୁ ସେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଥିଲେ। ତେବେ ଶୁକ୍ରବାର ସେ ରଥଯାତ୍ରା ଦେଖୁଥିବା ଏକ ଭିଡିଓ ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଏହି ଭିଡିଓ ପାଣ୍ଡିଆନ ଶେୟାର କରିଛନ୍ତି।

ଭିଡିଓ ଜାରି କରି କହିଥିଲେ, ଜୟ ଜଗନ୍ନାଥ, ଏବଂ ସମସ୍ତଙ୍କୁ ଏହି ପବିତ୍ର ଉତ୍ସବରେ ଆନନ୍ଦ ଓ ସମୃଦ୍ଧି କାମନା କରିଛନ୍ତି। ନବୀନଙ୍କ ଏହି ଶୁଭେଚ୍ଛା ବାର୍ତ୍ତା ତାଙ୍କ ସୁସ୍ଥତାର ସୂଚନା ଦେବା ସହ ଲୋକଙ୍କ ମନରେ ଉତ୍ସାହ ସୃଷ୍ଟି କରିଛି।

ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ନିକଟରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଆର୍ଥ୍ରାଇଟିସର ଅସ୍ତ୍ରୋପଚାର କରିଥିଲେ। ଜୁନ ୨୨ରେ ତାଙ୍କର ଅସ୍ତ୍ରୋପଚାର ସଫଳତାର ସହ ସମ୍ପନ୍ନ ହୋଇଥିଲା ଏବଂ ସେ ବର୍ତ୍ତମାନ ଆଇସିୟୁରୁ ଏକ ବ୍ୟକ୍ତିଗତ କକ୍ଷକୁ ସ୍ଥାନାନ୍ତରିତ ହୋଇଛନ୍ତି, ଯାହା ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତିର ସଙ୍କେତ ଦେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

ଇଣ୍ଡୋ-ପ୍ରଶାନ୍ତ ମହାସାଗରରେ ଧମକ ଦେଲା ଭାରତ, ଦମ୍‌ ଦେଖାଇଲା INS ନୀଳଗିରି

ନୂଆଦିଲ୍ଲୀ,୨୨।୩: ଭାରତ-ପ୍ରଶାନ୍ତ (ଇଣ୍ଡୋ-ପ୍ୟାସିଫିକ)ମହାସାଗରୀୟ କ୍ଷେତ୍ରରେ ଭାରତର ବଢୁଥିବା ଶକ୍ତି ଏବେ ସ୍ପଷ୍ଟ ଭାବରେ ଦେଖା ଗଲାଣି। ଭାରତୀୟ ନୌସେନାର ଉଚ୍ଚ-ପ୍ରଯୁକ୍ତି ଯୁଦ୍ଧଜାହାଜ, INS ନୀଳଗିରି, ଅଷ୍ଟ୍ରେଲିଆରେ ଚାଲିଥିବା…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri