ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ନବୀନ, କହିଲେ ଡବଲ ଇଞ୍ଜିନ ସରକାର ଓଡ଼ିଶାକୁ…

ଭୁବନେଶ୍ୱର,୧ା୨: କେନ୍ଦ୍ର ସରକାରଙ୍କ ଦ୍ୱାରା ରବିବାର ଉପସ୍ଥାପିତ ବଜେଟ୍‌କୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ ତାଙ୍କ ସୋସିଆଲ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ବଜେଟ୍‌ ଉପରେ ମୁଁ ମୋର ନିରାଶା ପ୍ରକାଶ କରୁଛି। ବଜେଟ୍‌ରେ ଓଡ଼ିଶା ଏବଂ ଏହାର ଜନସାଧାରଣଙ୍କୁ କୌଣସି ଉଲ୍ଲେଖନୀୟ ଲାଭ ମିଳିନାହିଁ।

ଓଡ଼ିଶାବାସୀଙ୍କ ଆଶା ଥିଲା ଯେ, ଡବଲ ଇଞ୍ଜିନ ସରକାର ଭିତ୍ତିଭୂମି, ନିଯୁକ୍ତି ସୃଷ୍ଟି ଏବଂ ରାଜ୍ୟ ପାଇଁ ଅତିରିକ୍ତ ଆବଣ୍ଟନ ଉପରେ ଧ୍ୟାନ ଦେଇ ଅଭିବୃଦ୍ଧି ଗତି ପ୍ରଦାନ କରିବ। ରାଜ୍ୟକୁ ବହୁତ କମ୍‌ ମିଳିଛି। ମୁଁ ଓଡ଼ିଶାରେ ରେୟାର ୟାର୍ଥ କରିଡର ପ୍ରତିଷ୍ଠା ପ୍ରସ୍ତାବକୁ ସ୍ବାଗତ କରୁଛି। ଓଡ଼ିଶା ଅନେକ ପ୍ରମୁଖ ଖଣିଜ ପଦାର୍ଥର ଅଗ୍ରଣୀ ଉତ୍ପାଦକ ଏବଂ ଏହାର ସମୃଦ୍ଧ ସମ୍ପଦ ମାଧ୍ୟମରେ ରାଷ୍ଟ୍ର ନିର୍ମାଣରେ ସର୍ବଦା ଯୋଗଦାନ ଦେବ।

ଖଣିଜ ସମୃଦ୍ଧ ଅଞ୍ଚଳ ଏବଂ ଶିଳ୍ପ କେନ୍ଦ୍ରଗୁଡ଼ିକୁ ବନ୍ଦର ସହିତ ସଂଯୋଗ କରିବା ପାଇଁ ପୁଣି ଥରେ ଜାତୀୟ ଜଳପଥ ଘୋଷଣା କରାଯାଇଛି। କିନ୍ତୁ ଏହା ଏକ ଦଶନ୍ଧି ପୁରୁଣା ପ୍ରସ୍ତାବ ଯାହା ଭୂମିରେ କୌଣସି ଅଗ୍ରଗତି ନାହିଁ।
ଓଡ଼ିଶାବାସୀଙ୍କ ପାଇଁ ଏହା ଏକ ବଡ଼ ନିରାଶା ଯେ, ସହରଗୁଡ଼ିକ ମଧ୍ୟରେ ୭ଟି ହାଇ-ସ୍ପିଡ୍‌ ରେଳ କରିଡରକୁ ‘ବୃଦ୍ଧି ସଂଯୋଗକାରୀ’ ଭାବରେ ବିକଶିତ କରିବାର ଘୋଷଣାରେ ଓଡ଼ିଶା ସ୍ଥାନ ପାଇନାହିଁ। ଓଡ଼ିଶା ଭାଜପା ପୂର୍ବରୁ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପକୁ ହଟାଇ ଦେଇଥିଲା ଏବଂ ଲୋକଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପୂର୍ବପରି ଜାରି ରହିଛି ଏବଂ ଏହା ବହୁତ ଆଶ୍ଚର୍ଯ୍ୟଜନକ ଯେ ପର୍ଯ୍ୟଟନ କେନ୍ଦ୍ରିକ ବୌଦ୍ଧ ସର୍କିଟ ବିକାଶ ଯୋଜନା ଆମର ଡାଇମଣ୍ଡ ଟ୍ରାଏଆଙ୍ଗେଲ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବୌଦ୍ଧ ସ୍ଥଳୀ ଥିବା ସତ୍ତ୍ୱେ ଓଡ଼ିଶାକୁ ସମ୍ପୂର୍ଣ୍ଣ ଭାବରେ ଛାଡ଼ି ଦେଇଛି।

କେନ୍ଦ୍ରୀୟ ବଜେଟର ସମ୍ପୂର୍ଣ୍ଣ ବିବରଣୀରୁ ଦେଖାଯାଉଛି ଯେ, ଓଡ଼ିଶା କେବଳ ଏହାର ପ୍ରାକୃତିକ ସମ୍ପଦ ଛଡ଼ାଇ ନେବା ପାଇଁ ବ୍ୟୟବରାଦ ପାଉଛି ଏବଂ ରାଜ୍ୟର ଲୋକଙ୍କ ସୁବିଧା ପାଇଁ ସମ୍ପଦ ବଣ୍ଟନ କ୍ଷେତ୍ରରେ ଏହାକୁ ସମ୍ପୂର୍ଣ୍ଣ ଅଣଦେଖା କରାଯାଉଛି। ରାଜ୍ୟ ଭାଜପା ସରକାର ଓଡ଼ିଶାର ଲୋକଙ୍କ ଦାୟିତ୍ୱ ନେବା ଏବଂ କେନ୍ଦ୍ରରୁ ସେମାନଙ୍କର ନ୍ୟାଯ୍ୟ ପ୍ରାପ୍ୟ ପାଇବା ନିଶ୍ଚିତ କରିବାର ସମୟ ଆସିଛି। ଓଡ଼ିଶା ଏବଂ ଏହାର ଲୋକମାନେ କେନ୍ଦ୍ରୀୟ ବଜେଟ୍‌ରୁ ଅଧିକରୁ ଅଧିକ ପାଇବାକୁ ଯୋଗ୍ୟ ବୋଲି ନବୀନ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ଛାତ୍ରୀଛାତ୍ରଙ୍କ ନିକଟରେ ମୁଣ୍ଡ ନୁଆଇଁଲେ ଆଇଆଇଟି (IIT)ବମ୍ବେ କର୍ତ୍ତୃପକ୍ଷ; ୧୮ଟି ଦାବି ନେଇ ସହମତି, ପ୍ରଫେସର ନିଲମ୍ବିତ

ମୁମ୍ବାଇ,୨୧।୯: ଆଇଆଇଟି (IIT) ବମ୍ବେର ଏକ ହଷ୍ଟେଲରେ ୨୦ ବର୍ଷୀୟ ଛାତ୍ର ସାହିଲ ୱାକୋଡେଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଛାତ୍ରୀଛାତ୍ରମାନେ ଗତ ତିନି ଦିନ ଧରି ବିକ୍ଷୋଭ…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ଆଜି ରାତି ୧୦:୪୫ରେ ନକ୍ଷତ୍ର ପରିବର୍ତ୍ତନ କରିବେ ବୁଧ, ଏହି ୪ଟି ରାଶିର ଚମକି ଉଠିବ ଭାଗ୍ୟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଗୋଚର ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ଗୁରୁତ୍ୱ ଦିଆଯାଏ । ଜ୍ୟୋତିଷଙ୍କ ମତ ଅନୁସାରେ, କୌଣସି ବଡ଼ ଗ୍ରହ ନିଜ ସ୍ଥାନ କିମ୍ବା…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ବୈଭବଙ୍କର ଏହି ଘାତକ କୌଶଳକୁ ଚୋରି କରିବାକୁ ଚାହୁଁଛନ୍ତି ସୂର୍ଯ୍ୟକୁମାର? ଜାଣିଲେ ଆପଣ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୧।୯: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ରେକର୍ଡ ଭାଙ୍ଗୁଛନ୍ତି। ଆନ୍ତର୍ଜାତୀୟ କ୍ରିକେଟରୁ ଆରମ୍ଭ କରି ଆଇପିଏଲ (IPL) ପର୍ଯ୍ୟନ୍ତ, ସେ ମାତ୍ର ୩୫ ବଲରେ…

ପୁଣି ରାଜଧାନୀରେ ଫୁଟିଲା ଗୁଳି, ଫେସ୍‌ବୁକ୍‌ ଲାଇଭ୍‌ରେ ବିବାଦୀୟ ମନ୍ତବ୍ୟ ପରେ…

ଭୁବନେଶ୍ୱର,୨୧ା୯: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଯାଇଛି। ଏହି ଥାନା ଅଞ୍ଚଳରେ ଫୁଟିଛି ଗୁଳି। ଗଣେଶ ପୂଜାର ବିସର୍ଜନ ଉତ୍ସବ, ଆଉ ନାଚଗୀତରେ…

ଭାଜପାକୁ ବଡ଼ ଝଟକା, ଦଳ ଛାଡ଼ିଲେ ପୁନାଓ୍ବାଲା ହେଲେ କାହିଁକି? ଜାଣନ୍ତୁ ଏହାର ଭିତିରି କଥା

ନୂଆଦିଲ୍ଲୀ,୨୧।୯: ଭାରତୀୟ ଜନତା ପାର୍ଟି (ଭାଜପା)ର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲାଙ୍କ ଦଳ ଛାଡ଼ିବା ପଛର ପ୍ରକୃତ କାରଣ କ’ଣ ଥିଲା? ସେ ଏହି ବିଷୟରେ ଖୋଲାଖୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?