କଣ୍ଟାବାଞ୍ଜିରୁ ନାମାଙ୍କନ ଦାଖଲ କଲେ ନବୀନ

ଭୁବନେଶ୍ୱର,୨ା୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କଣ୍ଟାବାଞ୍ଜି ବିଧାନସଭା ଆସନ ପାଇଁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଟିଟିଲାଗଡ଼ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ନବୀନ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଦ୍ୱିତୀୟ ନିର୍ବାଚନ କ୍ଷେତ୍ର ଭାବରେ ସେ ଆଜି ତାଙ୍କର ନାମାଙ୍କନ ଦାଖଲ କରିଛନ୍ତି। ଏହି ଆସନରୁ ସେ ପ୍ରଥମଥର ଭାବେ ତାଙ୍କର ନାମାଙ୍କନ ଭରିଛନ୍ତି। ଏହି ସମୟରେ କାର୍ତ୍ତିକ ପାଣ୍ଡିଆନଙ୍କ ସମେତ ବଲାଙ୍ଗୀର ଏମ୍‌ପି ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ, ବରିଷ୍ଠ ନେତା ଅନଙ୍ଗ ଉଦୟ ସିଂହଦେଓ , ଟିଟିଲାଗଡ଼ ବିଧାୟକ ପ୍ରାର୍ଥିନୀ ଟୁକୁନି ସାହୁ, ବଲାଙ୍ଗୀର ବିଧାୟକ ପ୍ରାର୍ଥୀ କଳିକେଶ ସିଂହଦେଓ ପ୍ରମୁଖ ଉପସ୍ଥିତ ଥିଲେ। ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଥିଲା।

ସୂଚନାଯୋଗ୍ୟ, ଏହା ପୂର୍ବରୁ ନବୀନ ହିଞ୍ଜିଳିରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିସାରିଛନ୍ତି। ଏହି ଆସନରୁ ସେ ଷଷ୍ଠଥର ପାଇଁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ୨୦୦୦ରୁ ନବୀନ ହିଞ୍ଜିଳି ବିଧାୟକ ରହି ଆସିଛନ୍ତି। ହିଞ୍ଜିଳିରୁ ତାଙ୍କ ବିପକ୍ଷରେ ଭାଜପାରୁ ଶିଶିର ମିଶ୍ର ଓ କଂଗ୍ରେସରୁ ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି। ଆସନ୍ତା ମେ’ ୨୦ରେ ହିଞ୍ଜିଳିରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ମ୍ୟାଚ ପୂର୍ବରୁ ୨ ଦିନ ହେବ ଶୋଇ ପାରି ନାହାଁନ୍ତି ଏହି ଗାୟିକା, କାହିଁକି? କହିଲେ ଏହାର କାରଣ

ନୂଆଦିଲ୍ଲୀ,୮।୩: ରବିବାରି, ୮ ମାର୍ଚ୍ଚରେ, ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ T20 ବିଶ୍ୱକପ ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଗାୟିକା ଫାଲଗୁନି ପାଠକ ସମାପନ ଉତ୍ସବରେ…

ଅନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଓଡ଼ିଶାର…

ବଲାଙ୍ଗୀର,୮ା୩(ସୁନିଲ କୁମାର ମହାନ୍ତି): ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଅଡିଟୋରିୟମରେ ବଲାଙ୍ଗୀର ଜିଲାସ୍ତରୀୟ ସୁଭଦ୍ରା ଶକ୍ତି ମେଳା ଉଦ୍‌ଘାଟିତ ହୋଇଛି।…

‘ଓ୍ବାର୍ଲଡ କପ ଆମର’, କିଏ ଆଉ କାହିଁକି କହିଲେ ଏମିତି? ଫାଇନାଲ ମ୍ୟାଚ ପୂର୍ବରୁ ଚର୍ଚ୍ଚାରେ ଏହି ବୟାନ

ନୂଆଦିଲ୍ଲୀ,୮।୩: ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ସା ୭ଟାରୁ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ…

ଅନ୍ତର୍ଜାତୀୟ ମହିଳା ଦିବସରେ ଏକାଠି ହେଲେ ମହିଳା, ନିଜେ ସ୍ବାବଲମ୍ବୀ ହେବା ସହ…

ଦାରିଙ୍ଗବାଡ଼ି,୮ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଆମ୍ବ ବଗିଚାଠାରେ ରବିବାର ମଧ୍ୟାହ୍ନରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ପ୍ରରିପ୍ରେକ୍ଷୀରେ ନାରୀ ମହାସଂଘର…

ପୁଅର ମୁଣ୍ଡନ ପୂଜା ପାଇଁ ଯାଉଥିଲେ ଘଟିଲା ଭୟଙ୍କର ଦୁର୍ଘଟଣା: ୫ ଜଣଙ୍କ ଅବସ୍ଥା ଗୁରୁତର

ଦିଗପହଣ୍ଡି,୮|୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ପିଲିକାଢ଼ିଅ ଗ୍ରାମ ନିକଟ କେରାଣ୍ଡି ମାଳ ପାହାଡ଼ ବାଙ୍କେଶ୍ୱରୀ ଘାଟି ରାସ୍ତାରେ ରବିବାର…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍‌

ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ…

ଆମେରିକା-ଇରାନ ଯୁଦ୍ଧ ଆମକୁ ଆଉ ଦରକାର ନାହିଁ, କାହିଁକି ରାଗି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୮ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ମଧ୍ୟରେ ବ୍ରିଟେନର ସମର୍ଥନର ଅଭାବକୁ ଉଲ୍ଲେଖ କରିଛନ୍ତି। ଟ୍ରମ୍ପ ପ୍ରଧାନମନ୍ତ୍ରୀ ଷ୍ଟାର୍‌ମରଙ୍କୁ ଟାର୍ଗେଟ କରି…

ନିଜର ସେବା ଜରିଆରେ ନିଆରା ଉଦାହରଣ ସୃଷ୍ଟି କରିଥିଲେ ଡା. ନାରାୟଣୀ ପଣ୍ଡା: ମହିଳା ଦିବସରେ ବୁଜିଲେ ଆଖି

ସମ୍ବଲପୁର,୮।୩(ପ୍ରମୋଦ ବହିଦାର): ସମ୍ବଲପୁରର ବିଶିଷ୍ଟ ସ୍ତ୍ରୀ ରୋଗ ବିଶେଷଜ୍ଞ ତଥା ଜଣାଶୁଣା ସମାଜସେବୀ ଡା. ନାରାୟଣୀ ପଣ୍ଡାଙ୍କର ରବିବାର ପୂର୍ବାହ୍ନରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri