ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଆସି ଛତ୍ରପୁର ଉପଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ଏପରିକି ମା’ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜଳନ କରି ଆଶୀର୍ବାଦ ଲୋଡିଥିଲେ। ଏହି ଅବସରରେ ତାଙ୍କ ସହ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଉପସ୍ଥିତ ଥିଲେ।

ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ୨୦୦୦ରୁ ନବୀନ ହିଞ୍ଜିଳିରୁ ବିଧାୟକ ରହି ଆସିଛନ୍ତି। ଚଳିତ ନିର୍ବାଚନରେ ସେ ହିଞ୍ଜିଳି ସହିତ କଣ୍ଟାବାଞ୍ଜିରୁ ମଧ୍ୟ ପ୍ରାର୍ଥୀ ହୋଇଛନ୍ତି। ହିଞ୍ଜିଳିରୁ ତାଙ୍କ ବିପକ୍ଷରେ ଭାଜପାରୁ ଶିଶିର ମିଶ୍ର ଓ କଂଗ୍ରେସରୁ ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି। ଆସନ୍ତା ମେ’ ୨୦ରେ ହିଞ୍ଜିଳିରେ ମତଦାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri