ନୂଆ ମନ୍ତ୍ରୀଙ୍କୁ ୬-ଟି ମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର,୬।୬(ବ୍ୟୁରୋ): ଶପଥ ଗ୍ରହଣ କରିଥିବା ନୂଆ ମନ୍ତ୍ରୀମାନେ ୫-ଟି ବଦଳରେ ୬-ଟି ରେ କାମ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବର ଟ୍ରାନ୍ସପରେନ୍ସି, ଟିମ୍‌ ୱାର୍କ, ଟେକ୍ନୋଲୋଜି, ଟାଇମ୍‌, ଟ୍ରାନ୍ସଫରମେଶନ(୫-ଟି)କୁ ନେଇ କାର୍ଯ୍ୟ ହେଉଥିଲା। ଏବେ ଏଥିରେ ଆଉ ଏକ ‘ଟି’ ଅର୍ଥାତ୍‌ ଟୁର୍‌ ଯୋଡ଼ିହୋଇଛି। ଟୁର୍‌ କରି ସମାଜର ଶେଷଧାଡ଼ିର ଲୋକଙ୍କ ନିକଟରେ ପହଞ୍ଚିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଜିଲା ଓ ବ୍ଲକସ୍ତରକୁ ଗସ୍ତ କରିବାକୁ ସମସ୍ତ ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକଙ୍କ ସମସ୍ୟା ସହ ଅବଗତ ହୋଇ ଏହାର ସମାଧାନ ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି । ଲୋକଙ୍କ ବିକାଶ ପାଇଁ ଯତ୍ନଶୀଳ ହେବା ସହ ୨୦୨୪ ପୂର୍ବରୁ ବିଜେଡିର ନିର୍ବାଚନୀ ଇସ୍ତାହାର ଶତପ୍ରତିଶତ ପୂରଣ ଦିଗରେ କାର୍ଯ୍ୟ କରିବା ଆବଶ୍ୟକ। କାର୍ଯ୍ୟରେ ସ୍ବଚ୍ଛତା ରଖିବା ସହ ବିବାଦରେ ନ ପଡ଼ିବାକୁ ମନ୍ତ୍ରୀମାନଙ୍କୁ ନବୀନ ପରାମର୍ଶ ଦେଇଛନ୍ତି।
ବଣ୍ଟନ ପରେ ରବିବାର ଅପରାହ୍ନରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ନବକିଶୋର ଦାସ, ସମୀର ରଞ୍ଜନ ଦାଶ, ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରଫୁଲ୍ଲ ମଲ୍ଲିକ, ଜଗନ୍ନାଥ ସାରକା, ବାସନ୍ତୀ ହେମ୍ବ୍ରମ୍‌, ଟୁକୁନି ସାହୁ ଓ ତୁଷାରକାନ୍ତି ବେହେରାଙ୍କ ସମେତ ସମସ୍ତ ୨୧ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ନିବାସରେ ସାକ୍ଷାତ୍‌ କରିଛନ୍ତି। ସେଠାରେ ମୁଖ୍ୟମନ୍ତ୍ରୀ ମନ୍ତ୍ରୀମାନଙ୍କୁ ସୁଶାସନ ନିମନ୍ତେ ବିଭିନ୍ନ ପରାମର୍ଶ ଦେଇଛନ୍ତି। ଏଥିସହ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶାକୁ ଦେଶର ଏକ ନମ୍ବର ରାଜ୍ୟ ଭାବେ ଗଢ଼ି ତୋଳିବାକୁ ସମସ୍ତେ ନିଷ୍ଠାର ସହ କାର୍ଯ୍ୟ କରିବାକୁ ନବୀନ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri