Posted inରାଜ୍ୟ

ନବୀନ ଦେଲେ ଇସାରା! ପାଣ୍ଡିଆନ୍‌ ହିଁ ବିଜେଡିର… ରାଜନୀତି ମହଲରେ ଚର୍ଚ୍ଚା ଆରମ୍ଭ

ଭୁବନେଶ୍ୱର,୮।୭: ବିଜେଡି ସଭାପତି ନବୀନ ପଟ୍ଟନାୟକ ରବିବାର ଦଳରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ତାଙ୍କ ସ୍ବାକ୍ଷରରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ଏଥିରେ ରାଜ୍ୟସ୍ତରୀୟ ସମସ୍ତ ଦଳୀୟ ପଦାଧିକାରୀଙ୍କୁ ହଟାଇ ଦିଆଯାଇଛି। ହେଲେ ଜିଲାସ୍ତରୀୟ କମିଟି ଓ କର୍ମକର୍ତ୍ତା ଅପରିବର୍ତ୍ତିତ ରହିଛନ୍ତି। ରାଜ୍ୟ ଓ ଜାତୀୟସ୍ତରୀୟ ନୂଆ ମୁଖପାତ୍ର ମଣ୍ଡଳୀ ଗଠନ କରାଯାଇଛି। ଦଳ ପକ୍ଷରୁ ଜାରି ବିଜ୍ଞପ୍ତିରେ ଡ. ସଂତୃପ୍ତ ମିଶ୍ରଙ୍କୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ରାଜନୈତିକ ସଚିବ ଭାବେ ନିଯୁକ୍ତ କରିଥିବା ପ୍ରକାଶ ପାଇଛି।

ସେହିପରି ସୁକାନ୍ତ କୁମାର ପଣ୍ଡାଙ୍କୁ ବିରୋଧୀ ଦଳ ନେତା ଏବଂ ନବୀନଙ୍କ ଜନସମ୍ପର୍କ ଅଧିକାରୀ ଭାବେ ନିଯୁକ୍ତ କରାଯାଇଛି । ଏପରିକି ୫ଜଣଙ୍କୁ ଦଳ ଜାତୀୟ ମୁଖପାତ୍ର ଭାବେ ଘୋଷଣା କରିଛି । ଡ. ସଂତୃପ୍ତ ମିଶ୍ର, କଲିକେଶ ନାରାୟଣ ସିଂଦେଓ, ଡ. ଅମର ପଟ୍ଟନାୟକ, ଡ. ସସ୍ମିତ ପାତ୍ର ଏବଂ ପ୍ରଦୀପ କୁମାର ମାଝୀ ଜାତୀୟ ମୁଖପାତ୍ର ଭାବେ ଦାୟିତ୍ୱ ତୁଲାଇବେ।

ତେବେ ଯେଭଳି ଢଙ୍ଗରେ ଏହା ଗଠନ କରାଯାଇଛି ସେଥିରେ ନବୀନଙ୍କ ଉପରେ ପାଣ୍ଡିଆନ୍‌ଙ୍କ ଇଫେକ୍ଟ ଥିବା ଜଳଜଳ ହୋଇ ପ୍ରତିଫଳିତ ହେଉଛି । ଆଉ ପାଣ୍ଡିଆନ ହିଁ ବିଜେଡିର ସର୍ବେସର୍ବା ବୋଲି ସନ୍ଦେଶ ମିଳିଛି ।

ଅନପଟେ ୧୪ ଜଣଙ୍କୁ ରାଜ୍ୟସ୍ତରୀୟ ମୁଖପାତ୍ର ଭାବେ ବିଜେଡି ଦାୟିତ୍ୱ ଦେଇଛି। ସେମାନେ ହେଲେ ପ୍ରସନ୍ନ ଆଚାର୍ଯ୍ୟ, ପ୍ରମିଳା ମଲ୍ଲିକ, ଦେବୀ ପ୍ରସାଦ ମିଶ୍ର, ପ୍ରତାପ କୁମାର ଦେବ, ଡ. ଅରୁଣ କୁମାର ସାହୁ, କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର, ଦେବୀ ରଞ୍ଜନ ତ୍ରିପାଠୀ, ଶ୍ରୀମୟୀ ମିଶ୍ର, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାରାଣ୍ଡି, ସୁଲତା ଦେଓ, ରମେଶ ଚନ୍ଦ୍ର ମାଝୀ, ଭୃଗୁ ବକ୍ସିପାତ୍ର ଓ ଡ. ଲେନିନ ମହାନ୍ତି ପ୍ରମୁଖ । ବରିଷ୍ଠ ନେତା ପ୍ରତାପ ଜେନାଙ୍କୁ ରାଜ୍ୟ ଗଣମାଧ୍ୟମ ସଂଯୋଜକ ଭାବେ ନିଯୁକ୍ତ କରାଯାଇଥିବା ବେଳେ ସ୍ବୟଂପ୍ରକାଶ ମହାପାତ୍ର ସୋସିଆଲ ମିଡିଆ କୋ-ଅର୍ଡିନେଟର ଭାବେ ନିଯୁକ୍ତ ହୋଇଛନ୍ତି । ଲେନିନ ମହାନ୍ତି ଓ ପ୍ରିୟବ୍ରତ ମାଝୀଙ୍କୁ ଗଣମାଧ୍ୟମ ସଂଯୋଜକ ଭାବେ ଦଳ ପକ୍ଷରୁ ନିଯୁକ୍ତ କରାଯାଇଛି।

ଯଦିଓ ୧୯ଜଣିଆ ମୁଖପାତ୍ର ଟିମରେ ଦଳର ଅଭିଜ୍ଞ ଓ ପୁରୁଖା ନେତାମାନଙ୍କୁ ସ୍ଥାନ ମିଳିଛି, କିନ୍ତୁ ନବୀନ ନିଜର ରାଜନୀତିକ ସଚିବ ଭାବେ ସନ୍ତୃପ୍ତ ମିଶ୍ରଙ୍କୁ ନିଯୁକ୍ତି ଦେଇ ପାଣ୍ଡିଆନଙ୍କ ହାତରେ ବିଜେଡିର ଲଗାମ ରଖିବାକୁ ସୁଯୋଗ ସୃଷ୍ଟି କରିଥିବା ଦଳୀୟ ମହଲରେ ଚର୍ଚ୍ଚା ହେଉଛି ।

 

 


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri