ଯୁଦ୍ଧକୁ ନେଇ ନବୀନ ଦେଲେ ବଡ଼ ସୂଚନା: ଓଡ଼ିଶା ସରକାରଙ୍କୁ କଲେ ଏହି ଅନୁରୋଧ

ଭୁବନେଶ୍ୱର,୧୦।୩: ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଛି। ପଛକୁ ହଟିବାକୁ କୌଣସି ପକ୍ଷ ରାଜି ନଥିବାରୁ ଦିନକୁ ଦିନ ଯୁଦ୍ଧ ପ୍ରକୋପ ବଢି ଚାଲିଛି। ଏହି ସମୟରେ ଏହି ସମୟରେ ଯୁଦ୍ଧକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ବୁଝୁଛି ଯେ, ଲକ୍ଷାଧିକ ଓଡ଼ିଆ ଲୋକଙ୍କ ମଧ୍ୟ ପ୍ରାଚ୍ୟରେ ଫସିଛନ୍ତି। ଭାରତ ସରକାର ଓ ଓଡ଼ିଶା ସରକାରଙ୍କୁ ଅନୁରୋଧ କରୁଛି କି ସେମାନଙ୍କ ସୁରକ୍ଷିତ ଫେରିବା ପାଇଁ ଶୀଘ୍ର ବ୍ୟବସ୍ଥା କରନ୍ତୁ। ମାର୍ଚ୍ଚ ୫ ସୁଦ୍ଧା, ମୋଟ ୧୪,୯୯୨ ଫସି ରହିଥିବା ଯାତ୍ରୀଙ୍କୁ ଭାରତ ଫେରାଇ ଅଣାଯାଇଛି। ତଥାପି, ମଧ୍ୟପ୍ରାଚ୍ୟରେ ହଜାର ହଜାର ଭାରତୀୟ ଏବେ ବି ଫସି ରହିଛନ୍ତି।

ରବିବାର ଇସ୍ରାଏଲ ତେହରାନ ଏବଂ ଏହାର ଆଖପାଖ ଅଞ୍ଚଳରେ ରହିଥିବା ପ୍ରମୁଖ ତୈଳ ଡିପୋଗୁଡିକ ଉପରେ ଘନ ଘନ ବୋମାମାଡ଼ କରିବା ପରେ ସୋମବାର ମଧ୍ୟ ଆକ୍ରମଣ ଆହୁରି ଜୋରଦାର କରିଛି। ଆଗକୁ ଇରାନକୁ ଆହୁରି ଭୟଙ୍କର ସ୍ଥିତି ସାମ୍ନା କରିବାକୁ ପଡ଼ିବ ବୋଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଧମକ ଦେଇଛନ୍ତି। ଆମେରିକା ପକ୍ଷରୁ ମଧ୍ୟ ଇରାନର ବହୁ ସାମରିକ ଏବଂ ପ୍ରମୁଖ ଭିତ୍ତିଭୂମି ଉପରେ ଆକ୍ରମଣ କରାଯାଇଛି।

ସେପଟେ ଆମେରିକା ତେହେରାନ ଉପରେ ଦ୍ରୁତ ଆକ୍ରମଣ କରୁଥିବା ବେଳେ, ମଧ୍ୟପ୍ରାଚ୍ୟରେ ଫସି ରହିଥିବା ଏହାର ନାଗରିକଙ୍କ ସୁରକ୍ଷା ଏବଂ ପ୍ରତ୍ୟାବର୍ତ୍ତନ ସୁନିଶ୍ଚିତ କରିବା ପାଇଁ ମଧ୍ୟ କଠୋର ପଦକ୍ଷେପ ନେଉଛି। ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ମଧ୍ୟପ୍ରାଚ୍ୟରୁ ହଜାର ହଜାର ଆମେରିକୀୟ ନାଗରିକଙ୍କୁ ସଫଳତାର ସହ ବାହାର କରିଛି।

ଆମେରିକାର ବୈଦେଶିକ ବିଭାଗ ଅନୁଯାୟୀ, ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରାୟ ୩୨,୦୦୦ ଆମେରିକୀୟ ମଧ୍ୟପ୍ରାଚ୍ୟରୁ ନିଜ ସ୍ବଦେଶକୁ ଫେରିଛନ୍ତି। ବିଭାଗ ଗତ କିଛି ଦିନ ମଧ୍ୟରେ ଆମେରିକୀୟ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ପ୍ରାୟ ଦୁଇ ଡଜନ ଚାର୍ଟର ବିମାନ ପଠାଇଥିବା ଜଣାପଡ଼ିଛି। ରବିବାର (ମାର୍ଚ୍ଚ ୮ ତାରିଖରେ ବିଭାଗର ଏକ ଅପଡେଟ ଅନୁଯାୟୀ, ଫେବୃଆରୀ ୨୮ତାରିଖ ପରଠାରୁ ମୋଟ ୩୨,୦୦୦ ଆମେରିକୀୟ ନାଗରିକ ଘରକୁ ଫେରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିକୁ ଏଣ୍ଟ୍ରିକୁ ନେଇ ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri