ମନ୍ତ୍ରୀମାନଙ୍କୁ ପ୍ଲାଜମା ଦାୟିତ୍ୱ ଦେଲେ ନବୀନ: ଜାଣନ୍ତୁ କେଉଁ ମନ୍ତ୍ରୀଙ୍କୁ କେଉଁ ଜିଲା ଦାୟିତ୍ୱ …

ଭୁବନେଶ୍ୱର,୨୪।୭(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ପ୍ଲାଜମା ଦାନକୁ ଉତ୍ସାହିତ କରିବା ପାଇଁ ମନ୍ତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ଦେଇଛନ୍ତି। ଆରୋଗ୍ୟ ଲାଭ କରିଥିବା ରୋଗୀଙ୍କ ଘରକୁ ଯାଇ ମନ୍ତ୍ରୀମାନେ ସେମାନଙ୍କୁ ପ୍ଲାଜମା ଦାନ ନିମନ୍ତେ ଉତ୍ସାହିତ କରିବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ, ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ପୁରୀ ଜିଲାର ଦାୟିତ୍ୱ ଦିଆଯାଇଥିବା ବେଳେ ବିକ୍ରମ କେଶରୀ ଆରୁଖଙ୍କୁ କନ୍ଧମାଳ ଓ ଗଞ୍ଜାମର ଦାୟିତ୍ୱ ଦିଆଯାଇଛି। ସେହିପରି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କୁ ବରଗଡ, ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ଭଦ୍ରକ ଓ କେନ୍ଦ୍ରାପଡା, ପଦ୍ମନାଭ ବେହେରାଙ୍କୁ ଝାରସୁଗୁଡା ଓ ବୌଦ୍ଧ, ପ୍ରତାପ ଜେନାଙ୍କୁ ମୟୂରଭଞ୍ଜ ଓ କଟକ, ଅରୁଣ କୁମାର ସାହୁଙ୍କୁ ନୟାଗଡ ଓ ଖୋର୍ଦ୍ଧା, ସୁଦାମ ମାର୍ଣ୍ଡିଙ୍କୁ ସୋନପୁର, ସୁଶାନ୍ତ ସିଂଙ୍କୁ ବଲାଙ୍ଗୀର ଓ ସମ୍ବଲପୁର, ନବ କିଶୋର ଦାସଙ୍କୁ କଳାହାଣ୍ଡି ଓ ନୂଆପଡା, ଟୁକୁନି ସାହୁଙ୍କୁ ଦେବଗଡ ଓ ସୁନ୍ଦରଗଡ, ଜଗନ୍ନାଥ ସାରକାଙ୍କୁ ଗଜପତି ଓ କୋରାପୁଟ, ଦିବ୍ୟଶଙ୍କର ମିଶ୍ରଙ୍କୁ ଢେଙ୍କାନାଳ, ଅଶୋକ ଚନ୍ଦ୍ର ପଣ୍ଡାଙ୍କୁ ଅନୁଗୋଳ, ସମୀର ରଞ୍ଜନ ଦାଶଙ୍କୁ ଯାଜପୁର, ଜ୍ୟୋତି ପ୍ରକାଶ ପାଣିଗ୍ରାହୀଙ୍କୁ ବାଲେଶ୍ୱର, ପ୍ରେମାନନ୍ଦ ନାୟକଙ୍କୁ କେନ୍ଦୁଝର, ରଘୁନନ୍ଦନ ଦାସଙ୍କୁ ନବରଙ୍ଗପୁର ଓ ଜଗତ୍‌ସିଂହପୁର, ପଦ୍ମିନୀ ଦିଆନଙ୍କୁ ରାୟଗଡା ଏବଂ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri