ବିଧାୟକଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ: କହିଲେ, ଏହି ପ୍ରସଙ୍ଗରେ…

ଭୁବନେଶ୍ୱର,୨୨।୭: ଆଜିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି। ଭାଜପା ସରକାର ବିରୋଧରେ ରଣନୀତି ପ୍ରସ୍ତୁତ କରିବା ଲାଗି ବିଜେଡି ପ୍ରସ୍ତୁତ ହୋଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବା ସହିତ ସରକାରୀ ଦଳକୁ ଘେରିବା ଲାଗି ରଣନୀତି ପ୍ରସ୍ତୁତ ହୋଇଛି।
ବିଜେଡି ବିଧାୟକ ଦଳ ବୈଠକ ଅବସରରେ ନବୀନ କହିଥିଲେ ଯେ, ରଥଯାତ୍ରାର ତ୍ରୁଟିପୂର୍ଣ୍ଣ ପରିଚାଳନା, ବଳଭଦ୍ରଙ୍କୁ ଚାରମାଳ ଉପରେ ଫୋପାଡ଼ିଦେବା, ରାଜ୍ୟପାଳଙ୍କ ପୁଅ ଏଏସ୍‌ଓଙ୍କୁ ମାଡ଼ ମାରିବା ସତ୍ତ୍ୱେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ହେବା, ଦରଦାମ୍‌ ବୃଦ୍ଧି ଆଦି ପ୍ରସଙ୍ଗ ଗୃହରେ ଉଠାଯିବ। ରାଜ୍ୟରେ ଶାସକ ଦଳ ପାଖରେ ସେତେ ଅଧିକ ସଂଖ୍ୟା ନାହିଁ। କିଛି ଆସନ ଅଧିକ ପାଇ ସେମାନେ ସରକାର କରିଛନ୍ତି। ସେହିପରି କେନ୍ଦ୍ରରେ ମଧ୍ୟ ସେମାନଙ୍କ ଆସନ ସେତେଟା ଅଧିକ ନାହିଁ। ତେଣୁ ବ୍ୟସ୍ତ ନ ହୋଇ ଦୃଢ଼ୋକ୍ତି ସହକାରେ ବିଭିନ୍ନ ପ୍ରସଙ୍ଗ ଗୃହରେ ଉଠାଇବା ଦରକାର। ଭାଜପା ଯେଉଁସବୁ ପ୍ରତିଶ୍ରୁତି ଦେଇଥିଲା ତାକୁ କେତେ ପୂରଣ କରୁଛି ସେଥିପ୍ରତି ଦୃଷ୍ଟି ଦିଅ। ବିଜୁଳି ୩୦୦ ୟୁନିଟ୍‌ କେବେ ସୁଦ୍ଧା ଛାଡ଼ କରିବେ ସେକଥା ଗୃହରେ ପଚାର। ଏଭଳି ଭାବେ ଶାସକ ଦଳକୁ ଟାର୍ଗେଟ କରିବାକୁ ନବୀନ ବିଧାୟକ ଦଳ ବୈଠକରେ ପରାମର୍ଶ ଦେଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?