ଚିକିତ୍ସା ପାଇଁ ନବୀନ ଗଲେ ମୁମ୍ବାଇ: ଝଲକ ଟିକେ ପାଇବାକୁ ଏୟାରପୋର୍ଟରେ ଜନସମୁଦ୍ର

ଭୁବନେଶ୍ୱର,୨୦।୬: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି। ତାଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ପ୍ରବଳ ଭିଡ଼ ଜମିଥିଲା। ତାଙ୍କ ପ୍ରଶଂସକ ତାଙ୍କ ଝଲକ ଟିକେ ପାଇବା ପାଇଁ ଯେମିତି ବ୍ୟାକୁଳ ହୋଇପଡିଥିଲେ। ନବୀନ ମଧ୍ୟ ସେମାନଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ।
ଏହା ପୂର୍ବରୁ ବିଜୁ ମହିଳା ଜନତା ଦଳର ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ସମେତ, ରଞ୍ଜିତା ସାହୁ, ଲେଖାଶ୍ରୀ ସାମନ୍ତସିଂହାର, ଶର୍ମିଷ୍ଠା ସେଠୀ, ମଞ୍ଜୁଲତା ମଣ୍ଡଳ, ମିନତୀ ବେହେରା ପ୍ରମୁଖ ନବୀନ ନିବାସକୁ ଯାଇ ଦଳର ସୁପ୍ରିମୋଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।
ସୂଚନାଯୋଗ୍ୟ, ନବୀନଙ୍କ ୨୨ ତାରିଖରେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବ। ତାଙ୍କ ବ୍ୟକ୍ତିଗତ ଚିକିତ୍ସକ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇଠାରେ ତାଙ୍କର ଚିକିତ୍ସା ବ୍ୟବସ୍ଥାର ସମସ୍ତ କାର୍ଯ୍ୟ ତଦାରଖ କରିବେ।
ଗୋଟିଏ ଦିନ ପୂର୍ବରୁ ନବୀନ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏହା ପୋଷ୍ଟକରି ସୂଚନା ଦେଇଥିଲେ। ସେ କହିଥିଲେ, ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ସର୍ଭିକାଲ ଅଥେର୍ରାଟିସ ଚିକିତ୍ସା ଲାଗି ସେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ। ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଶାର ଭଉଣୀଭାଇଙ୍କ ସଦିଚ୍ଛା ତାଙ୍କ ସାଙ୍ଗରେ ରହିଛି। ତୁରନ୍ତ ଭଲ ହୋଇ ସେ ତାଙ୍କ ସେବା କାର୍ଯ୍ୟ ଜାରି ରଖିବେ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତାବ୍ୟକ୍ତ କରିଥିଲେ। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଏବଂ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ବାସ୍ଥ୍ୟ ଲାଭକରନ୍ତୁ ବୋଲି ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ସେ ତାଙ୍କ ଏକ୍ସରେ ଉଲ୍ଲେଖ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କ ସହ ଟେଲିଫୋନ ଯୋଗେ କଥା ହେବା ସହ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।

ଚିକିତ୍ସା ସମୟରେ ତାଙ୍କ ଅନୁପସ୍ଥିତିରେ ଦଳର ଦୈନନ୍ଦିନ କାର୍ଯ୍ୟକ୍ରମ ରାଜନୈତିକ ପରିଚାଳନା କମିଟି(ପିଏସି) ଦ୍ୱାରା ପରିଚାଳିତ ହେବ। ବରିଷ୍ଠ ଉପସଭାପତି(ମୁଖ୍ୟାଳୟ) ଦେବୀପ୍ରସାଦ ମିଶ୍ର ଦଳର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସଂଯୋଜନା ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri