ଚିକିତ୍ସା ପାଇଁ ନବୀନ ଗଲେ ମୁମ୍ବାଇ: ଝଲକ ଟିକେ ପାଇବାକୁ ଏୟାରପୋର୍ଟରେ ଜନସମୁଦ୍ର

ଭୁବନେଶ୍ୱର,୨୦।୬: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି। ତାଙ୍କୁ ଦେଖିବା ପାଇଁ ଏୟାରପୋର୍ଟରେ ପ୍ରବଳ ଭିଡ଼ ଜମିଥିଲା। ତାଙ୍କ ପ୍ରଶଂସକ ତାଙ୍କ ଝଲକ ଟିକେ ପାଇବା ପାଇଁ ଯେମିତି ବ୍ୟାକୁଳ ହୋଇପଡିଥିଲେ। ନବୀନ ମଧ୍ୟ ସେମାନଙ୍କୁ ହାତ ହଲାଇ ଅଭିବାଦନ ଜଣାଇଥିଲେ।
ଏହା ପୂର୍ବରୁ ବିଜୁ ମହିଳା ଜନତା ଦଳର ନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ସମେତ, ରଞ୍ଜିତା ସାହୁ, ଲେଖାଶ୍ରୀ ସାମନ୍ତସିଂହାର, ଶର୍ମିଷ୍ଠା ସେଠୀ, ମଞ୍ଜୁଲତା ମଣ୍ଡଳ, ମିନତୀ ବେହେରା ପ୍ରମୁଖ ନବୀନ ନିବାସକୁ ଯାଇ ଦଳର ସୁପ୍ରିମୋଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ।
ସୂଚନାଯୋଗ୍ୟ, ନବୀନଙ୍କ ୨୨ ତାରିଖରେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବ। ତାଙ୍କ ବ୍ୟକ୍ତିଗତ ଚିକିତ୍ସକ ଡାକ୍ତର ରମାକାନ୍ତ ପଣ୍ଡା ମୁମ୍ବାଇଠାରେ ତାଙ୍କର ଚିକିତ୍ସା ବ୍ୟବସ୍ଥାର ସମସ୍ତ କାର୍ଯ୍ୟ ତଦାରଖ କରିବେ।
ଗୋଟିଏ ଦିନ ପୂର୍ବରୁ ନବୀନ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଏହା ପୋଷ୍ଟକରି ସୂଚନା ଦେଇଥିଲେ। ସେ କହିଥିଲେ, ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶକ୍ରମେ ସର୍ଭିକାଲ ଅଥେର୍ରାଟିସ ଚିକିତ୍ସା ଲାଗି ସେ କୋକିଳାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ ଯିବେ। ଜଗନ୍ନାଥଙ୍କ ଆଶୀର୍ବାଦ ଏବଂ ଓଡ଼ିଶାର ଭଉଣୀଭାଇଙ୍କ ସଦିଚ୍ଛା ତାଙ୍କ ସାଙ୍ଗରେ ରହିଛି। ତୁରନ୍ତ ଭଲ ହୋଇ ସେ ତାଙ୍କ ସେବା କାର୍ଯ୍ୟ ଜାରି ରଖିବେ ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତାବ୍ୟକ୍ତ କରିଥିଲେ। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଏବଂ ଆଶୁ ଆରୋଗ୍ୟ ଲାଭକରି ଉତ୍ତମ ସ୍ବାସ୍ଥ୍ୟ ଲାଭକରନ୍ତୁ ବୋଲି ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା ବୋଲି ସେ ତାଙ୍କ ଏକ୍ସରେ ଉଲ୍ଲେଖ କରିଥିଲେ। ପରେ ମୁଖ୍ୟମନ୍ତ୍ରୀ ବିରୋଧୀ ଦଳ ନେତାଙ୍କ ସହ ଟେଲିଫୋନ ଯୋଗେ କଥା ହେବା ସହ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।

ଚିକିତ୍ସା ସମୟରେ ତାଙ୍କ ଅନୁପସ୍ଥିତିରେ ଦଳର ଦୈନନ୍ଦିନ କାର୍ଯ୍ୟକ୍ରମ ରାଜନୈତିକ ପରିଚାଳନା କମିଟି(ପିଏସି) ଦ୍ୱାରା ପରିଚାଳିତ ହେବ। ବରିଷ୍ଠ ଉପସଭାପତି(ମୁଖ୍ୟାଳୟ) ଦେବୀପ୍ରସାଦ ମିଶ୍ର ଦଳର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସଂଯୋଜନା ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ଭକ୍ତ: କଂଗ୍ରେସରୁ ନିଳମ୍ବିତ ହେଲେ ୩ ସରପଞ୍ଚଙ୍କ ସହ…

ରାୟଗଡା,୫।୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରି ବ୍ଲକ ଅଧକ୍ଷାଙ୍କ ବିରୋଧରେ ଆଗତ ହୋଇଥିବା ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟ ଦେଇ ଦଳ ବିରୋଧୀ କାର୍ଯ୍ୟ ଓ ବିଶୃଙ୍ଖଳା ଆଚରଣ…

ସାମ୍ନାକୁ ଆସିଲା ଅଜିତ ପାଓ୍ବାରଙ୍କ ଶେଷ ଭିଡିଓ, ଜାଣନ୍ତୁ ବିମାନ ଦୁର୍ଘଟଣା ପୂର୍ବରୁ କ’ଣ କହିଥିଲେ? ଭାବବିହ୍ବଳ କରୁଛି…

ମୁମ୍ବାଇ,୫।୨: ମହାରାଷ୍ଟ୍ରର ଦିବଂଗତ ଉପମୁଖ୍ୟମନ୍ତ୍ରୀ ଏବଂ ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ ପାୱାରଙ୍କ ଏକ ଶେଷ ଭିଡିଓ ସାମ୍ନାକୁ ଆସିଛି, ଯାହା ରାଜ୍ୟ ରାଜନୈତିକ…

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri