ଦିଲ୍ଲୀରେ ନବୀନ, ଓଡ଼ିଶାରେ ଚହଳ, ଆଗକୁ ହେବ କି ବଡ଼ ଡିଲ୍‌!

ଭୁବନେଶ୍ୱର,୧୪।୩: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ନେଇ ଏବେ ଚର୍ଚ୍ଚା ଜୋର। କୁହାଯାଉଛି କି ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ ଢଳୁଛନ୍ତି। ଆସନ୍ତା ୨୨ ତାରିଖରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନ ଡିଲିମିଟେସନ ବୈଠକ ଡକାଇଥିବାରୁ ସେଥିରେ ବିଜେଡିର ଯୋଗଦାନ ସମ୍ମତି ରାଜନୀତିକୁ ଉଷ୍ମ କରିଛି। ଏହା ପୂର୍ବରୁ ନବୀନ ଦିଲ୍ଲୀ ଯାଇଛନ୍ତି। ଷ୍ଟାଲିନଙ୍କ ବୈଠକରେ ଯୋଗଦେବାକୁ ହଁ ମାରିବା ଓ ବିଧାନସଭାରେ କଂଗ୍ରେସକୁ ସମର୍ଥନ କରିବା, କେଉଁଠି ନା କେଉଁଠି ଭିନ୍ନ ସନ୍ଦେଶ ଦେଉଛି। ଚର୍ଚ୍ଚା ହେଉଛି, ନୂଆ ସମୀକରଣ ଆଡକୁ ମୁହାଁଉଛନ୍ତି କି ବିଜେଡି? ଅନ୍ୟପଟେ ଏହି ଚର୍ଚ୍ଚା ଚାଲିଥିବାବେଳେ ଏପଟେ ଭାଜପା ଓ ବିଜେଡି ମୁହାଁମୁହିଁ ହୋଇଛନ୍ତି ।

Naveen Patnaik’s Delhi Visit: DMK ମୁଖ୍ୟ ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଷ୍ଟାଲିନଙ୍କ ଡିଲିମିଟେସନ ବୈଠକକୁ ବିଜେଡିର ସମର୍ଥନ ପରେ ରାଜ୍ୟ ରାଜନୀତି ସରଗରମ ହୋଇଛି। ବିଜେଡିକୁ ସମାଲୋଚନା କରି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି,ଦର୍ପଣରେ ନିଜ ଛାଇ ଦେଖି ବିଜେଡିକୁ ଡର ଲାଗିଲାଣି। ଡିଲିମିଟେସନ ଯେଉଁ ନ୍ୟାୟିକ ପରିଧି ଭିତରେ ହେବା କଥା ହେବ। କିନ୍ତୁ ଡିଲିମିଟେସନ ହେବା ପୂର୍ବରୁ ବିରୋଧୀ ଏତେ ଛାନିଆ କାହିଁକି ହୋଇଯାଉଛନ୍ତି ବୋଲି ସେ ପ୍ରଶ୍ନ କରିଛନ୍ତି? ଏପଟେ ବିଜେଡିର ବରିଷ୍ଠ ନେତା ତଥା ବିରୋଧୀ ଦଳ ଉପ ନେତା ପ୍ରସନ୍ନ ଆଚାର୍ଯ୍ୟ ସ୍ପଷ୍ଟ କରିଛନ୍ତି ଯେ ବିଜେଡି ନୀତିରେ କୌଣସି ପରିବର୍ତ୍ତନ ହୋଇନାହିଁ। ଆଜି ବି ସମଦୂରତା ବଜାୟ ରଖିଛି ବିଜେଡି।

Naveen Patnaik’s Delhi Visit: ଚେନ୍ନାଇ ବୈଠକ କୌଣସି ଜାତୀୟ ମେଣ୍ଟ ତରଫରୁ ଡକାଯାଇ ନାହିଁ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ବୈଠକ ଡାକିଥିବାରୁ ସେଠାକୁ ବିଜେଡି ଯିବାରେ ଅସୁବିଧା କେଉଁଠି ବୋଲି ପ୍ରସନ୍ନ ପାଲଟା ପ୍ରଶ୍ନ କରିଛନ୍ତି। କଂଗ୍ରେସ କହିଛି ଯେ ପୂର୍ବରୁ ସମଦୂରତା ନୀତିରେ ରହିଥିବା ବିଜେଡିର ଆଭିମୁଖ୍ୟ ପରିବର୍ତ୍ତନ ହୋଇଥିବା ଆଭାସ ମିଳିସାରିଲାଣି।

Naveen Patnaik’s Delhi Visit: ଆସନ୍ତା ୨୨ ତାରିଖରେ ଚେନ୍ନାଇ ବୈଠକରେ ସାମିଲ ହେବ ବିଜେଡି। DMK ପ୍ରତିନିଧି ନବୀନ ନିବାସରେ ନବୀନଙ୍କୁ ଭେଟି ବୈଠକରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିବା ପରେ ଦଳ ସହମତି ପ୍ରକାଶ କରିଛି । ଏହାରି ଭିତରେ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି। ତେଣୁ ଷ୍ଟାଲିନଙ୍କ ବୈଠକକୁ ନବୀନ ଯିବେ କି ନାହିଁ, ତାକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି।

Naveen Patnaik’s Delhi Visit: ଯେଉଁ ସମୟରେ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଛନ୍ତି ତାକୁ ନେଇ ଜୋରଦାର ଚର୍ଚ୍ଚା ହେଉଛି । ସୀମା ପୁନଃର୍ନିଦ୍ଧାରଣକୁ ନେଇ ଜାତୀୟ ରାଜନୀତିରେ ସମୀକରଣ ବଦଳୁଛି । ସେପଟେ ପରାଜୟ ପରଠୁ ବିଜେଡିରେ ଅନିଶ୍ଚିତତା ଦେଖାଦେଇଛି । ଏଭଳି ଘଡିସନ୍ଧି ମୁହୂର୍ତ୍ତରେ ନବୀନ ଦିଲ୍ଲୀରେ ବାର୍ଗେନିଂ କରିବାକୁ ଯାଇ ଥାଇପାରନ୍ତି ବୋଲି କୁହାଯାଉଛି । କାରଣ ତେଣୁ ଦିଲ୍ଲୀରେ ଏନଡିଏ ସହ ଭିତିରି ସଂପର୍କ ରଖି ରାଜ୍ୟରେ ବିରୋଧ କରିପାରେ ବିଜେଡି । କିମ୍ବା କଂଗ୍ରେସର ହାଇକମାଣ୍ଡଙ୍କୁ ଭେଟି ବଡ଼ ଡିଲ କରିପାରନ୍ତି ନବୀନ । ରାଜନୈତିକ ବିଶେଷଜ୍ଞମାନେ କହୁଛନ୍ତି, ଭାଜପା ଚାହୁଁଛି ଓଡିଶାରେ ବିଜେଡି ହିଁ ଦୁଇ ନମ୍ବର ଦଳ ରହୁ । କାରଣ କଂଗ୍ରେସ ବଢିଲେ ଭାଜପା ପାଇଁ ବଡ଼ ବିପଦ । ଏଭଳି ସ୍ଥଳରେ ନବୀନଙ୍କ ଦିଲ୍ଲୀ ଗସ୍ତ, ନୂଆ ରଣନୀତି ଆଡକୁ ଇସାରା କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri