ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ତାଲିକାରେ ନବୀନ, ସମ୍ପତ୍ତି-ବ୍ୟାଙ୍କ ବାଲାନ୍ସ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୦।୩: ଆସୋସିଏଶନ ଫର ଡେମୋକ୍ରାଟିକ ରିଫର୍ମ(ADR) ଅନୁସାରେ ଦେଶର ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀ ତାଲିକାରେ ନବୀନ ପଟ୍ଟନାୟକ ଅଛନ୍ତି। ଏଡିଆର ଦ୍ୱାରା ଜାରି ୩୦ଜଣିଆ ସବୁଠାରୁ ଧନୀ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ପ୍ରଥମ ନମ୍ବରରେ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ ଏସ ଜଗମୋହନ ରେଡ୍ଡୀ ଅଛନ୍ତି। ତାଙ୍କର ମୋଟ ସମ୍ପତ୍ତି ୫୧୦ କୋଟିରୁ ବି ଉର୍ଦ୍ଧ୍ୱ। ଏହାପରେ ଦ୍ୱିତୀୟରେ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଅଛନ୍ତି। ତାଙ୍କର ମୋଟ ସମ୍ପତ୍ତି ୧୬୩ କୋଟି ଟଙ୍କାରୁ ଉର୍ଦ୍ଧ୍ୱ।

ତାଲିକାର ତୃତୀୟ ସ୍ଥାନରେ ଅଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବୀନଙ୍କ ପାଖରେ ୬୩ କୋଟି ୬୪ଲକ୍ଷ ୧୫ହଜାର ୨୬୧ ଅସ୍ଥାବର ସମ୍ପତ୍ତି ଥିବାବେଳେ ୨୩ଲକ୍ଷ ୨୬ହଜାର ୫୫୫ ଟଙ୍କାର ସ୍ଥାବର ସମ୍ପତ୍ତି ରହିଛି। ଏହା ବ୍ୟତୀତ ୨୧.୧୭ଲକ୍ଷ ସ୍ବ ଅର୍ଜିତ ଆୟ ରହିଛି। ତେବେ ୨୦୨୧ରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଦିଆଯାଇଥିବା ବିବରଣୀ ଅନୁସାରେ, ୨୦୨୧ ଡିସେମ୍ବରରେ ତାଙ୍କ ପାଖରେ ୬୪.୯୭କୋଟି ଟଙ୍କାର ସମ୍ପତ୍ତି ଥିଲା।

ନବୀନ ପଟ୍ଟନାୟକଙ୍କ ନୂଆଦିଲ୍ଲୀର ଏପିଜି ଅବଦୁଲ କଲାମ ରୋଡ ସ୍ଥିତ ପୈତୃକ ସମ୍ପତ୍ତିରେ ୫୦ପ୍ରତିଶତ ଭାଗିଦାରୀ ଅଛି। ଏହି ସମ୍ପତ୍ତିର ମୂଲ୍ୟ ପ୍ରାୟ ୪୩.୩୬କୋଟି ଟଙ୍କାରୁ ଅଧିକ। ଏଥିସହ ଭୁବନେଶ୍ୱରର ଏୟାରପୋର୍ଟ ପାଖରେ ଥିବା ନବୀନ ନିବାସରେ ୨ରୁ ୩ଭାଗ ଅଶୀଂଦାର ଅଛି। ଯାହାର ମୂଲ୍ୟ ୯କୋଟି ୫୨ଲକ୍ଷ ୪୬ହଜାର ୧୯୦ ଟଙ୍କାରୁ ଅଧିକ। ତାଙ୍କର ସ୍ଥାବର ସମ୍ପତ୍ତିର ମୂଲ୍ୟ ୧୨.୦୯କୋଟି ଟଙ୍କା। ଯେଉଁଥିରେ ନୂଆଦିଲ୍ଲୀର ଏକ ବ୍ୟାଙ୍କରେ ୭୨ଲକ୍ଷ ଟଙ୍କା, ଭୁବନେଶ୍ୱରର ଭାରତୀୟ ଷ୍ଟେଟ ବ୍ୟାଙ୍କରେ ୨୧.୭୧ଲକ୍ଷ ଟଙ୍କା ରହିଛି। ଏଥିସହ ୩.୪୫ ଲକ୍ଷ ଟଙ୍କାର ଅଳଙ୍କାର ଓ ଚାରି ଚକିଆ ଯାନ ମଧ୍ୟ ସାମିଲ ଅଛି। ତେବେ ଏହି ରିପୋର୍ଟ ୨୦୨୩ରେ ଏଡିଆର ପ୍ରକାଶ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri