ନବୀନ ପୁଣି ନମ୍ବର ଓ୍ବାନ୍‌

ଭୁବନେଶ୍ୱର,୧୬।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣି ନମ୍ବର ଓ୍ବାନ୍‌ ହୋଇଛନ୍ତି । ଦେଶର ସବୁଠୁ ଭଲ ଓ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଛନ୍ତି। ସି ଭୋଟର ଏବଂ ଏବିପି ଦେଶ୍‌କା ମୁଡ୍‌ ସର୍ଭେରୁ ଏହା ସ୍ପଷ୍ଟ ହୋଇଛି। ଦେଶର ୩୧ ଜଣ ମୁଖ୍ୟମନ୍ତ୍ରୀଙ୍କୁ ନେଇ ହୋଇଥିବା ସର୍ଭେରେ ନବୀନ ସମସ୍ତଙ୍କୁ ପଛରେ ପକାଇ ଦେଇଛନ୍ତି। ସର୍ଭେ ଅନୁଯାୟୀ ନବୀନ ପ୍ରଥମ ସ୍ଥାନରେ ରହିଥିବା ବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦ୍ୱିତୀୟ, ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀ ତୃତୀୟ, କେରଳ ମୁଖ୍ୟମନ୍ତ୍ରୀ ପି. ବିଜୟନ ଚତୁର୍ଥ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ପଞ୍ଚମ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଷଷ୍ଠ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସପ୍ତମ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜସିଂ ଚୌହ୍ବାନ ଅଷ୍ଟମ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବାନ୍ତ ନବମ ଏବଂ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ଦଶମ ସ୍ଥାନରେ ରହିଛନ୍ତି।
କୋଭିଡ୍‌ ପରିଚାଳନା ଠାରୁ ଆରମ୍ଭ କରି ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା କରିବା ଓ ଜୀବନ ବଞ୍ଚାଇବା କ୍ଷେତ୍ରରେ ଲୋକମାନେ ନବୀନଙ୍କ ଉପରେ ବିଶ୍ୱାସ ରଖିଛନ୍ତି। ଯେତେବେଳେ ରାଜ୍ୟର ଅର୍ଥନୀତି ଦୁର୍ବଳ ହୋଇପଡିଥିଲା, ସେତେବେଳେ ମଧ୍ୟ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କ ଉପରେ ଭରସା କରିଛନ୍ତି। ଯେତେବେଳେ ଲୋକମାନେ ଜୀବନ ଜୀବିକା ହରାଇଛନ୍ତି ସେତେବେଳେ ନବୀନଙ୍କୁ ଭରସା କରିଛନ୍ତି। ପ୍ରଶାସନିକ କ୍ଷେତ୍ରରେ ସଂସ୍କାର ଆଣିବା ସହ ଦୁର୍ନୀତି ବିରୋଧୀ ଛବି ନବୀନଙ୍କୁ ଅପ୍ରତିଦ୍ୱନ୍ଦ୍ୱୀ ମୁଖ୍ୟମନ୍ତ୍ରୀ ଭାବେ ପରିଗଣିତ କରିଛି। ପୂର୍ବରୁ ନବୀନ ଅନେକ ଥର ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ଏବେ ବି ତାଙ୍କ ଛବି ଅମଳିନ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri