ସୋସିଆଲ ମିଡିଆରେ ନବୀନଙ୍କୁ ପ୍ରଶଂସା, ପାଣ୍ଡିଆନ୍‌ଙ୍କୁ ଟ୍ରୋଲ୍‌

ଭୁବନେଶ୍ୱର,୪।୬(ଶର୍ମିଷ୍ଠା ପାଣିଗ୍ରାହୀ)-ଓଡ଼ିଶା ରାଜନୀତି ଇତିହାସରେ ଲେଖା ହେବ ଏକ ନୂଆ ଆରମ୍ଭ। ଦୀର୍ଘ ୨୪ବର୍ଷର ଶାସନ ପରେ ବିଜୁ ଜନତା ଦଳ ତଥା ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶାସନର ଅନ୍ତ ଘଟିଛି। ଭାଜପା ଆଶା କରି ନଥିବା ଫଳ ପାଇଥିବା ବେଳେ ବିଜେଡିର ପରାଜୟକୁ ନେଇ ସୋସିଆଲ ମିଡିଆରେ ଅନେକ ମତ ପ୍ରକାଶ ପାଇଛି। ସର୍ବୋପରି ଦେଖିବାକୁ ଗଲେ ବିଜେଡିରେ ଥିବା କର୍ମୀ କାର୍ତ୍ତିକ ପାଣ୍ଡିଆନଙ୍କୁ ବିଜେଡି ଶାସନ ପରାଜୟର ବଳିଷ୍ଠ କାରଣ ବୋଲି କୁହାଯାଉଛି। ସାଧାରଣ ଜନତାଠୁ ନେଇ ବିଭିନ୍ନ ବୁଦ୍ଧିଜୀବୀ, ସାମ୍ବାଦିକ ମହଲରେ ପାଣ୍ଡିଆନଙ୍କୁ ଅନେକ ସମାଲୋଚନା କରାଯାଇଛି। ବିଶେଷ କରି ଅପରାହ୍ନ ପରଠୁ ପାଣ୍ଡିଆନଙ୍କ ବିରୁଦ୍ଧରେ ଅନେକ ପୋଷ୍ଟ ଶେୟାର କରି ଟ୍ରୋଲ କରିଥିଲେ। ଏମିତିକି ବିଜେଡି ସହ ସମ୍ପୃକ୍ତ ଥିବା ବ୍ୟକ୍ତିବିଶେଷ ମଧ୍ୟ ପାଣ୍ଡିଆନଙ୍କୁ ଦାୟୀ କରିଛନ୍ତି। ମାତ୍ର ନବୀନଙ୍କ ପ୍ରତି ଲୋକଙ୍କ ଭଲପାଇବା କମିନି। ଅନେକ ନବୀନଙ୍କୁ ତାଙ୍କ ଶାସନ ସମୟରେ ହୋଇଥିବା ଓଡିଶାର ଉନ୍ନତି ଓ ସେବା ପାଇଁ କୃତଜ୍ଞତା ଜଣାଇଛନ୍ତି। ଓଡ଼ିଶାର ସରକାର ଗଢ଼ିବାକୁ ଥିବା ଭାଜପା ପ୍ରତି ଲୋକ ସମର୍ଥନ ଜଣାଇଛନ୍ତି ଏବଂ ଏକ ପରିବର୍ତ୍ତନର ଓଡ଼ିଶା ଦେଖିବାକୁ ସମସ୍ତେ ଆଶାବୀଦ ଥିବା ସୋସିଆଲ ମିଡିଆର ପୋଷ୍ଟରୁ ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

ଗାଁକୁ ପଶି ଆସିଲା ଭାଲୁ, ଲୋକେ ଆତଙ୍କିତ

କୋକସରା,୨୦।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଜଙ୍ଗଲକ୍ଷୟ ହେବା ଯୋଗୁ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହେଉଛନ୍ତି ବନ୍ୟଜନ୍ତୁ। ଏହି ପରିପ୍ରେକ୍ଷୀରେ ଏକ ଭାଲୁ କୋକସରା ଫରେଷ୍ଟ ସେକ୍ସନ ଚିକିଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri