କେବଳ ଓଡ଼ିଶାରେ ନୁହେଁ ଦେଶରେ ପ୍ରଥମ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ 

ଭୁବନେଶ୍ୱର,୧୯। ୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  କେବଳ ରାଜ୍ୟ ନୁହେଁ ଦେଶରେ ମଧ୍ୟ ଲୋକପ୍ରିୟ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁଠାରୁ ଅଧିକ ଲୋକପ୍ରିୟ ସିଏମ୍‌ ।
‘ମୁଡ ଅଫ ଦି ନେସନ’ ସର୍ଭେ ରିପୋର୍ଟ ଅନୁଯାୟୀ, ଜନପ୍ରିୟ ନେତା ଭାବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି । ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ତୃତୀୟ ସ୍ଥାନରେ ଅଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ।
୨୦୦୦ରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦରେ ଥିବା ନବୀନ ଲୋକପ୍ରିୟତାରେ ୫୨.୭% ରେଟିଂ ପାଇଛନ୍ତି । ଓଡ଼ିଶାର ମୁଖ୍ୟମନ୍ତ୍ରୀ ରହିଥିବା ନବୀନ ଦେଶର ଶ୍ରେଷ୍ଠ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନିଜ ସ୍ଥାନକୁ ବଜାୟ ରଖିଛନ୍ତି । ୟୁପି ମୁଖ୍ୟମନ୍ତ୍ରୀ ଯୋଗୀଙ୍କୁ ସର୍ଭେ ରେଟିଂରେ ମିଳିଛି ୫୧.୩ ପ୍ରତିଶତ ଏବଂ ହିମନ୍ତଙ୍କୁ ସର୍ଭେରେ ୪୮.୬% ରେଟିଂ ମିଳିଛି। କିଏ ଦେଶର ସବୁଠାରୁ ଜନପ୍ରିୟ ମୁଖ୍ୟମନ୍ତ୍ରୀ ? ଜାତୀୟସ୍ତରରେ ଏ ସର୍ଭେରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ୪୨.୬% ପାଇ ୪ର୍ଥ ସ୍ଥାନ ଅଧିକାର କରିଥିବାବେଳେ ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ ୪୧.୪% ପାଇ ୫ମ ସ୍ଥାନରେ ରହିଛନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri