ନବୀନ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କୁ ପଛରେ ପକାଇ ନବୀନ ପଟ୍ଟନାୟକ ଦେଶରେ ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଇଣ୍ଡିଆ ଟୁଡେ-ସିଭୋଟର ମୁଡ୍‌ ଅଫ୍‌ ନେଶନ(ଏମ୍‌ଓଟିଏନ୍‌) ଜନମତରେ ନବୀନ ଓଡ଼ିଶାରେ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ନିଜ ରାଜ୍ୟରେ ୭୩.୨ ପ୍ରତିଶତ ଲୋକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକଳାପ ଉପରେ ସନ୍ତୁଷ୍ଟ ଅଛନ୍ତି। ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ୍‌ କେଜରିଓ୍ବାଲ ଓ ତୃତୀୟ ସ୍ଥାନରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କେଜରିଓ୍ବାଲଙ୍କୁ ୬୯.୨ ପ୍ରତିଶତ ଏବଂ ବିଶ୍ୱଶର୍ମାଙ୍କୁ ୬୮.୩ ପ୍ରତିଶତ ଲୋକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟ ଅଛନ୍ତି। ଏହା ପଛକୁ ରହିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ରଜନୀକାନ୍ତ ପଟେଲ ଏବଂ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ । ପ୍ରତିଷ୍ଠିତ ମାଗାଜିନ ଓ ସଂସ୍ଥାର ଜନମତ ସର୍ଭେରେ ନବୀନ ସବୁବେଳେ ଶୀର୍ଷରେ ରହି ଆସିଛନ୍ତି । ଓଡ଼ିଶାର ବିକାଶକୁ ମୁଖ୍ୟ ଏଜେଣ୍ଡା ଭାବେ ନେଇ ନବୀନ ଶାସନ ଓ ପ୍ରଶାସନକୁ ଲୋକାଭିମୁଖୀ କରି ସମଗ୍ର ଦେଶ ପାଇଁ ରୋଲ ମଡେଲ ପାଲଟିଛନ୍ତି । ଦୀର୍ଘବର୍ଷ କାଳ ଶାସନ କ୍ଷମତାରେ ରହି ମଧ୍ୟ ନବୀନଙ୍କ ଛବି ରାଜ୍ୟବାସୀଙ୍କ ନିକଟରେ ଅମଳିନ ରହିଛି। ତାଙ୍କ ଶାସନରେ ଲୋକମାନେ ସନ୍ତୁଷ୍ଟ ଥିବା ଜନମତ ସର୍ଭେରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବେକାରିଙ୍କ ମଧ୍ୟରେ ୮୩% ଯୁବପିଢ଼ି

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ଦେଶରେ ବେକାରି ସମସ୍ୟା ଚିନ୍ତାର ବିଷୟ ପାଲଟିଛି। ମାତ୍ର ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲଏ)ର ରିପୋର୍ଟ ଅନୁଯାୟୀ, ୨୦୨୨ରେ ଭାରତର ମୋଟ ବେକାରି ଜନସଂଖ୍ୟାରେ...

ଶସ୍ତା ହୋଇପାରେ ବିମାନ ଟିକେଟ୍‌

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା):ବେସାମରିକ ବିମାନ ଚଳାଚଳ କ୍ଷେତ୍ର ନିୟାମକ (ଡିଜିସିଏ) ବିମାନ ସେବା ପାଇଁ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛିି। ଏପ୍ରିଲ ୨୩ ରେ ଜାରି କରାଯାଇଥିବା...

ଭିକ୍ଷୁକମୁକ୍ତ ହୋଇପାରୁନି ସ୍ମାର୍ଟସିଟି

ଭୁବନେଶ୍ୱର,୨୯।୪ (ବନ୍ଦନା ସେଠୀ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଭିକାରୀ ଏବଂ ଯାଯାବର (ବଞ୍ଜାରା)ମୁକ୍ତ କରିବାକୁ ଅଭିଯାନ ଆରମ୍ଭ କରିଥିଲା ବିଏମ୍‌ସି। ଯଦିଓ ପୂର୍ବଭଳି ସବୁ ମନ୍ଦିର ଆଗରେ...

ଅଲ୍‌ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ

ଭୁବନେଶ୍ୱର,୨୯।୪:ଦେଶର ପ୍ରମୁଖ ବାଣିଜି୍ୟକ ଯାନ କମ୍ପାନୀ ତଥା ଟାଟା ମୋଟର୍ସ ଲିମିଟେଡ୍‌ର ଅଲ ନ୍ୟୁ ଇଣ୍ଟ୍ରା ଭି-୭୦ର ଅନାବରଣ ସର୍ବଭାରତୀୟସ୍ତରରେ ହୋଇଯାଇଛି। ଏପରିକି କମ୍ପାନୀର ଓଡ଼ିଶା...

ଚେକିଂବେଳେ ଥାନାଧିକାରୀଙ୍କୁ ଚାପୁଡ଼ା

ଭୁବନେଶ୍ୱର,୨୯।୪(ସୂର୍ଯ୍ୟକାନ୍ତ ବେହେରା): ମଦ୍ୟପ ଗାଡ଼ି ଚାଳକଙ୍କ ଉନ୍ମତ୍ତକାଣ୍ଡ। ଚେକିଂ ବେଳେ ପୋଲିସ କର୍ମଚାରୀଙ୍କୁ ଗାଳିଗୁଳଜ କରିବା ସହ ଥାନା ଅଧିକାରୀଙ୍କୁ ଚାପୁଡା ମାରିଲେ। ରାଜଧାନୀ ଭୁବନେଶ୍ୱରରେ...

ତନିସ୍କର ବିବାହ ସମ୍ଭାର ‘ରିଭା’

ଭୁବନେଶ୍ୱର,୨୯।୪:ତନିସ୍କର ବହୁ ପ୍ରତୀକ୍ଷିତ ତଥା ସୂକ୍ଷ୍ମ କାରିଗରିରେ ନିର୍ମିତ ବିବାହ ସମ୍ଭାର ‘ରିଭା’ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଏକ ଉତ୍ସର୍ଗୀକୃତ ବିବାହ ଅଳଙ୍କାର ଉପ-ବ୍ରାଣ୍ଡ୍‌...

ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି

ଭୁବନେଶ୍ୱର,୨୯ା୪: ଓଡ଼ିଶାର ୩ୟ ପର୍ଯ୍ୟାୟ ନିର୍ବାଚନ ଲାଗି ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ପର୍ଯ୍ୟାୟରେ ରାଜ୍ୟର ୬ଟି ଲୋକ ସଭା କ୍ଷେତ୍ର ଏବଂ...

ପାଣ୍ଡିଆନଙ୍କ ସହ ଅଧିକାରୀଙ୍କ ଗସ୍ତ ନେଇ ପ୍ରଶ୍ନ ଉଠାଇଲା ଭାଜପା

ଭୁବନେଶ୍ୱର, ୨୯ା୪(ସୁନିତ୍‌ ମିଶ୍ର):ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ପୁରୀ ଗସ୍ତ ବେଳେ ବିଳମ୍ବିତ ରାତିରେ ତାଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ସଚିବ ଭିନିଲ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri