ନବୀନ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କୁ ପଛରେ ପକାଇ ନବୀନ ପଟ୍ଟନାୟକ ଦେଶରେ ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଇଣ୍ଡିଆ ଟୁଡେ-ସିଭୋଟର ମୁଡ୍‌ ଅଫ୍‌ ନେଶନ(ଏମ୍‌ଓଟିଏନ୍‌) ଜନମତରେ ନବୀନ ଓଡ଼ିଶାରେ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ନିଜ ରାଜ୍ୟରେ ୭୩.୨ ପ୍ରତିଶତ ଲୋକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକଳାପ ଉପରେ ସନ୍ତୁଷ୍ଟ ଅଛନ୍ତି। ନବୀନଙ୍କ ପରେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ୍‌ କେଜରିଓ୍ବାଲ ଓ ତୃତୀୟ ସ୍ଥାନରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କେଜରିଓ୍ବାଲଙ୍କୁ ୬୯.୨ ପ୍ରତିଶତ ଏବଂ ବିଶ୍ୱଶର୍ମାଙ୍କୁ ୬୮.୩ ପ୍ରତିଶତ ଲୋକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟ ଅଛନ୍ତି। ଏହା ପଛକୁ ରହିଛନ୍ତି ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ରଜନୀକାନ୍ତ ପଟେଲ ଏବଂ ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଇ.ଏସ୍‌. ଜଗନମୋହନ ରେଡ୍ଡୀ । ପ୍ରତିଷ୍ଠିତ ମାଗାଜିନ ଓ ସଂସ୍ଥାର ଜନମତ ସର୍ଭେରେ ନବୀନ ସବୁବେଳେ ଶୀର୍ଷରେ ରହି ଆସିଛନ୍ତି । ଓଡ଼ିଶାର ବିକାଶକୁ ମୁଖ୍ୟ ଏଜେଣ୍ଡା ଭାବେ ନେଇ ନବୀନ ଶାସନ ଓ ପ୍ରଶାସନକୁ ଲୋକାଭିମୁଖୀ କରି ସମଗ୍ର ଦେଶ ପାଇଁ ରୋଲ ମଡେଲ ପାଲଟିଛନ୍ତି । ଦୀର୍ଘବର୍ଷ କାଳ ଶାସନ କ୍ଷମତାରେ ରହି ମଧ୍ୟ ନବୀନଙ୍କ ଛବି ରାଜ୍ୟବାସୀଙ୍କ ନିକଟରେ ଅମଳିନ ରହିଛି। ତାଙ୍କ ଶାସନରେ ଲୋକମାନେ ସନ୍ତୁଷ୍ଟ ଥିବା ଜନମତ ସର୍ଭେରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?