ନବୀନ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫ା୮(ବ୍ୟୁରୋ): ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ଦେଶର ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ରୂପେ ମାନ୍ୟତା ପାଇଛନ୍ତି। ‘ଇଣ୍ଡିଆ ଟୁଡେ’ ପତ୍ରିକା ପକ୍ଷରୁ କରାଯାଇଥିବା ‘ମୁଡ୍‌ ଅଫ୍‌ ଦି ନେଶନ’ ସର୍ଭେରେ ନବୀନଙ୍କ ପ୍ରଦର୍ଶନ ଉପରେ ଓଡ଼ିଶାର ୭୮% ଲୋକ ସନ୍ତୁଷ୍ଟ ଥିବା ପ୍ରକାଶ କରିଛନ୍ତି। ଅନୁରୂପ ଭାବେ ସମସ୍ତ ରାଜ୍ୟର ଲୋକଙ୍କୁ ସେମାନଙ୍କ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ପ୍ରଶ୍ନ କରାଯାଇଥିଲା। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ସପକ୍ଷରେ ୬୩% ଉତ୍ତରଦାତା ମତ ଦେଇଥିବାବେଳେ ୬୧% ସମର୍ଥନ ସହ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ୍‌ ଏହି ତାଲିକାରେ ତୃତୀୟ ସ୍ଥାନ ଅଧିକାର କରିଛନ୍ତି।
ଓଡ଼ିଶାର ୭୮.୧% ଲୋକ ନବୀନ ପଟ୍ଟନାୟକଙ୍କ ପ୍ରଦର୍ଶନକୁ ନେଇ ସନ୍ତୁଷ୍ଟ ଥିବା କହିଛନ୍ତି। ୬ ମାସ ପୂର୍ବରୁ ଏହି ହାର ୭୧% ଥିଲା। ନବୀନ ହେଉଛନ୍ତି ଓଡ଼ିଶାରେ ଅଦ୍ୟାବଧି ସର୍ବାଧିକ ସମୟ ମୁଖ୍ୟମନ୍ତ୍ରୀ ହୋଇଥିବା ନେତା। ରାଜ୍ୟରେ ଦୁଇ ଦଶନ୍ଧି ଧରି ତାଙ୍କ ନେତୃତ୍ୱକୁ କେହି ଚ୍ୟାଲେଞ୍ଜ କରିପାରି ନାହାନ୍ତି। ୨୦୨୧ ଜାନୁୟାରୀରେ ମଧ୍ୟ ନବୀନ ୫୧% ଲୋକଙ୍କ ପଜିଟିଭ୍‌ ରେଟିଙ୍ଗ୍‌ସ ପାଇ ସବୁଠୁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମାନ୍ୟତା ଲାଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବାଲେଶ୍ୱର, ଜଳାର୍ଣ୍ଣବ ଚାଷଜମି

ବାଲେଶ୍ୱର,୨୮।୭(ବାଞ୍ଛାନିଧି ଦେ ): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ମଙ୍ଗଳବାର ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ମଥାନୀ…

ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା ପଦରୁ ହଟାଇପାରିବେ କି ସରକାର? ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ, ୨୮।୭: ବିଜେପି ସାଂସଦ ନିଶିକାନ୍ତ ଦୁବେ ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ପଦରୁ ହଟାଇବା ପାଇଁ ଏକ ପ୍ରସ୍ତାବ ଆଣିବା କଥା…

CJP ଆନ୍ଦୋଳନ ବେଳେ ପିଏମ୍‌ ମୋଦି କରିଥିବା ଭିଡିଓକୁ ଫେସବୁକ୍‌ କଲା ବ୍ୟାନ! ବିବାଦ ପରେ…

ନୂଆଦିଲ୍ଲୀ, ୨୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ନେଇ ସୋସିଆଲ ମିଡିଆ କମ୍ପାନି ମେଟା ବିବାଦରେ ଫସିଛି। ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ…

ଲଗାଣ ବର୍ଷାରେ ରାସ୍ତା ବେହାଲ୍‌: ଭାଙ୍ଗିଲା ଝାଟିମାଟି ଘର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପଥ ର୍ଲା ଗ୍ରାମ ପଞ୍ଚାୟତ ଅଧୀନସ୍ଥ ମାଲପଡାର ଜିତେନ ଚଣ୍ଡୀଙ୍କ ଏକ ଝାଟିମାଟି ଘର ଲଗାଣ ବର୍ଷାରେ ଗତକାଲି…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର, ଅଗଷ୍ଟ ୧ରୁ ବଦଳିବ ତତ୍କାଳ ଟିକେଟ୍ ବୁକିଂ ନିୟମ

ନୂଆଦିଲ୍ଲୀ,୨୮ା୭: ଆସନ୍ତା ଅଗଷ୍ଟ ୧ତାରିଖରୁ ବଦଳିବ ତତକାଳ ଟିକେଟ ବୁକିଂ ନିୟମ । ଭାରତୀୟ ରେଳବାଇ କାଉଣ୍ଟରରେ ତତକାଳ ଟିକେଟ୍ ବୁକ୍ କରିବା ପାଇଁ ଏକ ନୂତନ…

OSSTET-୨୦୨୬ ପରୀକ୍ଷା ତାରିଖ ଘୋଷଣା: ଏହିଦିନଠୁ ଆବେଦନ ପ୍ରକ୍ରିୟା ଆରମ୍ଭ!

କଟକ,୨୮।୭: ମାଧ୍ୟମିକ ଶିକ୍ଷା ବୋର୍ଡ (ବିଏସଇ), ଓଡ଼ିଶା ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସଏସଟିଇଟି)-୨୦୨୬ର ତାରିଖ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଏସଇ…

ଅଗଷ୍ଟ ୧୩ରେ ଚାମେଲୀଙ୍କ ବିରୋଧରେ ଆସିବ ଅନାସ୍ଥା ପ୍ରସ୍ତାବ: ୨୨ ୱାର୍ଡସଭ୍ୟଙ୍କ ମଧ୍ୟରୁ ୨୧ ସଭ୍ୟାସଭ୍ୟ…

କେନ୍ଦ୍ରାପଡ଼ା/ମହାକାଳପଡ଼ା,୨୮ା୭ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ତିଖିରୀ ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ଆସନ୍ତା ଅଗଷ୍ଟ ୧୩ରେ ଅନାସ୍ଥା ପ୍ରସ୍ତାବ ଆସିବ। ଗତ…

ଲଗାଣ ବର୍ଷା, କେନ୍ଦୁଝରରେ ଆଜି ସମସ୍ତ ସ୍କୁଲ ଛୁଟି

ବଞ୍ଚୋ/କେନ୍ଦୁଝର,୨୮।୭(ପ୍ରଦୋଷ ବିଶ୍ୱାଳ /ନରେଶ ପଟ୍ଟନାୟକ ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ଘୋଷଣା କରାଯାଇଛି । ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri