ନବୀନ ପୁଣି ୧ ନମ୍ବର ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬ା୮(ଅନିଲ ଦାସ): ୫ ଥର ମୁଖ୍ୟମନ୍ତ୍ରୀ ପଦରେ ରହିବା ପରେ ମଧ୍ୟ ନବୀନ ପଟ୍ଟନାୟକଙ୍କ ଛବି ଅମଳିନ ରହିଛି। ରାଜ୍ୟଗୁଡ଼ିକ ମଧ୍ୟରେ ସବୁଠାରୁ ଅଧିକ ଜନପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପୁଣିଥରେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି। ଇଣ୍ଡିଆ ଟୁଡେ ମୁଡ୍‌ ଅଫ୍‌ ଦି ନେଶନ ସର୍ଭେରେ ନବୀନ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ସ୍ଥାନ ବଜାୟ ରଖିଛନ୍ତି । ସର୍ଭେରେ ମୋଟ୍‌ ୩୭୬୦ ଜଣଙ୍କଠାରୁ ମତାମତ ସଂଗ୍ରହ କରାଯାଇଥିଲା। ସେଥିରେ ନବୀନ ରାଜ୍ୟରେ ୬୧.୩ ପ୍ରତିଶତ ସମର୍ଥନ ପାଇ ୧ ନମ୍ବର ମୁଖ୍ୟମନ୍ତ୍ରୀ ହେବାର ଗୌରବ ଅର୍ଜନ କରିଛନ୍ତି। ୨୦୦୦ରୁ ଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିରବଚ୍ଛିନ୍ନ ଭାବେ ସୁଶାସନ, ବିକାଶ, ଜନହିତକର କାର୍ଯ୍ୟ ଯୋଗାଇ ଜାତୀୟ ସ୍ତରରେ ବାରମ୍ବାର ଏକ ନମ୍ବର ହୋଇଆସୁଛନ୍ତି। ସ୍ବାସ୍ଥ୍ୟସେବା, ଶିକ୍ଷା, କୃଷି, କ୍ରୀଡ଼ା, ଦକ୍ଷତା ବିକାଶ, ମହିଳା ସଶକ୍ତୀକରଣ ଆଦି କ୍ଷେତ୍ରରେ ଅଭୂତପୂର୍ବ ସଫଳତା ହାସଲ କରି ନବୀନ ରାଜ୍ୟବାସୀଙ୍କ ହୃଦୟ ଜିତିବାରେ ସଫଳ ହୋଇଛନ୍ତି। ମୋ ସରକାର, ୫-ଟି ରୂପାନ୍ତରଣ ଜରିଆରେ ଓଡ଼ିଶାରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବାରେ ନବୀନ ସଫଳ ହୋଇଛନ୍ତି। ତେବେ ଗତବର୍ଷ ସର୍ଭେରେ ନବୀନଙ୍କୁ ୭୮ ପ୍ରତିଶତ ସମର୍ଥନ ମିଳିଥିବା ବେଳେ ଚଳିତ ସର୍ଭେରେ ଏହା ୬୧.୩ ପ୍ରତିଶତକୁ ଖସି ଆସିଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଝାଡ଼ଖଣ୍ଡର ଅର୍ଥମନ୍ତ୍ରୀ ଛାଡିଲେ ସରକାରୀ ସୁରକ୍ଷା, ୧୬ ସୁରକ୍ଷାକର୍ମୀ, ୩ଟି ଗାଡ଼ି ଫେରାଇ ଦେଲେ

ରାଞ୍ଚି,୩।୭: ଅର୍ଥମନ୍ତ୍ରୀ ରାଧା କୃଷ୍ଣ କିଶୋର ତାଙ୍କ ଆବଶ୍ୟକତାକୁ ଅଣଦେଖା କରିବା ପାଇଁ ପୋଲିସ ମୁଖ୍ୟାଳୟ ଉପରେ ଅସନ୍ତୁଷ୍ଟ। ଯଦିଓ ସେ ସ୍ପଷ୍ଟ ଭାବରେ ତାଙ୍କର ଅଭିଯୋଗ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri