ଓଡ଼ିଆ ଅସ୍ମିତାକୁ ନେଇ ଏମିତି ଟୁଇଟ୍‌ କରିଥିଲେ ନବୀନ, ଜବାବ ଦେଇ ରୋକଠୋକ ଶୁଣାଇଦେଲେ ଜୟନାରାୟଣ

ଭୁବନେଶ୍ୱର,୧୧।୯: ଓଡ଼ିଆ ଅସ୍ମିତାକୁ ନେଇ ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି। ନବୀନ ମଙ୍ଗଳବାର ଟୁଇଟ୍‌ କରି ଓଡ଼ିଆ ଅସ୍ମିତା ବିଷୟରେ କହିଥିଲେ। ଯାହାକୁ ଜୟନାରାୟଣ କାଉଣ୍ଟର କରିଛନ୍ତି। ନବୀନଙ୍କୁ ଜବାବ ଦେଇ ଜୟନାରାୟଣ କହିଛନ୍ତି, ଇତିହାସକୁ ଠିକ୍‌ କରିବା କାମରେ ନରେନ୍ଦ୍ର ମୋଦିଙ୍କ ଡବଲ ଇଞ୍ଜିନ ସରକାର ସଙ୍କଳ୍ପବଦ୍ଧ। ଆଜି ଯେଉଁ ମହାପୁରୁଷମାନଙ୍କର ଉଦାହରଣ ନେଇ ଆପଣ କଥାଟି ଲେଖିଛନ୍ତି, ସେ ମହାପୁରୁଷମାନଙ୍କ ପ୍ରତି ଆପଣଙ୍କ ସରକାର କେତେ ଯଥୋଚିତ ସମ୍ମାନ ଦେଇଥିଲା, ଆପଣ ଥରେ ନିଜକୁ ପଚାରନ୍ତୁ।

ଆମ ମହାପୁରୁଷମାନଙ୍କଠାରୁ ଆପଣ କ’ଣ ଅନୁପ୍ରାଣିତ ହୋଇଛନ୍ତି, ପୂର୍ବ ଦିନ ମାନଙ୍କରେ ସମଗ୍ର ାଜ୍ୟବାସୀ ଦେଖିଛନ୍ତି। ଓଡ଼ିଶାର ମହାପୁରୁଷମାନଙ୍କ ପ୍ରତି ତ୍ୟାଗ, ସାଧନା ଓ ଆଦର୍ଶରେ ଭାରତୀୟ ଜନତା ପାର୍ଟିର ନେତୃବନ୍ଦ ସର୍ବୋପରି ଅନୁପ୍ରାଣିତ ହୋଇଛନ୍ତି। ଆପଣ ଓ ଆପଣଙ୍କ ଦଳର ନେତୃବୃନ୍ଦମାନେ ଇତିହାସକୁ ବିକୃତ କରିବାର ଅପଚେଷ୍ଟା କରୁଛନ୍ତି, ଯେଉଁଥିପାଇଁ ଚଳିତ ନିର୍ବାଚନରେ ଓଡ଼ିଶାବାସୀ ଠିକ୍‌ ଭାବେ ଜବାବ ଦେଇଛନ୍ତି।

ନବୀନ ଟୁଇଟ୍‌ରେ ଲେଖିଥିଲେ, ଏହା କ’ଣ ଓଡ଼ିଆ ଅସ୍ମିତା? ମହାପୁରୁଷମାନଙ୍କ ପ୍ରତି ସମ୍ମାନ, କୃତଜ୍ଞ ରହିବା ଜାତିର ନୈତିକ ଦାୟିତ୍ୱ। ମହାପୁରୁଷମାନଙ୍କ ତ୍ୟାଗ, ସାଧନା ଓ ଦୂରଦୃଷ୍ଟି ଦ୍ୱାରା ଗଢ଼ି ଉଠିଥିବା ଉତ୍କର୍ଷ ଅନୁଷ୍ଠାନ ଜାତିର ଅକ୍ଷୟ କୀର୍ତ୍ତି।

ଓଡ଼ିଆ ଭାଷା ଓ ସାହିତ୍ୟର ଉନ୍ନତିରେ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଅତୁଳନୀୟ ଅବଦାନ ରହିଛି। ଓଡ଼ିଶାର ସାମଗ୍ରିକ ବିକାଶରେ ମୟୂରଭଞ୍ଜ ରାଜପରିବାରର ଅବଦାନ ସମସ୍ତେ ଜାଣନ୍ତି। ସାହିତ୍ୟ, ଶିକ୍ଷା, ସୱାସ୍ଥ୍ୟ, ସଂସ୍କୃତି ଆଦି ସବୁ କ୍ଷେତ୍ରରେ ସେମାନଙ୍କ ଅବଦାନ ଅସୀମ। ଇତିହାସକୁ ବିକୃତ କରିବା ପାଇଁ କିଛି ଲୋକ ଅପଚେଷ୍ଟା କରୁଛନ୍ତି। ଆଗାମୀ ପୀଢ଼ି ପାଇଁ ଏହା କି ବାର୍ତ୍ତା ଦେବ? କଥାରେ କୋଣାର୍କ ହୁଏ ନାହିଁ। ଗୋଟିଏ ଅନୁଷ୍ଠାନ ଟିଏ ଗଢ଼ିବା ସହଜ ନୁହେଁ। ଦରକାର ଅନେକ ତ୍ୟାଗ ଓ ତପସ୍ୟା।

ସାମୟିକ ସଫଳତାର ଉଲ୍ଲାସରେ ମଦମତ୍ତ ନେତାମାନେ ଆଜି ନୂଆ ଇତିହାସ ଲେଖିବା ଆରମ୍ଭ କରିଛନ୍ତି। ସେମାନେ ମନେ ରଖିବା ଉଚିତ, ହିମାଳୟ ପରି ଉତ୍ତୁଙ୍ଗ ବରପୁତ୍ରମାନଙ୍କ ବ୍ୟକ୍ତିତ୍ୱକୁ ମଳିନ କରିବାକୁ ଚେଷ୍ଟା କଲେ ନିଜର ଅସ୍ତିତ୍ୱ ହରାଇ ବସିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ…

ଆମେରିକାର ଲଢ଼ୁଆ ବିମାନକୁ ଖସାଇଲା ଇରାନ: ନାଗରିକଙ୍କୁ ଦେଲା ଏମିତି ଅଫର, ‘ପାଇଲଟ ଜୀବିତ ଥିଲେ…’

ଓ୍ବାଶିଂଟନ୍‌,୪।୪: ଇରାନରେ ଏକ ଆମେରିକୀୟ F-15E ଲଢ଼ୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫେବୃଆରୀ ୨୮ ତାରିଖରେ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଏହା ପ୍ରଥମ ଥର ପାଇଁ…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri