ବଡ଼ ଘୋଷଣା କଲେ ନବୀନ ଜିନ୍ଦଲ: କେନ୍ଦୁଝରରେ ପ୍ରତିଷ୍ଠା ହେବ ଷ୍ଟିଲ ପ୍ଲାଣ୍ଟ

ଭୁବନେଶ୍ବର,୨୮।୧: ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ୍‌ରେ ଜେଏସ୍‌ପିଏଲ୍‌ ଅଧ୍ୟକ୍ଷ ନବୀନ ଜିନ୍ଦଲ ଏକ ବଡ଼ ଘୋଷଣା କରିଛନ୍ତି। କେନ୍ଦୁଝରରେ ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା କରିବ ନବୀନ ସୂଚନା ଦେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ହୋଇଛି। କ୍ଷମତା ବୃଦ୍ଧି ପାଇଁ ୬ ବର୍ଷରେ ୭୦ ହଜାର କୋଟି ନିବେଶ ହେବ ବୋଲି ସେ କହିଛନ୍ତି।
ଉତ୍କର୍ଷ ଓଡ଼ିଶା, ମେକ୍‌ ଇନ ଓଡ଼ିଶା କନ୍‌କ୍ଲେଭ-୨୦୨୫ ମଙ୍ଗଳବାର ଭୁବନେଶ୍ୱର ଜନତା ମଇଦାନଠାରେ ଆରମ୍ଭ ହୋଇଛି। ଏହା ୨ ଦୁଇଦିନ ଧରି ଚାଲିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବାହ୍ନ ୧୧ଟାରେ ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭକୁ ଉଦ୍‌ଘାଟନ କରିବେ। ଏହି କନ୍‌କ୍ଲେଭରେ ଦେଶ ବିଦେଶରୁ ବହୁ ଶିଳ୍ପପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଆମେରିକା, ଜର୍ମାନୀ, ଅଷ୍ଚ୍ରେଲିଆ, ସିଙ୍ଗାପୁର, ମାଲେସିଆ, ବେଲାରୁଷ୍‌, ୟୁକେ ଭଳି ୧୬ଟି ଦେଶର ପ୍ରତିନିଧି କନ୍‌କ୍ଲେଭରେ ସାମିଲ ହେବେ ବୋଲି ଜଣାପଡ଼ିଛି। ୨ ଦିନରେ ହେବାକୁ ଥିବା ଏହି କନ୍‌କ୍ଲେଭରେ ବିଭିନ୍ନ କ୍ଷେତ୍ର ପାଇଁ ୧୫ଟି ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
ଏହି କନ୍‌କ୍ଲେଭରେ ଏଲ୍‌.ଏନ୍‌. ମିତ୍ତଲ, କୁମାର ମଙ୍ଗଳମ୍‌ ବିର୍ଲା, ଅନିଲ ଅଗ୍ରୱାଲ, ସଜ୍ଜନ ଜିନ୍ଦଲ, ନବୀନ ଜିନ୍ଦଲ, କରଣ ଆଦାନୀ, ଟି.ଭି. ନରେନ୍ଦ୍ରନଙ୍କ ଭଳି ଦେଶର ବଡ଼ ବଡ଼ ଶିଳ୍ପପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭରେ ୧୦୦ରୁ ଊର୍ଦ୍ଧ୍ୱ ଶିଳ୍ପପତିଙ୍କ ସହ ଏମ୍‌ଓୟୁ ସ୍ବାକ୍ଷର ପାଇଁ ରାଜ୍ୟ ସରକାର ଯୋଜନା କରିଛନ୍ତି। ଶିଳ୍ପ, ଆଇଟି, ଖାଦ୍ୟ ପ୍ରକ୍ରିୟାକରଣ, ପେଟ୍ରୋକେମିକାଲ୍ସ, ଏମ୍‌ଏସ୍‌ଏମ୍‌ଇ, ସେମିକଣ୍ଡକ୍ଟର ଭଳି ବିଭିନ୍ନ କ୍ଷେତ୍ରରେ ବ୍ୟାପକ ପୁଞ୍ଜି ନିବେଶ ପାଇଁ ନିବେଶକାରୀଙ୍କ ସହ ଆଲୋଚନା କରି ରାଜ୍ୟ ସରକାର ଆଗକୁ ବଢ଼ିବେ।
ଗଣମାଧ୍ୟମକୁ ସୂଚନା ଦେଇ ଶିଳ୍ପମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଛନ୍ତି, ଉତ୍କର୍ଷ ଓଡ଼ିଶା କନ୍‌କ୍ଲେଭ ଏକ ଐତିହାସିକ ଓ ଯୁଗାନ୍ତକାରୀ ପଦକ୍ଷେପ ହେବ। ଏହି କାର୍ଯ୍ୟକ୍ରମକୁ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ। ଆଗାମୀ ଦିନରେ ଓଡ଼ିଶା ଶିଳ୍ପ ଅଗ୍ରଣୀ ରାଜ୍ୟରେ ପରିଣତ ହେବ। ପୂର୍ବ ସରକାର ସମୟରେ ଦୁଇ ଦଶନ୍ଧି ଧରି ସବୁପ୍ରକାର ସମ୍ଭାବନା ଥାଇ ବି ଓଡ଼ିଶା ଶିଳ୍ପର ମରୁଭୂମି ପାଲଟିଥିଲା। ଶିଳ୍ପ କ୍ଷେତ୍ରରେ ଓଡ଼ିଶା ବହୁତ ଆଗକୁ ଯିବ। ଓଡ଼ିଶାକୁ ଶିଳ୍ପ ସମୃଦ୍ଧ କରିବା ସହ ଶିଳ୍ପର ଇକୋ ହବ୍‌ କରିବା ସରକାରଙ୍କ ଲକ୍ଷ୍ୟ ରହିଛି। ଓଡ଼ିଶାର ପ୍ରତ୍ୟେକ ଜିଲା କିଭଳି ଶିଳ୍ପ କ୍ଷେତ୍ରରେ ଆଗକୁ ଯିବ ତାହା ସରକାରଙ୍କ ପରିକଳ୍ପନା। ମେକ୍‌ ଇନ୍‌ ଇଣ୍ଡିଆ ପ୍ରଧାନମନ୍ତ୍ରୀଙ୍କର ବ୍ରେନ୍‌ ଚାଇଲ୍ଡ ଥିଲା। ଦେଶ ବିଦେଶରୁ ବଡ଼ ବଡ଼ ନିବେଶକମାନେ ଆସିଥିଲେ ଏବଂ ଭାରତର ବିଭିନ୍ନ ସ୍ଥାନରେ ପୁଞ୍ଜି ନିବେଶ କରିଥିଲେ। ସେହିପରି ଓଡ଼ିଶାର ପ୍ରତ୍ୟେକ ଜିଲାରେ ନିବେଶକମାନେ ନିବେଶ କରିବେ।
କନ୍‌କ୍ଲେଭରେ ୪ଟି ପ୍ଲେନାରି ଅଧିବେଶନ ଏବଂ ୧୬ଟି କ୍ଷେତ୍ରୀୟ ଅଧିବେଶନ ରହିବ। ସେମି କଣ୍ଡକ୍ଟର, ଗ୍ରୀନ୍‌ ଏନର୍ଜୀ, ପେଟ୍ରୋ କେମିକାଲ ଓ ଜାହାଜ ନିର୍ମାଣ ଉପରେ ଫୋକସ ଦିଆଯାଉଥିବା ମନ୍ତ୍ରୀ କହିଛନ୍ତି। ଭାଜପା ସରକାରରେ ଗତ ୭ ମାସରେ ୨ଲକ୍ଷ ୭୫ ହଜାର କୋଟିର ନିବେଶ ପାଇଁ ୧୫୯ଟି ଶିଳ୍ପ ସଂସ୍ଥାକୁ ସିଙ୍ଗିଲ ୱିଣ୍ଡୋ ଅନୁମୋଦନ ମିଳିଛି। ଏଥିରେ ୨ ଲକ୍ଷ ୧୫ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ବୋଲି ମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?