ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ ଯାଉ ବୋଲି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ କହିଛନ୍ତି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ଖ୍ରୀଷ୍ଟିଆନ୍‌ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିକାଶ ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ଉପମୁଖ୍ୟମନ୍ତ୍ରୀ ସିଂଦେଓ ଯୋଗଦେବା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ଖୁସିର ବିଷୟ ୨୪ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ପ୍ରସଙ୍ଗରେ ଗଣମାଧ୍ୟମ ସମ୍ମୁଖରେ ମୁହଁ ଖୋଲିଛନ୍ତି। ୨୪ବର୍ଷ ମଧ୍ୟରେ ଘଟିଥିବା ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀ, ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଓ ବଲାଙ୍ଗୀର ଗୁଳିମାଡ଼ ଘଟଣାରେ ଯେଉଁ କମିଶନ ଗଠନ କରାଯାଇଥିଲା, ତାହାର ରିପୋର୍ଟ ପୂର୍ବ ସରକାର ଏପର୍ଯ୍ୟନ୍ତ କେଉଁ କାରଣରୁ ସାର୍ବଜନୀନ କରିନାହାନ୍ତି, ତାହାର ଉତ୍ତର ରଖନ୍ତୁ। ନବୀନ ପଟ୍ଟନାୟକ ଏଭଳି ଘଟଣାରେ ପରାମର୍ଶ ଦେବା ଆଦୌ ଶୋଭାପାଉ ନାହିଁ। ପୂର୍ବ ସରକାର ଯାହା ପ୍ରତିଶ୍ରୁତି ଦେଇଥିଲା ତାହା ପୂରଣ କରିପାରିନାହିଁ। ପୂର୍ବ ସରକାର ଏଭଳି ଭାବେ ସମସ୍ତ କାର୍ଯ୍ୟକୁ ଦୁର୍ବଳ କରି ରଖିଥିଲା ଯେଉଁଥି ପାଇଁ ଏବେ ଏଭଳି ଘଟଣା ଘଟିଛି। ବର୍ତ୍ତମାନର ଭାଜପା ସରକାର ଦୁର୍ବଳ ହୋଇଯାଇଥିବା ସମସ୍ତ ବ୍ୟବସ୍ଥାକୁ ବ୍ୟବସ୍ଥିତ କରିବ ବୋଲି ସିଂଦେଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri