ଅନାସ୍ଥା ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ନବୀନ, ମୋହନଙ୍କୁ କହିଦେଲେ…

ଭୁବନେଶ୍ୱର,୨୭।୭: ରାଜ୍ୟରେ ଅନାସ୍ଥା ଚର୍ଚ୍ଚା ନେଇ ରାଜନୀତି ସରଗରମ ରହିଛି। କଂଗ୍ରେସ, ବିଜେଡିକୁ ଏକାଠି ହୋଇ ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବାକୁ ଆହ୍ବନ ଦେଇଛି। ତେବେ ଏହାରି ଭିତରେ ନବୀନ ପଟ୍ଟନାୟକ ମୁହଁ ଖୋଲିଛନ୍ତି। ସେ ଏକ୍ସରେ ପୋଷ୍ଟ କରି ମୋହନ ସରକାରଙ୍କୁ ସିଧା ସଳଖ ଟାର୍ଗେଟ କରିଛନ୍ତି।

ସେ କହିଛନ୍ତି, ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ (ଡିଏମଆରସି) ସହିତ ଚୁକ୍ତି ବାତିଲ କରିବା ପାଇଁ ମୋହନ ସରକାରଙ୍କୁ କଡ଼ା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ଭାଜପା ନେତୃତ୍ୱାଧୀନ ଓଡ଼ିଶା ସରକାର ଭୁବନେଶ୍ୱର ମେଟ୍ରୋ ରେଳର ଚୁକ୍ତି ବାତିଲ କରିଥିବା ଜାଣି ମୁଁ ଆଶ୍ଚର୍ଯ୍ୟ।

ଭୁବନେଶ୍ୱରକୁ ବିଶ୍ୱସ୍ତରୀୟ ସହର କରିବା ଆମର ସ୍ବପ୍ନ। ଆମେ ବିଶ୍ୱସ୍ତରୀୟ କ୍ରୀଡା ଭିତ୍ତିଭୂମି ଉପରେ ଧ୍ୟାନ ଦେଉଥିଲୁ। ପ୍ରମୁଖ ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ କରିବା ଏବଂ ମନ୍ଦିରର ଏହି ସହରକୁ ବିଶ୍ୱସ୍ତରୀୟ ସହରରେ ପରିଣତ କରିବା ପାଇଁ ଏକ ଆଇଟି ବ୍ୟବସ୍ଥା ବିକଶିତ କରିବା। ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ ସହରରେ ଲୋକଙ୍କ ଯାତାୟାତ ଶୈଳୀକୁ ପରିବର୍ତ୍ତନ କରିବ କାରଣ ସାର୍ବଜନୀନ ପରିବହନ ବସ ସେବା, ମୋ ବସ ଏବଂ ଅନ୍ୟାନ୍ୟ ସଂଯୋଗୀକରଣ ରାଜଧାନୀରେ ସହରାଞ୍ଚଳ ପରିବହନକୁ ପରିପୂରକ କରିବ। ସେ ଏହା ମଧ୍ୟ କହିଛନ୍ତି ଯେ ମେଟ୍ରୋ ସେବା ସହର ଭିତରେ ଭିଡ଼ ମଧ୍ୟ ହ୍ରାସ କରିବ।
ମୋ ସରକାର 2027 ମସିହାରେ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ସମାପ୍ତ କରିବା ପାଇଁ ଏକ ର୍ନିଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ କରିଥିଲେ। ହେଲେ ଡବଲ ଇଞ୍ଜିନ ସରକାର ମେଟ୍ରୋ ରେଳ ଭଳି ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପକୁ ବାତିଲ କରି ଓଡ଼ିଶାବାସୀଙ୍କ ସହିତ ବିଶ୍ୱାସଘାତକତା କରିଛନ୍ତି। ଡବଲ ଇଞ୍ଜିନ ସରକାରଙ୍କ ଏହି ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ସହରକୁ 10 ବର୍ଷ ପଛକୁ ଠେଲି ଦେବ।


Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?