ମୁହାଁମୁହିଁ ହେଲେ ନବୀନ-ମନମୋହନ, ରାଜ୍ୟରେ ଚହଳ

ଭୁବନେଶ୍ୱର,୧୯।୪: ନବମଥର ବିଜେଡି ମଙ୍ଗ ଧରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ବିଜେଡିର ରାଜ୍ୟ ସଭାପତି ହେଲେ ନବୀନ ପଟ୍ଟନାୟକ। ନବୀନଙ୍କ ବ୍ୟତୀତ ଦଳର ଅନ୍ୟ କେହି ନାମାଙ୍କନ ଦାଖଲ କରିନଥିବାରୁ ପୁଣି ଥରେ ନବୀନ ର୍ନିଦ୍ବନ୍ଦରେ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଦେବ।

ତେବେ ନିର୍ବାଚିତ ହେବା ପରେ ନବୀନ କହିଛନ୍ତି, ୨୦୦୦-୨୦୨୪ ଥିଲା ଓଡ଼ିଶା ବିକାଶର ସୁବର୍ଣ୍ଣ ଯୁଗ। BJD ସବୁବେଳେ ରାଜ୍ୟବାସୀଙ୍କ ସେବା କରିଚାଲିଛି। ଓଡ଼ିଶାର ହକ୍‌ ପାଇଁ ଲଢ଼େଇ ଜାରି ରହିବ। ୨୪ ନିର୍ବାଚନରେ ଆମେ କମ ମାର୍ଜିନରେ ହାରିଛୁ। ମିଥ୍ୟା ପ୍ରଚାରକୁ ଠିକରେ କାଉଣ୍ଟର କରିପାରି ନଥିଲୁ। ସୋସିଆଲ ମିଡିଆରେ ଠିକରେ କାଉଣ୍ଟର କରିପାରିନଥିଲୁ। ବିଜେଡି ଭାଇ ଓ ଭଉଣୀଙ୍କ ଉପରେ ପୂରା ଭରସା ଅଛି। ସେମାନେ ମିଥ୍ୟା ପ୍ରଚାରର ଉଚିତ ଜବାବ ଦେବେ।

ଏଥିସହ ଓଡିଶା ଅନେକ ରାଜ୍ୟ ପାଇଁ ରୋଲ ମଡେଲ ମଧ୍ୟ ସାଜିଛି ଯାହା ଆମ ପାଇଁ ଗୌରବର କଥା । ବିଜୁ ଜନତା ଦଳର ସାଙ୍ଗଠନିକ ଦଳକୁ କେହି ନୀଚ୍ଚ ମଣିବା ମଧ୍ୟ ଉଚିତ ନୁହେଁ । କାମ କରିବା ପାଇଁ ଆଜି ବି ଆମ ଦଳ ଏକାଠି ରହିଛି ସମସ୍ତ ସକ୍ରିୟ କର୍ମୀ ପାଇଁ ବିଜୁ ଜନତା ଦଳ ସବୁବେଳେ ଥିଲା ସବୁବେଳେ ରହିଛି ବୋଲି ନବୀନ କହିଛନ୍ତି।

ତେବେ ନବୀନଙ୍କୁ କାଉଣ୍ଟର କରିଛନ୍ତି ଭାଜପା ସଭାପତି ମନମୋହନ ସାମଲ। ସେ କହିଛନ୍ତି, କେଉଁଟା ଫଲ୍ସ ନାରେଟିଭ ନବୀନ ବାବୁ ଆଗେ ଗଣାନ୍ତୁ । କେନ୍ଦ୍ର କେତେ ଟଙ୍କା ଦେଇଥିଲା ତାର ହିସାବ ମାଗିଥିଲୁ, ତାର ହିସାବ ଦେଇପାରିଲେନି ବୋଲି ମନମୋହନ ସାମଲ କହିଛନ୍ତି । ତାଙ୍କ ସରକାର ସମୟରେ ରାଜ୍ୟରେ ଗଣତାନ୍ତ୍ରିକ ବ୍ୟବସ୍ଥା ନ ଥିଲା। ବିଧାୟକ ଓ ମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଦେଖା କରିପାରୁନଥିଲେ । କୌଣସି ବି କଥା କ୍ୟାବିନେଟରେ ଆଲୋଚନା ହୋଇପାରୁନଥିବା ବେଳେ ଯେତେ ଟଙ୍କା ଏଷ୍ଟିମେଟ ହେଉଥିବା ତାର ଦଶ ଗୁଣା ଅପବ୍ୟୟ ହେଉଥିଲା, ଏସବୁ କଣ ଫଲ୍ସ ନ୍ୟାରେଟିଭ କି ବୋଲି ପଚାରି ମନମୋହନ ନବୀନଙ୍କୁ କଟାକ୍ଷ କରିଛନ୍ତି । ତାଙ୍କର ଏସବୁ ଅଯୋଗ୍ୟତା ପାଇଁ ଗତ ନିର୍ବାଚନରେ ଓ ଜନସାଧାରଣ ବିଜେଡି ଉପରୁ ଆସ୍ଥା ହରାଇ ଭାଜପାକୁ ସରକାରକୁ ଆଣିଲେ ବୋଲି ସେ କହିଛନ୍ତି ।

Naveen Patnaik: ଭାଷଣ ଆରମ୍ଭରୁ କହିଦେଲେ ନବୀନ! ରାଜନୀତି ହଲଚଲ

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri