ହକି ଖେଳାଳିଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ନବୀନ, କହିଲେ ହକି ଓଡ଼ିଶାର…

ଭୁବନେଶ୍ୱର, ୨୨।୮: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହକି ଖେଳାଳି ଭେଟିଛନ୍ତି। ଏହି ସାକ୍ଷାତକୁ ନବୀନ ତାଙ୍କ ସୋସିଆଲ ମିଡିଆ ପ୍ଲାର୍ଟଫର୍ମ ଏକ୍ସରେ ଶେୟାର କରିଛନ୍ତି। ନବୀନ ଲେଖିଛନ୍ତି, ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରେ ବ୍ରୋଞ୍ଜ ପଦକ ଜିତିବା ପରେ ବିଜେତା ଭାରତୀୟ ହକି ଦଳକୁ ଭେଟି ବହୁତ ଖୁସି ମିଳିଛି। ହକି କେବଳ ଏକ ଖେଳ ନୁହେଁ। ଏହା ଓଡ଼ିଶାର ଏକ ଜୀବନଶୈଳୀ। ଏହି ସୁନ୍ଦର ଖେଳ ସହିତ ଆମେ ସବୁବେଳେ ଏକ ସ୍ବତନ୍ତ୍ର ବନ୍ଧନ ବାଣ୍ଟିଛୁ। ଦଳ ନିଜର ବିଜୟର ଗତି ଜାରି ରଖୁ ଏବଂ ଦେଶ ତଥା ରାଜ୍ୟ ପାଇଁ ଅଧିକ ଗୌରବ ଆଣୁ ବୋଲି ନବୀନ କହିଛନ୍ତି।

ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ବୁଧବାର ସମସ୍ତ ଖେଳାଳି ଓ ସହାୟକ ସଦସ୍ୟ ଭୁବନେଶ୍ବରରେ ପହଞ୍ଚିବା ପରେ ସେମାନଙ୍କୁ ସ୍ବାଗତ କରାଯାଇଛି ଏବଂ ଲୋକସେବା ଭବନର କନ୍‌ଭେନଶନ ହଲଠାରେ ଏକ କାର୍ଯ୍ୟକ୍ରମରେ ଖେଳାଳୀ ମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଛି।

କାର୍ଯ୍ୟକ୍ରମରେ ଭାରତୀୟ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରିଥିଲେ । ଓଡିଆ ଖେଳାଳୀ ଅମିତ୍‌ ରୋହିଦାସଙ୍କୁ ସ୍ବତନ୍ତ୍ର ଭାବେ ୪ କୋଟି ଟଙ୍କା, ଟିମର ଗୋଲକିପର ପି.ଆର. ଶ୍ରୀଜେସଙ୍କୁ ସ୍ବତନ୍ତ୍ର ଭାବେ ୫୦ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ୪ ଜଣ ସପୋର୍ଟିଂ ଷ୍ଟାଫ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ସିମ୍‌ କାର୍ଡକୁ ନେଇ ନୂଆ ନିୟମ! ଆଉ ୪ଦିନ ପରେ ଏମାନଙ୍କର କଟିଯିବ କନେକ୍ସନ…

ନୂଆଦିଲ୍ଲୀ,୨୦ା୮: ଭାରତରେ ଜଣେ ବ୍ୟକ୍ତିଙ୍କ ନାମରେ ଥିବା ମୋବାଇଲ୍ କନେକ୍ସନ୍‌ର ସୀମାକୁ ସରକାର କଡ଼ାକଡ଼ି ଭାବେ ଲାଗୁ କରିବାକୁ ଯାଉଛନ୍ତି। ଅଗଷ୍ଟ ୨୪ ରୁ ଟେଲିକମ୍ ଅପରେଟରମାନଙ୍କୁ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

କିଭ୍‌ରେ ବଡ଼ଧରଣର ଆକ୍ରମଣ: ୧୬ ମୃତ, ଜେଲେନସ୍କି କହିଲେ…

କିଭ୍‌, ୨୦।୮: ରୁଷିଆ ଗୁରୁବାର ୟୁକ୍ରେନ୍‌ର ରାଜଧାନୀ କିଭ୍‌ ଏବଂ ଏହାର ଆଖପାଖ ଅଞ୍ଚଳରେ ଭୀଷଣ କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଆକ୍ରମଣ କରିଛି। ଘଣ୍ଟା ଘଣ୍ଟା ଧରି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଅସହାୟ ପରିବାରର କରୁଣ କାହାଣୀ: ବାପାଙ୍କ ଦଶାହ କାର୍ଯ୍ୟ ପାଇଁ ଭିକ୍ଷା ମାଗୁଛନ୍ତି ଦୁଇ ଝିଅ-ପୁଅ

ଦିଗପହଣ୍ଡି,୨୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା (୪୯)ଙ୍କ ଗତ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଛି।…

ଏହି ଜିଲାରେ ବନ୍ଦ ରହିବ ୨୦୫ ସ୍କୁଲ, ୨୬୫ ଅଙ୍ଗନୱାଡି କେନ୍ଦ୍ର, ଜାଣନ୍ତୁ

ଭଦ୍ରକ,୨୦।୮(ସନାତନ ରାଉତ): ଭଦ୍ରକ ଜିଲାରେ ଜାରି ରହିଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଶୁକ୍ରବାର ୪ ବ୍ଲକର ୨୦୫ ସ୍କୁଲ ଓ ୨୬୫ ଅଙ୍ଗନୱାଡି କେନ୍ଦ୍ର ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri