ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସ୍ପି)ର ଅଧ୍ୟକ୍ଷ ତଥା କୁରୁକ୍ଷେତ୍ର ସାଂସଦ ନବୀନ ଜିନ୍ଦଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଗୁରୁବାର ଲୋକସେବା ଭବନଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ନବୀନ ଜେଏସ୍ପିର ଓଡ଼ିଶା ୟୁନିଟ୍ ପକ୍ଷରୁ ଜାରି ରହିଥିବା ବିଭିନ୍ନ ପ୍ରକଳ୍ପ ଉପରେ ଉଭୟ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ବିଶେଷକରି ଅନୁଗୋଳ ଇସ୍ପାତ କାରଖାନାକୁ ପର୍ଯ୍ୟାୟକ୍ରମେ ବାର୍ଷିକ ୨୫.୨ ନିୟୁତ ଟନ୍କୁ ସମ୍ପ୍ରସାରଣ କରାଯିବା ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ଅବଗତ କରାଇଥିଲେ। ଏପରିକି କମ୍ପାନୀର ଏହି ସମ୍ପ୍ରସାରଣ ସମ୍ପୂର୍ଣ୍ଣ ହେବା ପରେ ଜେଏସ୍ପି କୌଣସି ଗୋଟିଏ ସ୍ଥାନରେ ବିଶ୍ୱର ସର୍ବବୃହତ୍ ଇସ୍ପାତ କାରଖାନା ହେବ। ସେହିଭଳି ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ଜେଏସ୍ପିର ପ୍ରୟାସକୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ। ଏହି ପରିପ୍ରେକ୍ଷୀରେ ନବୀନ ଜିନ୍ଦଲ କହିଥିଲେ, ରାଜ୍ୟର ଶିଳ୍ପ ଭିତ୍ତିକ ସାମଗ୍ରିକ ବିକାଶ ପାଇଁ ଜେଏସ୍ପି ଓଡ଼ିଶା ସରକାର ଏବଂ ଓଡ଼ିଶାବାସୀଙ୍କ ସହ ସହଭାଗିତା ଜାରି ରଖିବ।
୩୦ ବର୍ଷ ପରେ ଅସ୍ତ ହେବେ ଶନି, ହୋଲି ପରେ ଖୋଲିବ ଏହି ୩ ରାଶିର ଭାଗ୍ୟ
ନଅଟି ଗ୍ରହ ମଧ୍ୟରୁ ଗୋଟିଏ ଶନି ମହାରାଜଙ୍କୁ ନ୍ୟାୟ, ଶୃଙ୍ଖଳା ଏବଂ ଦାୟିତ୍ୱର କାରକ ବୋଲି ବିବେଚନା କରାଯାଏ। ଏହା ବ୍ୟକ୍ତିର ଜୀବନର ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରକୁ…
“ରାଜନୀତିରେ ମୂଲ୍ୟ ଦେବାକୁ ପଡ଼େ”: ଅଜିତଙ୍କ ମୃତ୍ୟୁ ପରେ ଏପରି କାହିଁକି କହିଲେ ରାଜ ଠାକରେ
ପୁଣେ,୨୮।୧: ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଆକସ୍ମିକ ନିଧନରେ ଅନେକ ବ୍ୟକ୍ତିବିଶେଷ ଶୋକ ପ୍ରକାଶ କରିଛନ୍ତି। ଏପରି ସମୟରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS) ମୁଖ୍ୟ ରାଜ…
ଅଜିତ ପାୱାରଙ୍କ ମୃତ୍ୟୁ ପରେ ମୁହଁ ଖୋଲିଲେ VSR Aviation ମାଲିକ, ସମସ୍ୟା….
ମୁମ୍ବାଇ,୨୮।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର VSR ଆଭିଏସନ୍ ଦ୍ୱାରା ପରିଚାଳିତ ଏକ ବମ୍ବାର୍ଡିୟର୍ ଲିୟରଜେଟ ୪୫ ବିମାନରେ ଯାତ୍ରା କରୁଥିଲେ । ବାରାମତି ବିମାନବନ୍ଦରରେ ଅବତରଣ…
ଅଜିତ ପାୱାରଙ୍କ ମୃତ୍ୟୁ ପରେ ସ୍ତ୍ରୀ ସୁନେତ୍ରା ପାୱାର ହେବେ କି NCP ର ନୂଆ ଶକ୍ତିକେନ୍ଦ୍ର?
ପୁଣେ,୨୮।୧: ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରରେ ନୂଆ ରାଜନୈତିକ ଦୃଶ୍ୟପଟ ଦେଖିବାକୁ ମିଳିପାରେ। ବିମାନ ଦୁର୍ଘଟଣାରେ ଅଜିତଙ୍କ ଆକସ୍ମିକ ବିୟୋଗ ପରେ ଏବେ ସାରା ରାଜ୍ୟର…
ଏଭଳି ସ୍ତ୍ରୀଙ୍କୁ ବିବାହ କଲେ ଧନ୍ୟ ହୁଏ ପୁରୁଷ
ବିବାହକୁ ସମସ୍ତଙ୍କର ଚିନ୍ତାଧାରା ଅଲଗା। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଚାହାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ…
ଅଜିତ ପାୱାରଙ୍କ କେବେ ଏବଂ କେଉଁଠି ଶେଷକୃତ୍ୟ ହେବ ଜାଣନ୍ତୁ
ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ତଥା ଏନସିପି ନେତା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି । ତାଙ୍କ ଅନ୍ତିମ ସଂସ୍କାର ଗୁରୁବାର ସକାଳ ୧୧ଟାରେ ବାରାମତିରେ…
ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…
ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ…
ସାମ୍ନାକୁ ଆସିଲା ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଭିଡିଓ, ଶେଷ ମୁହୂର୍ତ୍ତ…
ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ସିସିଟିଭି ଫୁଟେଜ୍ ସାମ୍ନାକୁ ଆସିଛି । ଫୁଟେଜରେ ସ୍ପଷ୍ଟ ଭାବରେ ଦେଖାଯାଉଛି ଯେ ବିମାନଟି ଖସିପଡ଼ିବା ମାତ୍ରେ ଅଗ୍ନିପିଣ୍ଡୁଳା…
Archives

