ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବୀନ

ଭୁବନେଶ୍ୱର,୩୦।୮ (ଅଭୟ ଦାଶ): ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)ର ଅଧ୍ୟକ୍ଷ ତଥା କୁରୁକ୍ଷେତ୍ର ସାଂସଦ ନବୀନ ଜିନ୍ଦଲ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଗୁରୁବାର ଲୋକସେବା ଭବନଠାରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ନବୀନ ଜେଏସ୍‌ପିର ଓଡ଼ିଶା ୟୁନିଟ୍‌ ପକ୍ଷରୁ ଜାରି ରହିଥିବା ବିଭିନ୍ନ ପ୍ରକଳ୍ପ ଉପରେ ଉଭୟ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ବିଶେଷକରି ଅନୁଗୋଳ ଇସ୍ପାତ କାରଖାନାକୁ ପର୍ଯ୍ୟାୟକ୍ରମେ ବାର୍ଷିକ ୨୫.୨ ନିୟୁତ ଟନ୍‌କୁ ସମ୍ପ୍ରସାରଣ କରାଯିବା ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ନବୀନ ଅବଗତ କରାଇଥିଲେ। ଏପରିକି କମ୍ପାନୀର ଏହି ସମ୍ପ୍ରସାରଣ ସମ୍ପୂର୍ଣ୍ଣ ହେବା ପରେ ଜେଏସ୍‌ପି କୌଣସି ଗୋଟିଏ ସ୍ଥାନରେ ବିଶ୍ୱର ସର୍ବବୃହତ୍‌ ଇସ୍ପାତ କାରଖାନା ହେବ। ସେହିଭଳି ଓଡ଼ିଶାରେ ଶିଳ୍ପର ବିକାଶ ପାଇଁ ଜେଏସ୍‌ପିର ପ୍ରୟାସକୁ ମୁଖ୍ୟମନ୍ତ୍ରୀ ଭୂୟସୀ ପ୍ରଶଂସା କରିଥିଲେ। ଏହି ପରିପ୍ରେକ୍ଷୀରେ ନବୀନ ଜିନ୍ଦଲ କହିଥିଲେ, ରାଜ୍ୟର ଶିଳ୍ପ ଭିତ୍ତିକ ସାମଗ୍ରିକ ବିକାଶ ପାଇଁ ଜେଏସ୍‌ପି ଓଡ଼ିଶା ସରକାର ଏବଂ ଓଡ଼ିଶାବାସୀଙ୍କ ସହ ସହଭାଗିତା ଜାରି ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?