୩ ଦିନିଆ ମୁମ୍ବାଇ ଗସ୍ତରେ ନବୀନ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ। ଦେଶର ଖ୍ୟାତନାମା ଶିଳ୍ପପତିଙ୍କୁ ସେଠାକୁ ଆମନ୍ତ୍ରିତ କରାଯାଇଛି। ଏହାପରେ ସେଠାରେ ଏକ ରୋଡ୍‌ ଶୋ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଶିଳ୍ପପତିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଅନୁରୋଧ କରିବେ। ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା, ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାର ମଙ୍ଗଳମ୍‌ ବିର୍ଲା, ବେଦାନ୍ତ ରିସୋର୍ସ ଚେୟାରମ୍ୟାନ୍‌ ଅନିଲ୍‌ ଅଗ୍ରଓ୍ବାଲ୍‌ ଓ ନିଲକମଲ୍‌ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ହିତେନ୍‌ ପାରେଖଙ୍କ ଭଳି ବଡ଼ ବଡ଼ ଶିଳ୍ପପତି ଏହି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ନବୀନ କେତେକ ବିଶିଷ୍ଟ ବ୍ୟାଙ୍କର୍ସମାନଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
ଷ୍ଟେଟ ବ୍ୟାଙ୍କର ଚେୟାରମ୍ୟାନ୍‌ ଦିନେଶ କୁମାର ଖରା, ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ଚେୟାରମ୍ୟାନ୍‌ ଏସ୍‌.ଏସ୍‌. ମୁନ୍ଦ୍ରା, ଏଚ୍‌ଡିଏଫ୍‌ସି ବ୍ୟାଙ୍କର କଣ୍ଟ୍ରି ହେଡ୍‌ ଅରବିନ୍ଦ ଭୋରା ଓ ଆଇସିଆଇସିଆଇ ବ୍ୟାଙ୍କର କାର୍ଯ୍ୟକାରୀ ନିର୍ଦ୍ଦେଶକ ରାକେଶ ଝାଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି। ଏହାଛଡ଼ା ଏସିଆନ୍‌ ପେଣ୍ଟସ୍‌, ଲାର୍ସେନ୍‌ ଆଣ୍ଡ ଟର୍ବୋ ଭଳି କମ୍ପାନୀର ବରିଷ୍ଠ ଅଧିକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ୧୪ ତାରିଖ ପୂର୍ବାହ୍ନ ୧୧ଟାରୁ ୧.୩୦ମିନିଟ ପର୍ଯ୍ୟନ୍ତ ଶିଳ୍ପପତିଙ୍କ ସହ ୱାନ୍‌ ଟୁ ୱାନ୍‌ ଆଲୋଚନା କରିବେ ନବୀନ। ଏଥିସହିତ ସେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ମିଳିଛି।
ଅପରାହ୍ନ ୫ଟାରୁ ୫ଟା ୩୦ ମଧ୍ୟରେ କୁମାର ମଙ୍ଗଳମ୍‌ ବିର୍ଲା, ୫.୩୦ରୁ ୬ଟା ଭିତରେ ଅନିଲ୍‌ ଅଗ୍ରୱାଲଙ୍କ ସହ ସାକ୍ଷାତ କରିବେ। ଏହାପରେ ସନ୍ଧ୍ୟା ୭ଟାରୁ ସେ ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ରେ ଶିଳ୍ପପତି ଓ ବ୍ୟାଙ୍କର୍ସମାନଙ୍କୁ ସମ୍ବୋଧିତ କରିବେ। ନଭେମ୍ବର ୩୦ରୁ ଡିସେମ୍ବର ୪ ଯାଏ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଣ୍ଟା ଭିଡ଼ିଛନ୍ତି। ଓଡ଼ିଶାରେ ଶିଳ୍ପ ଅନୁକୂଳ ବାତାବରଣ ଏବଂ ସିଙ୍ଗଲ୍‌ ଓ୍ବିଣ୍ଡୋ ବ୍ୟବସ୍ଥା ସମ୍ପର୍କରେ ନିବେଶକଙ୍କୁ ବୁଝାଉଛନ୍ତି। ଦୁବାଇ ଓ ଦିଲ୍ଲୀରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମ ପରେ ମୁମ୍ବାଇରେ ଏହା ଆୟୋଜିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼...

ପିନାକୀ-ମହେଶଙ୍କୁ ମିଳିଲାନି ଟିକେଟ

ଭୁବନେଶ୍ୱର,୨୮।୩: ଆଗାମୀ ଲୋକ ସଭା ନିର୍ବାଚନକୁ ନେଇ ବିଜେଡି ଏହାର ପ୍ରାର୍ଥୀ ଘୋଷଣା କରିଛି। ବୁଧବାର ୧୫ ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ସେଥିମଧ୍ୟରୁ...

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ...

ଭାଜପାରେ ଯୋଗ ଦେବା ପରେ ଭର୍ତ୍ତୃହରି ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ…

ନୂଆଦିଲ୍ଲୀ,୨୮।୩: ବିଜେପିରେ ସାମିଲ ପରେ ସାଂସଦ ଭର୍ତ୍ତୃହରି ମହତାବ ଓଡ଼ିଶା ରାଜନୀତିକୁ ନେଇ ବଡ଼ ବୟାନ ଦେଇଛନ୍ତି। କେବଳ ‘ରାଷ୍ଟ୍ରବାଦ, ଏକାତ୍ମତା, ପୂର୍ବୋଦୟ ଭାଜପା ଜରିଆରେ...

ପଦ୍ମ ଧରିଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା

ଭୁବନେଶ୍ୱର/ନୂଆଦିଲ୍ଲୀ,୨୮।୩: ଭାଜପାରେ ସାମିଲ ହେଲେ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଗୁରୁବାର ଅପରାହ୍ନ ସାଢେ ୨ଟାରେ ନୂଆଦିଲ୍ଲୀର ଭାଜପା ମୁଖ୍ୟାଳୟରେ ସେ ଯୋଗ ଦେଇଛନ୍ତି। ଏହା ସହିତ...

ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ

ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର...

ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍‌ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri