୩ ଦିନିଆ ମୁମ୍ବାଇ ଗସ୍ତରେ ନବୀନ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠାରୁ ୩ ଦିନିଆ ମୁମ୍ବାଇ ଗସ୍ତରେ ଯାଇଛନ୍ତି। ବୁଧବାର ମୁମ୍ବାଇରେ ଆୟୋଜିତ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗଦେବେ। ଦେଶର ଖ୍ୟାତନାମା ଶିଳ୍ପପତିଙ୍କୁ ସେଠାକୁ ଆମନ୍ତ୍ରିତ କରାଯାଇଛି। ଏହାପରେ ସେଠାରେ ଏକ ରୋଡ୍‌ ଶୋ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଶିଳ୍ପପତିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଓ୍ବାନ୍‌ ଟୁ ଓ୍ବାନ୍‌ ଆଲୋଚନା କରି ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଅନୁରୋଧ କରିବେ। ମହିନ୍ଦ୍ରା ଗ୍ରୁପ୍‌ର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା, ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଅଧ୍ୟକ୍ଷ କୁମାର ମଙ୍ଗଳମ୍‌ ବିର୍ଲା, ବେଦାନ୍ତ ରିସୋର୍ସ ଚେୟାରମ୍ୟାନ୍‌ ଅନିଲ୍‌ ଅଗ୍ରଓ୍ବାଲ୍‌ ଓ ନିଲକମଲ୍‌ ଲିମିଟେଡ୍‌ର ମ୍ୟାନେଜିଂ ଡାଇରେକ୍ଟର ହିତେନ୍‌ ପାରେଖଙ୍କ ଭଳି ବଡ଼ ବଡ଼ ଶିଳ୍ପପତି ଏହି କାର୍ଯ୍ୟକ୍ରମରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହାଛଡ଼ା ନବୀନ କେତେକ ବିଶିଷ୍ଟ ବ୍ୟାଙ୍କର୍ସମାନଙ୍କୁ ମଧ୍ୟ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି।
ଷ୍ଟେଟ ବ୍ୟାଙ୍କର ଚେୟାରମ୍ୟାନ୍‌ ଦିନେଶ କୁମାର ଖରା, ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜର ଚେୟାରମ୍ୟାନ୍‌ ଏସ୍‌.ଏସ୍‌. ମୁନ୍ଦ୍ରା, ଏଚ୍‌ଡିଏଫ୍‌ସି ବ୍ୟାଙ୍କର କଣ୍ଟ୍ରି ହେଡ୍‌ ଅରବିନ୍ଦ ଭୋରା ଓ ଆଇସିଆଇସିଆଇ ବ୍ୟାଙ୍କର କାର୍ଯ୍ୟକାରୀ ନିର୍ଦ୍ଦେଶକ ରାକେଶ ଝାଙ୍କ ସହ ଆଲୋଚନା କରିବେ ବୋଲି ସୂଚନା ମିଳିଛି। ଏହାଛଡ଼ା ଏସିଆନ୍‌ ପେଣ୍ଟସ୍‌, ଲାର୍ସେନ୍‌ ଆଣ୍ଡ ଟର୍ବୋ ଭଳି କମ୍ପାନୀର ବରିଷ୍ଠ ଅଧିକାରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ୧୪ ତାରିଖ ପୂର୍ବାହ୍ନ ୧୧ଟାରୁ ୧.୩୦ମିନିଟ ପର୍ଯ୍ୟନ୍ତ ଶିଳ୍ପପତିଙ୍କ ସହ ୱାନ୍‌ ଟୁ ୱାନ୍‌ ଆଲୋଚନା କରିବେ ନବୀନ। ଏଥିସହିତ ସେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ମିଳିଛି।
ଅପରାହ୍ନ ୫ଟାରୁ ୫ଟା ୩୦ ମଧ୍ୟରେ କୁମାର ମଙ୍ଗଳମ୍‌ ବିର୍ଲା, ୫.୩୦ରୁ ୬ଟା ଭିତରେ ଅନିଲ୍‌ ଅଗ୍ରୱାଲଙ୍କ ସହ ସାକ୍ଷାତ କରିବେ। ଏହାପରେ ସନ୍ଧ୍ୟା ୭ଟାରୁ ସେ ‘ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌’ରେ ଶିଳ୍ପପତି ଓ ବ୍ୟାଙ୍କର୍ସମାନଙ୍କୁ ସମ୍ବୋଧିତ କରିବେ। ନଭେମ୍ବର ୩୦ରୁ ଡିସେମ୍ବର ୪ ଯାଏ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ର ତୃତୀୟ ସଂସ୍କରଣ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଣ୍ଟା ଭିଡ଼ିଛନ୍ତି। ଓଡ଼ିଶାରେ ଶିଳ୍ପ ଅନୁକୂଳ ବାତାବରଣ ଏବଂ ସିଙ୍ଗଲ୍‌ ଓ୍ବିଣ୍ଡୋ ବ୍ୟବସ୍ଥା ସମ୍ପର୍କରେ ନିବେଶକଙ୍କୁ ବୁଝାଉଛନ୍ତି। ଦୁବାଇ ଓ ଦିଲ୍ଲୀରେ ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ କାର୍ଯ୍ୟକ୍ରମ ପରେ ମୁମ୍ବାଇରେ ଏହା ଆୟୋଜିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?