ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ କରାଯାଇଛି ତାହାର କାରଣ କହିଛନ୍ତି । ନାଁ ନନେଇ ସେ ସିଧା ନିଶାନା କରିଛନ୍ତି ।

ନବୀନ କହିଛନ୍ତି, ମୁଁ ଜଣଙ୍କୁ ବିଶ୍ବାସ କରି ଦାୟିତ୍ବ ଦେଇଥିଲି । ଅନେକ ଦାୟତ୍ବ ଦିଆଯାଇଥିଲା । ଆପଣଙ୍କ ନିର୍ବାଚନମଣ୍ଡଳୀ ପାଇଁ ଭଲ କାମ କରିବାକୁ ସୁଯୋଗ ଦେଇଥିଲି । କିନ୍ତୁ ଜାଣିଲି ସେ ସାହାଯ୍ୟ କରିବା ପରିବର୍ତ୍ତେ ହଇରାଣ ହରକତ କରୁଛନ୍ତି । ପାଟକୁରାବାସୀ ହଇରାଣ ହରକତ ହେଉଛନ୍ତି  । ଦଳରେ ରହି ଯିଏ ଆପଣଙ୍କୁ ହଇରାଣ କରିବ ମୁଁ ତାକୁ ଦଳରୁ କାଢ଼ିଦିଏ । ଆପଣମାନଙ୍କ ପାଇଁ ଜଣେ ଭଲ ମୁଖିଆ ଆସିବେ ବୋଲି ଆଜି କହିଛନ୍ତି ବିଜେଡି ସୁପ୍ରିମୋ ।

କହିରଖୁଛୁକି,  ବିଜେଡି କ୍ଷମତାଚ୍ୟୁତ ହେଲା ପରେ ପ୍ରଥମ ଥର ପାଇଁ ଏତେ ବଡ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ସନାତନ ଲଗାତାର ବିଜେଡି ବିରୋଧରେ ବିଷୋଦଗାର କରୁଥିଲେ ହେଁ ଅରବିନ୍ଦଙ୍କ ନିଲମ୍ବନ ରହସ୍ୟମୟ ହୋଇଥିଲା । ତେବେ ନିଲମ୍ବନ ପରେ ଅରବିନ୍ଦ କହିଥିଲେ, ସବୁଦିନ ମୋ’ ବିରୋଧରେ ନୂଆ ନୂଆ ଅଭିଯୋଗ ଆଣୁଛି ବିଜେଡି । ତେବେ ବିଜେଡିର ଅଭିଯୋଗ ସମ୍ପୂର୍ଣ୍ଣ ମିଛ ବୋଲି କହିଛନ୍ତି ଅରବିନ୍ଦ । ଏହାପରେ ଆଜି ମୁହଁ ଖୋଲିଛନ୍ତି ନବୀନ ।

 

Dharitri –Odisha’s No.1 Trusted Odia Daily

 

 

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆଇନଶୃଙ୍ଖଳା ଅଣାୟତ୍ତ: ପୁଣି ଛୁରାମାଡ, ଚାଲିଗଲା ଜଣଙ୍କର ଜୀବନ

ବରଗଡ଼,୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ଅଣାୟତ୍ତ ହୋଇପଡିଛି। ଏଠାକାର ବିଚ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି । ଛୁରି, ଭୁଜାଲି ଆକ୍ରମଣରେ ଲୋକେ…

ନେପାଳରେ RSPର ଜବରଦସ୍ତ ବିଜୟ: ମୋଦି କହିଲେ…

କାଠମାଣ୍ଡୁ,୯।୩: ନେପାଳରେ ରାଷ୍ଟ୍ରୀୟ ସ୍ବତନ୍ତ୍ର ପାର୍ଟି (RSP) ବାମପନ୍ଥୀ ଦଳଗୁଡ଼ିକୁ ପରାସ୍ତ କରିଛି। ରବି ଲାମିଛାନେ ଏବଂ ବାଲେନ ଶାହଙ୍କ ନେତୃତ୍ୱରେ RSP ପୂର୍ବତନ ପ୍ରଧାନମନ୍ତ୍ରୀ କେପି…

ଇରାନରେ ଏସିଡ୍‌ ବର୍ଷା: ତୈଳ ଡିପୋ ଉପରେ ବୋମାମାଡ଼ ପରେ…

ତେହରାନ,୯ା୩:ଇରାନ ରାଜଧାନୀ ତେହରାନରେ ଥିବା ୩୦ଟି ତୈଳ ଡିପୋ ଉପରେ ଇସ୍ରାଏଲ୍‌ର ଆକ୍ରମଣ କରିବାରୁ ରବିବାର ସେଠାରେ କଳା ଏସିଡ୍‌ ବର୍ଷା ହୋଇଛି। ତୈଳ ଡିପୋଗୁଡ଼ିକ ଜଳୁଥିବାରୁ…

ଅଷ୍ଟମ ବେତନ କମିଶନ ଲାଗି ଚିଠି

ଭୁବନେଶ୍ୱର,୯।୩: ଅଷ୍ଟମ ବେତନ କମିଶନ ପାଇଁ ଅର୍ଥ ବିଭାଗ ପକ୍ଷରୁ ଚିଠି। ଚିଠିରେ ସମସ୍ତ ଜିଲାପାଳ ଏବଂ ସରକାରୀ ବିଭାଗ ମୁଖ୍ୟଙ୍କଠାରୁ ମତାମତ ଲୋଡ଼ିଲେ ରାଜ୍ୟ ସରକାର।…

ଖେଳୁଥିବା ବେଳେ ୧୮ ମାସର ଶିଶୁକନ୍ୟାଙ୍କୁ କାମୁଡ଼ିଲା ସାପ, ଦେଖୁଦେଖୁ…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ପଞ୍ଚାୟତ ଦେଉଳପେଡ଼ି ଗ୍ରାମର ଭରତ ବେହେରାଙ୍କ ୧୮ ମାସର ଶିଶୁକନ୍ୟା ରିୟାଂଶି ବେହେରା ସାପ କାମୁଡ଼ାରେ…

ନମସ୍କାର ପକାଇ କଲେ ହ୍ୟାଣ୍ଡ୍‌ସେକ୍‌: ସନ୍ଧ୍ୟା ଭ୍ରମଣବେଳେ ଘଟିଗଲା…

ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଚିନ୍ନାରି.ରାଘବ ସୁବୁଦ୍ଧି ସନ୍ଧ୍ୟା ଭ୍ରମଣରେ ଯାଉଥିବାବେଳେ ଗାଁର ଶେଷ ମୁଣ୍ଡରେ ଜଣେ ହେଲିମେଟ ପିନ୍ଧିଥିବା…

ଚାଷୀଙ୍କ ପାଇଁ ନିର୍ମାଣ ହେଲା ପିଚୁ ରାସ୍ତା: ବିଭାଗୀୟ ଅଧିକାରୀଙ୍କୁ ପ୍ରଶଂସାରେ ପୋତିଲେ

କେସିଙ୍ଗା,୯।୩(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ କନ୍ତେଶିର ଗ୍ରାମର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ରାଇଟ କେନାଲ ପାଶର୍‌ବରେ ଅଧୀକ୍ଷଣ ଯନ୍ତ୍ରୀ କ୍ଷୁଦ୍ର ଜଳସେଚନ ବିଭାଜନ…

ଟଙ୍କା ଫେରାଇବା କହି ବାପାଙ୍କୁ ଯାତ୍ରା ପଡିଆକୁ ଡାକି ହାଣିଥିଲେ:  ଗଲେ ଜେଲ୍‌ 

 ଦିଗପହଣ୍ଡି,୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ରବିବାର ଅପରାହ୍ନରେ ପୋଷ୍ୟପୁଅ କୁନା ସାହୁ  ବୃଦ୍ଧ ବାପା ସୀମାଞ୍ଚଳ ସାହୁ(୮୦)ଙ୍କ ବେକକୁ ପେପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri