ବବି ଆଇସିୟୁରେ ଭର୍ତ୍ତି ହେବା ପରେ ମୁହଁ ଖୋଲିଲେ ନବୀନ, ମୋହନ ସରକାରଙ୍କୁ କହିଦେଲେ…

ଭୁବନେଶ୍ୱର,୧୬।୭: ସୌମ୍ୟଶ୍ରୀ ବିଶିଙ୍କ ଆତ୍ମଦାହ ଘଟଣାରେ ଆଜି ବିଜଜେଡି ପକ୍ଷରୁ ଲୋକସେବା ଭବନ ଘେରାଉ ଡାକରା ଦିଆଯାଇଥିଲା । ଏଥିରେ ବିଜେଡିର ହଜାର ହଜାର କର୍ମୀ ଲୋୟର ପିଏମଜି ଠାରେ ସୌମ୍ୟଶ୍ରୀଙ୍କୁ ନ୍ୟାୟ ଦାବିରେ ପ୍ରତିବାଦ କରିଥିଲେ। ଏହି ସମୟରେ ସେମାନଙ୍କ ଉପରେ ପୋଲିସ ପାଣିମାଡ କରିବାସହ ଲୁହବୁହା ଗ୍ୟାସ ମାନ କରିଥିଲା। ଯେଉଁଥିରେ ବହୁ ବିଜେଡି ନେତା ଓ କର୍ମୀ ଆହତ ହୋଇଥିଲେ। ବିଜେଡିର ବଡ଼ ବଡ଼ ନେତା ବବି, ଡାନି ଓ ସୁଲତା ଦେଓ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଅରୁଣ ସାହୁ ଓ ଅନ୍ୟ ନେତା-କର୍ମୀଙ୍କୁ ପୋଲିସ ଉଠାଇ ନେଇଥିଲା।

ବର୍ତ୍ତମାନ ଏହାକୁ ନେଇ ମୁହଁ ଖୋଲିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟମ। ନିର୍ମମ ଓ ଅମାନୁଷିକ ଆକ୍ରମଣକୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କଡ଼ା ଭାଷା ରେ ନିନ୍ଦା କରିଛନ୍ତି । ଏଭଳି ଅତ୍ୟାଚାରକୁ ସେ ବର୍ବରୋଚିତ ବୋଲି ବର୍ଣ୍ଣନା କରିଛନ୍ତି । ଏହି ଘଟଣାରେ ବହୁ ବିଜେଡି କର୍ମୀ ଓ ସାଧାରଣ ଲୋକ ଆହତ ହେବା ଖବରରେ ସେ ଉଦବେଗ ପ୍ରକାଶ କରିଛନ୍ତି ।

ଶାନ୍ତିପୂର୍ଣ୍ଣ ପ୍ରତିବାଦ ଉପରେ ଅମାନୁଷିକ ଆକ୍ରମଣ ରାଯାଇଛି। ଘଟଣାରେ ବହୁ BJD କର୍ମୀ ଓ ସାଧାରଣ ଲୋକ ଆହତ ହୋଇଛନ୍ତି ବୋଲି କହିଛନ୍ତି। ଏଥିସହ ନବୀନ ଆହତ ବିଜେଡି ନେତାଙ୍କ ସହ କଥା ହୋଇଛନ୍ତି।

ବିଜେଡିର ଜୋରଦାର ଆନ୍ଦୋଳନ: ବିଜେଡିର ବଡ଼ନେତାଙ୍କୁ ଉଠାଇ ନେଲା ପୋଲିସ, ବବି-ଡାନି- ସୁଲତା ଦେଓ…


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri