‘ସମସ୍ତ ବିଭାଗ ସଜାଗ ରୁହନ୍ତୁ’

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା କିପରି ଶୃଙ୍ଖଳିତ ଭାବରେ କରାଯିବ ସେନେଇ ଯୁଦ୍ଧକାଳୀନ ଭିତ୍ତିରେ ପ୍ରଶାସନ ଜୋରଦାର ପ୍ରୟାସ ଚଳାଇଛି। ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶନିବାର ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ରଥଯାତ୍ରା ଯେପରି ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସମସ୍ତଙ୍କର ସହଯୋଗ ଲୋଡ଼ିଛନ୍ତି।

ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି। ଚଳିତବର୍ଷ ଅଧିକ ଜନସମାଗମ ହେବାର ସମ୍ଭାବନା ରହିଛି। ତେଣୁ ସମସ୍ତ ବନ୍ଦୋବସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରତ୍ୟେକ ବିଭାଗକୁ ପରାମର୍ଶ ଦେଇଛନ୍ତି ।

ଏହି ବୈଠକରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାର୍‌କା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସମ୍ପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସମ୍ପର୍କରେ ସୂଚନା ଦେଇଥିଲେ ।

ଉନ୍ନୟନ କମିଶନର ରଥଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସମ୍ପର୍କରେ କହିଥିଲେ। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ଏମ୍‌ପି ଓ ବିଧାୟକଙ୍କ ସମେତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ପୁରୀ ଜିଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…

ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ

ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍‌ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…

ବଡ଼ ଭୁଲ୍‌ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ

ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍‌ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…

ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ

ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

‘ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବାକୁ ସରକାରୀସ୍ତରରେ ଯୋଜନା ଚାଲିଛି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ଛାତ୍ର ସଂସଦ ନିର୍ବାଚନରେ ଏବିଭିପି ପ୍ରାର୍ଥୀଙ୍କୁ ଜିତାଇବା ପାଇଁ ସରକାରୀ ସ୍ତରରେ ଯୋଜନା ଚାଲିଛି। ଭାଜପା ବିଧାୟକ, ମନ୍ତ୍ରୀ କଲେଜ ଅଧ୍ୟକ୍ଷ, ଅଧ୍ୟାପକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?