ବଲାଙ୍ଗୀରରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ; ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର(ବ୍ୟୁରୋ)/ବଲାଙ୍ଗୀର ଅଫିସ,୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ  କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ଟିଟିଲାଗଡରେ ଜିଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାର ମୁଖ୍ୟମନ୍ତ୍ରୀଙ୍କଠାରୁ ସ୍ମାର୍ଟ ହେଲଥ କାର୍ଡ ଗ୍ରହଣ କରିଛନ୍ତି। ଜିଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ମୁଖ୍ୟମନ୍ତ୍ରୀ ଏହି ଗସ୍ତ ସମୟରେ ଜିଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପିତ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ମାର୍ଟ ହେଲଥ କାର୍ଡର ସୁବିଧା ଲୋକମାନେ ଚିକିତ୍ସା ସମୟରେ ପାଇବେ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି। ଏଭଳି ବ୍ୟବସ୍ଥା କରିବାରେ ଓ ସାରା ଦେଶର ଏକମାତ୍ର ରାଜ୍ୟ। ସାରା ଓ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ ବଲାଙ୍ଗିର ଜିଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ନିରଞ୍ଚନ ପୂଜାରୀ, ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ନବ ଦାସ, ଶ୍ରୀମତୀ ଟୁକୁନି ସାହୁ, ଦିବ୍ୟଶଙ୍କର ମିଶ୍ର, ଏମ୍‌ପି ଶ୍ରୀମତୀ ସଙ୍ଗୀତା ସିଂହଦେଓ, ବିଧାୟକ ନରସିଂହ ମିଶ୍ର, ବିଧାୟକ ସରୋଜ ମେହେର, ସନ୍ତୋଷ ସିଂ ସାଲୁଜା, ମୁକେଶ ମହାଲିଙ୍ଗଙ୍କ ସମେତ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri