ବଲାଙ୍ଗୀରରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ; ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର(ବ୍ୟୁରୋ)/ବଲାଙ୍ଗୀର ଅଫିସ,୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ  କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି। ଟିଟିଲାଗଡରେ ଜିଲାର ପ୍ରଥମ ହିତାଧିକାରୀ ଭାବରେ ସରୋଜିନୀ ବହିଦାର ମୁଖ୍ୟମନ୍ତ୍ରୀଙ୍କଠାରୁ ସ୍ମାର୍ଟ ହେଲଥ କାର୍ଡ ଗ୍ରହଣ କରିଛନ୍ତି। ଜିଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ। ମୁଖ୍ୟମନ୍ତ୍ରୀ ଏହି ଗସ୍ତ ସମୟରେ ଜିଲାର ୨୦୦ କୋଟି ଟଙ୍କାର ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପିତ କରିବା ସହିତ ୫୯୭ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖିଛନ୍ତି।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ମାର୍ଟ ହେଲଥ କାର୍ଡର ସୁବିଧା ଲୋକମାନେ ଚିକିତ୍ସା ସମୟରେ ପାଇବେ। ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ମାଇଲଷ୍ଟୋନ ହେବ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନୂଆ ରୂପରେ କାର୍ଯ୍ୟକାରୀ କରାଯାଇ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ସବୁ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ଦିଆଯାଉଛି। ଏଭଳି ବ୍ୟବସ୍ଥା କରିବାରେ ଓ ସାରା ଦେଶର ଏକମାତ୍ର ରାଜ୍ୟ। ସାରା ଓ ୯୬ ଲକ୍ଷ ପରିବାର ଏହି ସୁବିଧା ପାଉଥିବା ବେଳେ ବଲାଙ୍ଗିର ଜିଲାର ସାଢେ ଚାରି ଲକ୍ଷ ପରିବାର ଏହି ସୁବିଧା ପାଇବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କାର୍ଯ୍ୟକ୍ରମରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ନିରଞ୍ଚନ ପୂଜାରୀ, ପଦ୍ମନାଭ ବେହେରା, ସୁଶାନ୍ତ ସିଂ, ନବ ଦାସ, ଶ୍ରୀମତୀ ଟୁକୁନି ସାହୁ, ଦିବ୍ୟଶଙ୍କର ମିଶ୍ର, ଏମ୍‌ପି ଶ୍ରୀମତୀ ସଙ୍ଗୀତା ସିଂହଦେଓ, ବିଧାୟକ ନରସିଂହ ମିଶ୍ର, ବିଧାୟକ ସରୋଜ ମେହେର, ସନ୍ତୋଷ ସିଂ ସାଲୁଜା, ମୁକେଶ ମହାଲିଙ୍ଗଙ୍କ ସମେତ ଓଟିଡିସିର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

‘ଜାଗା ମିଶନ’ ଦିଗହରା

ଭୁବନ, ୧୦।୯ ସହରାଞ୍ଚଳର ଗରିବ ଭୂମିହୀନ ବସ୍ତିବାସିନ୍ଦାଙ୍କ ମୁହଁରେ ଫୁଟିବ ହସ। ମୁଣ୍ଡକୁ ଛାତ। ପେଟକୁ ଭାତ। ହାତପାହାନ୍ତାରେ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦେବେ...

ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୫।୪(ବ୍ୟୁରୋ):ରାଜ୍ୟରେ ସୋମବାରଠାରୁ ଯୁକ୍ତ୨ ବିଜ୍ଞାନ, ବାଣିଜ୍ୟ, କଳା ଏବଂ ଧନ୍ଦାମୂଳକଶିକ୍ଷାର ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହୋଇଛି। ଚଳିତବର୍ଷ ମୋଟ୍‌ ୩ଲକ୍ଷ ୩୨ହଜାର ପରୀକ୍ଷାର୍ଥୀ ଯୁକ୍ତ୨...

ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌: ନୂଆବର୍ଷରୁ ଜୋର୍‌ ଧରିବ ଉଚ୍ଛେଦ ଅଭିଯାନ

ପୁରୀ ଅଫିସ,୨୭।୧୨: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ସକାଶେ ମେଘନାଦ ପାଚେରିକୁ ଲାଗି ୭୫ ମିଟର ପରିଧି ମଧ୍ୟରେ ସବୁ ନିର୍ମାଣ ଉଚ୍ଛେଦ ପାଇଁ ନିଷ୍ପତ୍ତି...

ଦୁଇ କଲେଜରେ ଅଧ୍ୟାପନା ମହଙ୍ଗା ପଡ଼ିଲା: ଦରମା ପ୍ରତ୍ୟାହାର ନିର୍ଦ୍ଦେଶ ଦେଲେ ଆର୍‌ଡିଇ

ଯାଜପୁର ଅଫିସ,୧୬।୧୧: ଯାଜପୁର ଜିଲାରେ ଜଣେ ଅଧ୍ୟାପକ ଦୁଇଟି କଲେଜରେ ଚଞ୍ଚକତାପୂର୍ଣ୍ଣ ନିଯୁକ୍ତି ଅଭିଯୋଗ ହେବା ପରେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ(ଆରଡିଇ) କଠୋର କାର୍ଯ୍ୟାନୁଷ୍ଠାନ...

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଭୁବନେଶ୍ୱରରେ ହେବ କ୍ୟାନ୍ସର ହସ୍ପିଟାଲ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଅନୁଷ୍ଠିତ ଏହି ବୈଠକରେ...

ଦେଶରେ କମୁଛି, ଓଡ଼ିଶାରେ ମହିଳାଙ୍କ ବିରୋଧରେ ବଢ଼ୁଛି ଅପରାଧ

ନୂଆଦିଲ୍ଲୀ,୧୫।୯: ୨୦୧୯ ତୁଳନାରେ ସାରା ଦେଶରେ ମହିଳା ବିରୋଧୀ ଅପରାଧ ହ୍ରାସ ପାଇଥିବା ବେଳେ ଓଡ଼ିଶା ଏବଂ ପଶ୍ଚିମବଙ୍ଗରେ ବୃଦ୍ଧି ପାଇଛି। ମହିଳାଙ୍କ ପ୍ରତି ହିଂସା...

ନିୟମ ଉଲ୍ଲଂଘନକାରୀଙ୍କୁ ଜରିମାନା

ଆସିକା,୧୨ା୪(ଡି.ଏନ୍‌.ଏ.): କରୋନା ରୋକିବା ପାଇଁ ଜନସାଧାରଣ ଘରୁ ବାହାରିଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଶନିବାର ଆସିକା ଏନଏସି ଅଞ୍ଚଳରେ ତହସିଲଦାର ସଦାନନ୍ଦ ସେଠୀ, ଏନଏସି...

ଭୁଲ ଇଞ୍ଜେକ୍‌ସନ ଦେବାରୁ ନାବାଳିକା ମୃତ : କ୍ଲିନିକ୍‌ରେ ଭଙ୍ଗାରୁଜା, ଡାକ୍ତର ଅଟକ

ନିଆଳି,୨୬ା୮(ଡି.ଏନ୍‌.ଏ.)ନିଆଳି ଥାନା ଅଧୀନ ନିଆଳି ପବ୍ଲିକ କ୍ଲିନିକ୍‌ରେ ରବିବାର ଅପରାହ୍ନରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାଲିପାଟଣା ଥାନା ଅଧୀନ...

Advertisement
Archives

Model This Week